ଜାଲ୍‌ ସାର୍ଟିଫିକେଟ ନେଇ ଏତଲା, ଶିକ୍ଷୟିତ୍ରୀ ନିଲମ୍ବିତ

ଚିକିଟି,୬ା୨(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଜାଲ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ଯାଞ୍ଚ ଚାଲିଛି। ଚିକିଟି ବ୍ଲକରେ ଏପରି ଜଣେ ନକଲି ଶିକ୍ଷୟିତ୍ରୀ ଧରାପଡ଼ିଛନ୍ତି। ତାଙ୍କ ବିରୋଧରେ ଥାନାରେ ଏତଲା ଦିଆଯିବା ସହ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ନକଲି ଶିକ୍ଷୟିତ୍ରୀ ଜଣକ ସେ ହେଲେ ଗମାଙ୍ଗ ଜୟନ୍ତୀ। ଜାଲ୍‌ ସାର୍ଟିଫିକେଟ ଦେଇ ସେ ୨ବର୍ଷ ହେଲା ଚାକିରି କରି ଆସୁଥିଲେ।
ଚାକିରି ଆବେଦନ ବେଳେ ଗମାଙ୍ଗ ବ୍ରହ୍ମପୁର ତହସିଲ ଅଞ୍ଚଳର ସ୍ଥାୟୀ ବାସିନ୍ଦା ବୋଲି ପ୍ରମାଣପତ୍ର ଦେଇଥିଲେ। ୨୦୧୮ ଏପ୍ରିଲ୍‌ ୩ ତାରିଖରେ ସେ ପତିଗୋବିନ୍ଦପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରେ ଯୋଗ ଦେଇଥିଲେ। ଗତ ଜୁଲାଇ ୧୯ ତାରିଖରୁ ଡେପୁଟେଶନରେ ନୂଆପଡ଼ା ଗ୍ରାମ ଯୁବରାଜପେଣ୍ଠ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଆସିଥିଲେ। ଜିଲାରେ ବହୁ ନକଲି ଶିକ୍ଷକ ଥିବା ଅଭିଯୋଗ ଆସିବାରୁ କିଛିମାସ ହେଲା ସାର୍ଟିଫିକେଟ ଯାଞ୍ଚ ଚାଲିଛି। ଚିକିଟି ବ୍ଲକର ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ଯାଞ୍ଚ ଚାଲିଥିବା ବେଳେ ଗମାଙ୍ଗ ବ୍ରହ୍ମପୁର ତହସିଲ ଅଞ୍ଚଳର ନୁହଁନ୍ତି ବୋଲି ଜଣାପଡିଥିଲା। ଏଥିସହ ସେ ଦେଇଥିବା ଜାତି ପ୍ରମାଣପତ୍ର ଜାଲ୍‌ ବୋଲି ସ୍ପଷ୍ଟ ହୋଇଥିଲା। ଏ ନେଇ ସମଗ୍ର ଶିକ୍ଷାର ଜିଲା ପ୍ରକଳ୍ପ ସଂଯୋଜିକା (ଡିପିସି) ବିନିତା ସେନାପତିଙ୍କ ନିର୍ଦ୍ଦେଶକ୍ରମେ ଚିକିଟି ବ୍ଲକର ଭାରପ୍ରାପ୍ତ ଶିକ୍ଷାଧିକାରୀ କୋରେଶୁ ସେଠୀ ମଙ୍ଗଳବାର କେ.ନୂଆଗାଁ ଥାନାରେ ଏତଲା ଦେଇଛନ୍ତିି। ଏହାକୁ ଭିତ୍ତିକରି ନଂ. ୩୦/୨୦୨୦ ଦଫା ୪୨୦/୪୬୭, ୪୬୮/ ୪୭୧ରେ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ କରାଯାଉଥିବା ଥାନାଧିକାରୀ ମାଧବନନ୍ଦ ନାୟକ କହିଛନ୍ତିି। ଅନ୍ୟପକ୍ଷରେ ସମ୍ପୃକ୍ତ ଶିକ୍ଷୟିତ୍ରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିବା ଭାରପ୍ରାପ୍ତ ବିଇଓ ସେଠୀ କହିଛନ୍ତି। ସମ୍ପୃକ୍ତ ଶିକ୍ଷୟିତ୍ରୀ ଛୁଟି ଦରଖାସ୍ତ ନ ଦେଇ ବୁଧବାର ବିଦ୍ୟାଳୟରେ ଅନୁପସ୍ଥିତ ଥିବା ପ୍ରଧାନ ଶିକ୍ଷୟତ୍ରୀ ସୌଭାଗ୍ୟ ମଞ୍ଜରି ସିଂ କହିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri