ଜାଲ୍‌ ସାର୍ଟିଫିକେଟ୍‌ଧାରୀ ୨ ଶିକ୍ଷକ ଗିରଫ

ଆସିକା,୬ା୩ (ଡି.ଏନ୍‌.ଏ.)- ଜାଲ୍‌ ସାର୍ଟିଫିକେଟ୍‌ ଦାଖଲ କରି ଶିକ୍ଷକତା କରୁଥିବା ଅଭିଯୋଗରେ ପୋଲିସ ଶୁକ୍ରବାର ଦୁଇଜଣ ଶିକ୍ଷକଙ୍କୁ ଗିରଫ କରିଛି। ସେମାନେ ହେଲେ ଆସିକା ଥାନା ମଣ୍ଟାପଡା ହାଇସ୍କୁଲର ସହକାରୀ ଶିକ୍ଷକ ଓକିଲ ବିଷୋୟୀ ଓ କେନ୍ଦୁପଦର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ଅଶୋକ ସାହୁ। ସେମାନଙ୍କ ନିକଟରୁ ପୋଲିସ ଜାଲ୍‌ ସାର୍ଟିଫିକେଟ୍‌ ଜବତ କରିଛି। ଗିରଫ ଅଭିଯୁକ୍ତଙ୍କୁ ଶୁକ୍ରବାର ଅପରାହ୍ନରେ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି।
ସୂଚନା ଯୋଗ୍ୟ ଯେ, ଏହି ଜାଲ୍‌ ସାର୍ଟିଫିକେଟ୍‌ ଧାରୀ ଶିକ୍ଷକଙ୍କୁ ଗିରଫ କରିବା ଲାଗି ଆସିକା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ପକ୍ଷରୁ ଗତ ଡିସେମ୍ବର ମାସରେ ଆସିକା ପୋଲିସରେ ଅଭିଯୋଗ ହୋଇଥିଲା। ଏନେଇ ଆସିକା ଥାନାରେ ନଂ.୪୬୬/୧୯ରେ ଏକ ମାମଲା ରୁଜୁ କରାଯାଇଥିଲା। ତେବେ ପୋଲିସ ପକ୍ଷରୁ ଫେରାର୍‌ ଥିବା ଅନ୍ୟ ଜାଲ୍‌ ସାର୍ଟିଫିକେଟ୍‌ ଧାରୀ ଶିକ୍ଷକଙ୍କୁ ଗିରଫ କରିବା ଲାଗି ଉଦ୍ୟମ ଜାରି ରହିଥିବା କୁହାଯାଇଛି। ସୂଚନା ଯୋଗ୍ୟ ଗତ ଫେବୃଆରୀ ୨୯ରେ ଆସିକା ପୋଲିସ ଆସିକା ଥାନା ଇଲାକାର ଦୁଇଜଣ ଜାଲ୍‌ ସାର୍ଟିଫିକେଟ୍‌ ଧାରୀ ଶିକ୍ଷକଙ୍କୁ ଗିରଫ କଲାବେଳେ ଏକ ଜାଲ୍‌ ସାର୍ଟିଫିକେଟ୍‌ ରାକେଟ୍‌ର ପର୍ଦ୍ଦାଫାସ୍‌ ହୋଇଥିଲା। ପୋଲିସ ଏହି ମାମଲାରେ ୨ ଶିକ୍ଷକଙ୍କ ସମେତ ସାର୍ଟିଫିକେଟ୍‌ ପ୍ରସ୍ତୁତି ଓ ଦଲାଲି ଅଭିଯୋଗରେ କୋଦଳା ଓ ପୋଲସରାର ୩ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri