ବ୍ରହ୍ମପୁର ଅଫିସ୍,୩୦ା୧୧-ନିଯୁକ୍ତି ବେଳେ ନକଲି ଶିକ୍ଷାଗତ ସାର୍ଟିଫିକେଟ ଦେଇଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ତାଲିକା ଗଞ୍ଜାମ ଜିଲାରେ ବଢ଼ିବାରେ ଲାଗିଛି। ଶିକ୍ଷା ବିଭାଗ ପକ୍ଷରୁ ଯାଞ୍ଚ ବେଳେ ଜଣକ ପରେ ଜଣେ ଧରାପଡ଼ୁଛନ୍ତି। ନକଲି ସାର୍ଟିଫିକେଟ ଦେଇ ପୂର୍ବରୁ ୭ ଶିକ୍ଷୟିତ୍ରୀ ଶିକ୍ଷକ ଧରାପଡ଼ିଥିଲେ। ଶୁକ୍ରବାର ଆଉ ୯ଜଣ ଧରାପଡ଼ିଛନ୍ତି । ଏମାନଙ୍କ ବିରୋଧରେ ଥାନାରେ ଏତଲା ଦେବାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି । ଜିଲାରେ ଧରାପଡ଼ିଥିବା ଏଭଳି ନକଲି ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସଂଖ୍ୟା ଏବେ ୧୬ରେ ପହଞ୍ଚିଛି।
ଶିକ୍ଷା ଅଧିକାରୀ ଡ. ସନାତନ ପଣ୍ଡାଙ୍କ ସୂଚନା ଅନୁଯାୟୀ, ଜିଲାର ବିଭିନ୍ନ ବ୍ଲକର ଶିକ୍ଷା ଅଧିକାରୀମାନେ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ତାଲିକା ପ୍ରଦାନ କରିଥିଲେ। ଯେଉଁମାନଙ୍କ ସାର୍ଟିଫିକେଟ୍କୁ ନେଇ ସନ୍ଦେହ ସୃଷ୍ଟି ହେଉଛି, ସେମାନଙ୍କ ଯାଞ୍ଚ ହେଉଛି। ଆସିକା, କବିସୂର୍ଯ୍ୟନଗର ଏବଂ ଖଲ୍ଲିକୋଟ ବ୍ଲକର କେତେଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ବି.ଏଡ୍ ସାର୍ଟିଫିକେଟ ଯାଞ୍ଚ ପାଇଁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟକୁ ପଠାଯାଇଥିଲା। ସେଥିମଧ୍ୟରୁ କେତେକ ସାର୍ଟିଫିକେଟ୍ ନକଲି ବୋଲି ଜଣାପଡ଼ିଥିଲା। ଏଭଳି ୯ ସାର୍ଟିଫିକେଟ୍ ସମ୍ପର୍କରେ ବିଶ୍ୱବିଦ୍ୟାଳୟ କୁଳସଚିବଙ୍କ ପକ୍ଷରୁ ଜିଲା ଶିକ୍ଷା ଅଧିକାରୀଙ୍କୁ ସୂଚନା ଦିଆଯାଇଥିଲା । ତଦନୁଯାୟୀ, ମୋଟ ୯ ସହକାରୀ ଶିକ୍ଷୟିତ୍ରୀ ଶିକ୍ଷକ ଧରାପଡ଼ିଛନ୍ତି । ସେମାନେ ହେଲେ କବିସୂର୍ଯ୍ୟନଗର ବ୍ଲକ ରାମପୁଡ଼ି ନୋଡାଲ୍ ଉପ୍ରା ବିଦ୍ୟାଳୟର ମଦନ ମୋହନ ସ୍ବାଇଁ, ପିଠାପୁର ପ୍ରକଳ୍ପ ଉପ୍ରା ବିଦ୍ୟାଳୟର କୁନି କୁମାରୀ ବେହେରା, ଦେବରାଜ ମହାନ୍ତି, କନିଆରୀ ନୋଡାଲ୍ ଉଚ୍ଚ ବିଦ୍ୟାଳୟର ପ୍ରକାଶ ଚନ୍ଦ୍ର ପଲେଇ, ନନ୍ଦିଆଗଡ଼ ପ୍ରକଳ୍ପ ଉପ୍ରା ବିଦ୍ୟାଳୟର ପଞ୍ଚାନନ ନାହାକ, ଖଲ୍ଲିକୋଟ ବ୍ଲକ ପୁସ୍ତପୁର ପ୍ରକଳ୍ପ ଉପ୍ରା ବିଦ୍ୟାଳୟର ସୁନୀଲ କୁମାର ପାଳ, ଆସିକା ବ୍ଲକ ହରିଡ଼ାପଦର ନୋଡାଲ୍ ଉପ୍ରା ବିଦ୍ୟାଳୟର ବାଳକୃଷ୍ଣ ପଣ୍ଡା, କେନ୍ଦୁପଦର ପ୍ରକଳ୍ପ ଉପ୍ରା ବିଦ୍ୟାଳୟର ଅଶୋକ ସାହୁ ଏବଂ ସାହାପୁର ନୋଡାଲ୍ ଉପ୍ରା ବିଦ୍ୟାଳୟର ଶିବରାମ ପଣ୍ଡା । ଏହି ଶିକ୍ଷୟିତ୍ରୀ ଶିକ୍ଷକଙ୍କ ବିରୋଧରେ ଥାନାରେ ଏତଲା ଦେବା ପାଇଁ ବ୍ଲକ ଶିକ୍ଷା ଅଧିକାରୀମାନଙ୍କୁ ଜିଲାପାଳ କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ସେମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ସ୍ବରୂପ ଓଡ଼ିଶା ସିଭିଲ୍ ସର୍ଭିସ୍(କ୍ଲାସିଫିକେଶନ୍, କଣ୍ଟ୍ରୋଲ୍ ଆଣ୍ଡ ଅପିଲ୍) ଆଇନ-୧୯୬୨ର ନିୟମ ୧୫ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳସଚିବଙ୍କ ତରଫରୁ ମିଥ୍ୟା ସାର୍ଟିଫିକେଟ୍ ସମ୍ପର୍କରେ ଯେଉଁ ରିପୋର୍ଟ ଦିଆଯାଇଛି, ତାହାକୁ ତର୍ଜମା କରିବାକୁ ଆସିକା, କବିସୂର୍ଯ୍ୟନଗର ଏବଂ ଖଲ୍ଲିକୋଟ ବ୍ଲକର ଶିକ୍ଷା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
ଥାନାରେ ଏତଲା ଦେବା ପରେ ତାହାର ନକଲ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ଜିଲା ଶିକ୍ଷା ଅଧିକାରୀ ପଣ୍ଡା ସୂଚନା ଦେଇଛନ୍ତି । ଯେ, ପୂର୍ବରୁ କେବଳ ଧରାକୋଟ ବ୍ଲକର ୭ ନକଲି ଶିକ୍ଷୟିତ୍ରୀ ଶିକ୍ଷକ ଧରାପଡ଼ିଥିଲେ । ସେମାନଙ୍କ ବିରୋଧରେ ସମ୍ପୃକ୍ତ ଥାନାରେ ଏତଲା ଦିଆଯାଇଥିଲେ ମଧ୍ୟ ଏ ଯାଏ କେହି ଗିରଫ ହୋଇନାହାନ୍ତି । ବର୍ତ୍ତମାନ ଆଉ ୯ଜଣଙ୍କ ବିରୋଧରେ ଏତଲା ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟପକ୍ଷରେ ସାର୍ଟିଫିକେଟ୍ ଯାଞ୍ଚ ଯୋଗୁ ଭୟରେ କେତେଜଣ ଚାକିରି ଛାଡ଼ୁଛନ୍ତି । ଚାକିରି ଛାଡ଼ିଲେ ମଧ୍ୟ ସେମାନଙ୍କୁ ଛଡ଼ାଯିବନି, ଆଇନ୍ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ପୂର୍ବରୁ ସୂଚନା ଦେଇଛନ୍ତି ।
‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…
ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…
ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…
ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’
ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…
ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍ରେ ତଥ୍ୟ ପ୍ରଦାନ କଲେ ନଗରପାଳ
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…
ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ
ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…
ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…
Archives

