Posted inଜାତୀୟ

ଜି-୨୦ରେ ଅଧ୍ୟକ୍ଷତା କରିବ ଭାରତ

ନୂଆଦିଲ୍ଲୀ ୧୬ା୨: ୨୦୨୩ ନଭେମ୍ବରରେ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀରେ ଭାରତ ଅଧ୍ୟକ୍ଷତା କରିବ। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ସ୍ବତନ୍ତ୍ର ସଚିବାଳୟ ଗଠନ କରାଯିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏହି ସଚିବାଳୟର ପରିଚାଳନା ଦାୟିତ୍ୱରେ ରହିବେ ସ୍ବରାଷ୍ଟ୍ର ଏବଂ ଅର୍ଥ ବିଭାଗ ସଚିବ। ଏହି ସଚିବାଳୟ ୨୦୨୪ ଫେବୃୟାରୀ ପର୍ଯ୍ୟନ୍ତ କାର୍ଯ୍ୟ କରିବ। ସଚିବାଳୟ ସଂଚାଳନ ଦାୟିତ୍ୱ ଆପେକ୍ସ କିମିଟି ନିକଟରେ ରହିବ। ଏହି କମିଟିର ଅଧ୍ୟକ୍ଷତା ପ୍ରଧାନମନ୍ତ୍ରୀ କରିବାକୁ ଥିବାବେଳେ ଏଥିରେ ଅର୍ଥମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀ, ବହିର୍ବ୍ୟାପାର ମନ୍ତ୍ରୀ ପ୍ରମୁଖ ସାମିଲ ହେବେ । ବିଶ୍ୱ ଅର୍ଥନୀତି ଉପରେ ଜି-୨୦ର ବଡ଼ ଭୂମିକା ରହିଛି। ୧୯ଟି ଦେଶ ଏବଂ ୟୁରୋପିଆନ ୟୁନିୟନକୁ ନେଇ ଗଠନ ହୋଇଛି ଜି-୨୦। ବିଶ୍ୱ ଅର୍ଥନୀତିରେ ଦେଖାଯାଉଥିବା ସଙ୍କଟର ସମାଧାନ ପାଇଁ ୧୯୯୯ରେ ଜି-୨୦ ଗଠନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri