ଜି.ଉଦୟଗିରିରେ ସାଂସ୍କୃତିକ କାର୍ଯ୍ୟକ୍ରମ ଇଷ୍ଟର କାଣ୍ଟାଟା

ଜି.ଉଦୟଗିରି,୧୮।୫(ଡି.ଏନ.ଏ.)-ଜି.ଉଦୟଗିରି ଠାରେ ଶୁକ୍ରବାର ରାତ୍ର ୮ଟା ସମୟରେ ଆଇୱାଇଏଫ (ଇଣ୍ଟିଗ୍ରାଲ ୟୁଥ୍‌ ଫେଲୋସିପ୍‌) ଜି.ଉଦୟଗିରି ଦ୍ୱାରା ଖ୍ରୀଷ୍ଟିୟାନ ହସ୍ପିଟାଲ ରୋଡ ନିକଟରେ ସାଂସ୍କୃତିକ କାର୍ଯ୍ୟକ୍ରମ ଇଷ୍ଟର କାଣ୍ଟାଟା ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ କୃଶୀୟ ମୃତ୍ୟୁ, ପୁନରୁତ୍ଥାନ ଓ ଏ ସମ୍ପର୍କୀୟ ଐତିହାସିକ ଘଟଣାବଳୀ ଗୀତିନାଟ୍ୟ ମାଧ୍ୟମରେ ପ୍ରଦର୍ଶନ କରାଯାଇଥିଲା। ଜାତି ଧର୍ମ ବର୍ଣ୍ଣ ନିର୍ବିଶେଷରେ ସମଗ୍ର ମାନବଜାତି ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ କରାଯାଇଥିବା ଆବାହକ ପ୍ରକାଶ ପ୍ରଧାନ କହିଥିଲେ। ଅନୁଷ୍ଠାନର ନିର୍ଦ୍ଦେଶକ ପାଷ୍ଟର ଆଶିଷ କୁମାର ନାୟକ ଇଷ୍ଟର କାଣ୍ଟାଟାର ଉଦ୍ଦେଶ୍ୟ ସମ୍ପର୍କରେ କହିଥିଲେ। ପାଷ୍ଟର ନେଲସନ୍‌ ଖୋସଲା ସୁସମାଚାର ପାଠ କରିଥିଲେ। ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବା ପାଇଁ ବହୁ ଲୋକଙ୍କ ସମାଗମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାମାଧବ ରାଜ୍ୟରେ ଦ୍ୱିତୀୟ: ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୨୧।୫(ବିଦ୍ୟାଧର ସାହୁ): ଚଳିତବର୍ଷ ଯୁକ୍ତଦୁଇ ବିଜ୍ଞାନରେ ରାଜ୍ୟରେ ୨ୟ ସ୍ଥାନ ଅଧିକାର କରିଛନ୍ତି ଦୁର୍ଗାମାଧବ ବାରିକ l ଗଞ୍ଜାମ ସହର ଦୁର୍ଗାଦେବୀ ସାହି ବାସିନ୍ଦା ତଥା ଶିକ୍ଷକ…

ଗୋଡାଇ ଗୋଡାଇ ଅପରାଧୀଙ୍କୁ ଏନକାଉଣ୍ଟର କଲା ପୋଲିସ: ପୋଲିସ ଡିଜିଙ୍କ ଚରମବାଣୀ ପରେ…

ବ୍ରହ୍ମପୁର, ୨୧/୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗିରିରୋଡ ଆକ୍ରମଣ ଘଟଣାରେ ଅଭିଯୁକ୍ତ ମୁକେଶ ସାହୁକୁ ଏନକାଉଣ୍ଟର କରାଯାଇଛି। ଡିଜିଙ୍କ ଚରମବାଣୀ ପରେ ଅପରାଧୀଙ୍କୁ କାଉଣ୍ଟର ପାଇଁ ଏନକାଉଣ୍ଟର…

ଶହୀଦ ଭଗତ୍‌ ସିଂହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସଫଳତା: ବିଜ୍ଞାନରେ ସିମରନ ବ୍ଲକ ଟପ୍ପର

ଗଞ୍ଜାମ,୨୧।୫(ଅନାଥ ତରାଇ): +୨ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଗଞ୍ଜାମ ବ୍ଲକ ସ୍ଥିତ ସହିଦ ଭଗତ୍ ସିଂହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ଏକ ଗୌରବମୟ…

ଭଞ୍ଜନଗର ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ଶେଷ: ସ୍ଥାୟୀ ମଣ୍ଡପ ଅଭିମୁଖେ ବାହାରିଲେ ଦୁଇ ଭଉଣୀ, ପୁଣି ୩ ବର୍ଷ ପରେ…

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ)- ଦୀର୍ଘ ୨୫ ଦିନ ଧରି ଚାଲିଥିବା ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ବୁଧବାର ଉଦଯାପିତ ହୋଇଯାଇଛି। ପୁଣି ୩ ବର୍ଷ ପରେ ଦେବୀଙ୍କ…

ଖେମୁଣ୍ଡି କଲେଜ ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ଚନ୍ଦ୍ରକାନ୍ତ-ରୁଦ୍ର ଯୁଗ୍ମ ଟପ୍ପର, କଳାରେ ବାଜି ମାରିଲେ…

ଦିଗପହଣ୍ଡି,୨୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ଚନ୍ଦ୍ରକାନ୍ତ ବିଷୋୟୀ ଏବଂ ରୁଦ୍ର ପ୍ରସାଦ…

ଶିକାର କରିବାକୁ ଜଙ୍ଗଲରେ ବୁଲୁଥିଲେ, ମାଡ଼ି ବସିଲା ତାରସିଂ ପୋଲିସ; ବନ୍ଧୁକ ସହ…

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଡିମିରିଝୋଲି ଜଙ୍ଗଲରୁ ପୋଲିସ ମଙ୍ଗଳବାର ଜଣେ ଶିକାରୀଙ୍କୁ ଗିରଫ କରିଛି। ସେ ହେଲେ ବଡ ଡିମିରିଝୋଲିର ସନ୍ତୋଷ…

ବ୍ଲକ ସ୍ତରୀୟ ନାଟକ, ସୁବଳୟା ଖେଳ ପଡିଆରେ ଦୁଲୁକିବ କଳା ସଂସ୍କୃତିକ ମଞ୍ଚର…

ଗଞ୍ଜାମ,୨୦।୫(ବିଦ୍ୟାଧର ସାହୁ ): ୨୦୨୦ରେ ଗଠନ ହୋଇଥିବା ଗଞ୍ଜାମ କଳା ସଂସ୍କୃତିକ ମଞ୍ଚ ନୂତନ ଅଧ୍ୟାୟ ସୃଷ୍ଟି କରିଛି । ଛଅ ବର୍ଷ ଧରି ନିରବିଚ୍ଛିନ୍ନ ଭାବେ…

ଔଷଧ ଦୋକାନ ମାଲିକଙ୍କ ଫଟୋ ବ୍ୟବହାର କରି ଏସି ଠକେଇ, ୩ ଜଣଙ୍କଠୁ ୪୭ ହଜାର ଲୁଟିନେଲେ

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ): ସରକାର ଯେତିକି ସଚେତନତା କରୁଛନ୍ତି ଦୁର୍ବୃତ୍ତମାନେ ଆଉ ଟିକେ ଆଗକୁ ଯାଇ ଠକେଇ କରୁଛନ୍ତି । ଲୋକେ ମଧ୍ଯ ବିଭିନ୍ନ ପରିସ୍ଥିତି ଏବଂ କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri