ଜି-୨୦ ଜରୁରୀ ସମ୍ମିଳନୀରେ ଅର୍ଥ ଚିନ୍ତା

ରିୟାଦ/ନୂଆଦିଲ୍ଲୀ,୨୭ା୩: ମହାମାରୀ କରୋନା ଭୂତାଣୁ ସଂକ୍ରମଣ ସାରା ବିଶ୍ୱକୁ କବଳିତ କରିଛି। ଏହି ପରିପ୍ରେକ୍ଷୀରେ ଜି-୨୦ ରାଷ୍ଟ୍ର ସମୂହର ଜରୁରୀ ସମ୍ମିଳନୀ ଗୁରୁବାର ସୌଦି ଆରବର ରିୟାଦରେ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଭିଡ୍‌-୧୯ରୁ ମୁକ୍ତି ପାଇବା ପାଇଁ ବିଭିନ୍ନ ଉପାୟ ସମ୍ପର୍କରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବିଶ୍ୱ ନେତାମାନଙ୍କ ସହ ଆଲୋଚନା କରିଛନ୍ତି। କରୋନା ମହାମାରୀ ସଂକ୍ରମଣ ପରିପ୍ରେକ୍ଷୀରେ ମାନବ ଜାତିର ସ୍ବାର୍ଥକୁ ପ୍ରଥମେ ଗୁରୁତ୍ୱ ଦେବା ପାଇଁ ମୋଦି ଆହ୍ବାନ ଦେଇଛନ୍ତି। ଏହି ସଙ୍କଟ ଆରମ୍ଭ ହେବାର ୩ ମାସ ପରେ ସମନ୍ବିତ ଭାବେ ଏକାଠି କାର୍ଯ୍ୟ କରିବା ପାଇଁ ବିଶ୍ୱ ଚିନ୍ତା କରୁଥିବା ସେ କହିଛନ୍ତି।
ସ୍ଥିତିରେ ଭୋଭିଡ୍‌-୧୯ର ଭୟାବହତା ଚାରିଆଡ଼େ ଦେଖିବାକୁ ମିଳିଛି। ଏଥିଯୋଗୁ ବିଶ୍ୱ ଅର୍ଥନୀତି ଦୋହଲିଯାଇଛି। ଏହାର ମୁକାବିଲା କରି ଆର୍ଥିକ ସ୍ଥିତିରେ ସୁଧାର ଆଣିବା ସହ ସ୍ଥିରତା ବଜାୟ ରଖିବା ପାଇଁ ୫ ଟ୍ରିଲିୟନ୍‌ ଡଲାର ପ୍ରୋତ୍ସାହନ ଦେବା ଲାଗି ବିଶ୍ୱନେତାମାନେ ସ୍ଥିର କରିଛନ୍ତି। ଉକ୍ତ ବୈଠକରେ ସୌଦି ରାଜା ସଲମାନ ବିନ୍‌ ଅବ୍‌ଦୁଲ୍‌ ଅଜିଜ୍‌ ଅଲ-ସଉଦ୍‌ ଅଧ୍ୟକ୍ଷତା କରି ବିଶ୍ୱନେତାମାନଙ୍କୁ ସମ୍ବୋଧିତ କରିଛନ୍ତି। ଏଭଳି ମାନବିକ ସଙ୍କଟ ସମୟରେ ସାରା ବିଶ୍ୱ ଏକାଠି ହୋଇ ପରସ୍ପରକୁ ସହଯୋଗର ହାତ ବଢ଼ାଇବା ଜରୁରୀ ବୋଲି ସେ କହିଛନ୍ତି। ଜି-୨୦ ସମ୍ମିଳନୀରେ ଭାରତ ସମେତ ଆର୍ଜେଣ୍ଟିନା, ଅଷ୍ଟ୍ରେଲିଆ, ବ୍ରାଜିଲ, କାନାଡା, ଚାଇନା, ଜର୍ମାନୀ, ଫ୍ରାନ୍ସ, ଇଣ୍ଡୋନେସିଆ, ଇଟାଲୀ, ଜାପାନ, ମେକ୍ସିକୋ, ରୁଷିଆ, ସୌଦି ଆରବ, ଦକ୍ଷିଣ ଆଫ୍ରିକା, ଦକ୍ଷିଣ କୋରିଆ, ତୁର୍କୀ, ବ୍ରିଟେନ ଓ ଆମେରିକା ସାମିଲ ଅଛନ୍ତି। ଏହାସହ ଜାତିସଂଘ, ବିଶ୍ୱବ୍ୟାଙ୍କ, ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ, ବିଶ୍ୱ ବାଣିଜ୍ୟ ସଙ୍ଗଠନ, ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି, ଆର୍ଥିକ ସହଯୋଗ ଓ ବିକାଶ ସଙ୍ଗଠନ ଭଳି ଶୀର୍ଷ ସଂସ୍ଥାଗୁଡ଼ିକ ଏଥିରେ ଯୋଗଦେଇଛନ୍ତି। ଦକ୍ଷିଣ ଏସୀୟ ରାଷ୍ଟ୍ର ସଙ୍ଗଠନ, ଆଫ୍ରିକୀୟ ସଂଘ ଓ ଉପସାଗରୀୟ ସହଯୋଗ ପରିଷଦକୁ ମଧ୍ୟ ଏଠାକୁ ନିମନ୍ତ୍ରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଚନ୍ଦ୍ରଗ୍ରହଣ! ପ୍ରବଳ ଇନକମ କରିବେ ୪ ରାଶି, ଅଜଣା ଲୋକ ସାଜିବେ ଦେବଦୂତ!

ମାସ ମାନଙ୍କ ମଧ୍ୟରେ ଶ୍ରାବଣ ମାସ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ମାସ। ଏହି ପବିତ୍ର ମାସ ଆହୁରି ଗୁରୁତ୍ୱପୂର୍ଣ୍ଣ କାରଣ ଅଗଷ୍ଟ ୨୮ରେ ଆଶିଂକ ଚନ୍ଦ୍ରଗ୍ରହଣ ଲାଗିବାକୁ…

ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି…

ରାହୁଲଙ୍କ ଅଭିଯୋଗକୁ ନେଇ ସରକାରଙ୍କ କଡ଼ା ଜବାବ, ଗୁଳି ନୁହେଁ କେବଳ….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ନେଇ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା । ଏହାପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ…

କୌଣସି ପ୍ରମାଣ ନାହିଁ… ୧୧ ବର୍ଷ ପୁରୁଣା ମାମଲାରେ ମନମୋହନ ସିଂଙ୍କୁ କ୍ଲିନଚିଟ୍

ନୂଆଦିଲ୍ଲୀ,୨୯ା୭: କୋଇଲା ବ୍ଲକ ଆବଣ୍ଟନ ମାମଲାରେ ସ୍ବର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିରୋଧରେ ଜାରି ସମନକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁର…

ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା।…

ବଢୁଛି ସାପ ଆତଙ୍କ: ଅଧ୍ୟାପକଙ୍କ ଘରେ ବିରାଟ ନାଗ, ଆଉ ତା’ ପରେ……

ଭଞ୍ଜନଗର,୨୯ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ମଝିରେ ମଝିରେ ବର୍ଷା ହେଉଛି। ତେଣୁ ଖାଲଖମାଗୁଡ଼ିକ ପାଣିରେ ଭର୍ତ୍ତି ହୋଇଥିବା ଯୋଗୁ ସାପ…

ବିରୋଧୀଙ୍କ ହଙ୍ଗାମା ମଧ୍ୟରେ ଲୋକ ସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ବିଲ୍

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ଆଣ୍ଟି ପେପର ଲିକ୍ ବିଲ୍ ପାରିତ ହୋଇଛି । ପରୀକ୍ଷାରେ ସଂସ୍କାର ନେଇ ଆସିଥିବା ବିଲ୍ ପାରିତ ହୋଇଛି । ପରୀକ୍ଷାରେ ପେପର…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୯ା୭: ବନ୍ୟା ପ୍ରଭାବିତ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଜିଲାପାଳମାନଙ୍କୁ ସ୍କୁଲ ଛୁଟି ଘୋଷଣା ସମ୍ପର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri