ଜି.ଉଦୟଗିରିରେ ତୁଷାରପାତ: ଘନ କୁହୁଡ଼ିରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଜି.ଉଦୟଗିରି,୧୩ା୧(ଡି.ଏନ.ଏ.)-ଜି.ଉଦୟଗିରି ସହର ତଥା ଆଖପାଖ ଅଞ୍ଚଳରେ ଗତ ତିନିଦିନ ଧରି ଶୀତର ଲହରି ଜାରି ରହିଛି। ସୋମବାର ପାରଦ ୭ ଡିଗ୍ରୀ ସେଲ୍‌ସିୟସ୍‌ ରହିଥିଲେ ମଧ୍ୟ ସହରର ବିଭିନ୍ନ ସ୍ଥାନରେ ତୁଷାରପାତ ଦେଖାଦେଇଛି। ବିଶେଷକରି ୯ ନମ୍ବର ୱାର୍ଡର କିଛି ଚାଷଜମିରେ ଏପରି ତୁଷାରପାତ ହୋଇଥିବା ଦେଖିବାକୁ ମିଳିଥିଲା। ପ୍ରବଳ ଶୀତ ସାଙ୍ଗକୁ କୋହଲିଆ ପବନ ବୋହୁଥିବା ଯୋଗୁ ସକାଳ ୧୦ଟା ପର୍ଯ୍ୟନ୍ତ ଜି.ଉଦୟଗିରି ବଜାର ସାରା ଖାଲି ଖାଲି ଲାଗୁଥିଲା। ଘନ କୁହୁଡ଼ି ଯୋଗୁ କଳିଙ୍ଗା ଘାଟିରେ ଯାନବାହାନ ଚଳାଚଳରେ ଅସୁବିଧା ହେଉଛି ବୋଲି ଘରୋଇ ମଟର କର୍ମଚାରୀ ସଂଘ ସଭାପତି ରାଜେନ୍ଦ୍ର କୁମାର ମହାପାତ୍ର କହିଛନ୍ତି। ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ରହୁଥିବାରୁ ଚାଷୀମାନେ ଶୀତଦିନିଆ ପନିପରିବା ପାଇଁ ବିଶେଷ ଯନତ୍ବାନ ରହିବାକୁ କୃଷି ବୈଜ୍ଞାନିକ ଅକ୍ଷୟ କୁମାର ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?