ଜି-୭ରେ ଇରାନ ବହିର୍ବ୍ୟାପାର ମନ୍ତ୍ରୀ

ବିଆରିଜ୍‌,୨୬ା୮(ଏଏଫ୍‌ପି): ଫ୍ରାନ୍ସର ବିଆରିଜ୍‌ରେ ଚାଲିଥିବା ଜି-୭ ସମ୍ମିଳନୀରେ ଭାଗନେବା ପାଇଁ ରବିବାର ଇରାନର ବହିର୍ବ୍ୟାପାର ମନ୍ତ୍ରୀ ମହମ୍ମଦ ଜାଭେଦ ଜରିଫ୍‌ ଅତି ନାଟକୀୟ ଭାବେ ପହଞ୍ଚତ୍ଛନ୍ତି। ପରମାଣୁ କାର୍ଯ୍ୟକ୍ରମକୁ ନେଇ ଓ୍ବାଶିଂଟନ ଓ ତେହେରାନ ମଧ୍ୟରେ ଉତ୍ତେଜନା ଲାଗିରହିଥିବାବେଳେ ଫ୍ରାନ୍ସ ରାଷ୍ଟ୍ରପତି ଇମାନ୍ବେଲ ମାକ୍‌ରଁ ମଧ୍ୟସ୍ଥ ସାଜି ଏହାକୁ ପ୍ରଶମିତ କରିବାକୁ ଉଦ୍ୟମ କରୁଛନ୍ତି। ହେଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ତାଙ୍କ ଉଦ୍ୟମକୁ ଅଣଦେଖା କରୁଥିବାବେଳେ ସମ୍ମିଳନୀରେ ଜରିଫ୍‌ଙ୍କ ଅପ୍ରତ୍ୟାଶିତ ଉପସ୍ଥିତି ଜି-୭ ନେତୃବୃନ୍ଦଙ୍କୁ ବିସ୍ମିତ କରିଛି।
ସହର ବିଆରିଜ୍‌ରେ ଶନିବାର ଜି-୭ ସମ୍ମିଳନୀ ଆରମ୍ଭ ହୋଇଛି। ଏଥିରେ ୭ ସଦସ୍ୟ ରାଷ୍ଟ୍ର (ଫ୍ରାନ୍ସ, ଇଟାଲୀ, କାନାଡା, ଆମେରିକା, ଜାପାନ, ଜର୍ମାନୀ ଓ ବ୍ରିଟେନ)ର ନେତାମାନେ ଯୋଗଦେଇଛନ୍ତି। ୨୦୧୫ରେ ହୋଇଥିବା ପରମାଣୁ ଚୁକ୍ତିରୁ ଓହରିଯିବା ପାଇଁ ଟ୍ରମ୍ପ୍‌ଙ୍କ ନିଷ୍ପତ୍ତି ପରେ ଆମେରିକା ଓ ଇରାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚତ୍ଛି। ଚଳିତବର୍ଷର ଆୟୋଜକ ରାଷ୍ଟ୍ର ଫ୍ରାନ୍ସ ଉକ୍ତ ସମ୍ମିଳନୀର ଆୟୋଜକ ହୋଇଥିବାରୁ ମାକ୍‌ରଁ ଉତ୍ତେଜନା ହ୍ରାସ କରିବାକୁ ଚାହୁଁଛନ୍ତି। ଏହିକ୍ରମରେ ସେ ଶୁକ୍ରବାର ପ୍ୟାରିସ୍‌ରେ ଜରିଫ୍‌ଙ୍କୁ ଭେଟିଥିଲେ। ଏହାସହ ଇରାନ ରାଷ୍ଟ୍ରପତି ହାସନ ରୌହାନିଙ୍କୁ ମଧ୍ୟ ଫୋନ୍‌ କରି ମାକ୍‌ରଁ ଆଲୋଚନା କରିଥିଲେ। ଏନେଇ ଇରାନ ବହିର୍ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ଅବ୍ବାସ ମୁସାଭି କହିଛନ୍ତି, ପରମାଣୁ ଚୁକ୍ତିକୁ ବଞ୍ଚାଇବା ସକାଶେ ଇରାନ ଓ ଫ୍ରାନ୍ସର ରାଷ୍ଟ୍ରପତିଙ୍କ ମଧ୍ୟରେ ସଦ୍ୟ ପଦକ୍ଷେପ ସମ୍ପର୍କରେ ଆଲୋଚନା ଜାରି ରଖିବା ପାଇଁ ଜରିଫ୍‌ ବିଆରିଜ୍‌ରେ ପହଞ୍ଚତ୍ଛନ୍ତି। ଏହି ଗସ୍ତବେଳେ ଆମେରିକା ପ୍ରତିନିଧି ଦଳ ସହ ତାଙ୍କର ଆଲୋଚନା କିମ୍ବା ବୈଠକ ହେବନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ, ବଦଳିଲେ ୪ ରାଜ୍ୟର ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୮।୫: ଗୁରୁବାର (୨୮ ମଇ) , ଭାଜପା ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି ବା ପଦେଶ ଅଧ୍ୟକ୍ଷ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ, ବୀରେନ୍ଦ୍ର ସଚଦେବଙ୍କ ସ୍ଥାନରେ…

CBSE ମୂଲ୍ୟାୟନ ପ୍ରସଙ୍ଗ: ପାଲଟା ଆକ୍ରମଣ କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲ ଗାନ୍ଧୀ ହତାଶ….

ନୂଆଦିଲ୍ଲୀ,୨୮ା୫: CBSEର ଅନ୍-ସ୍କ୍ରିନ୍ ମାର୍କିଂ ସିଷ୍ଟମକୁ ନେଇ ସାରା ଦେଶରେ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧୀ ଦଳ ନେତା…

କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ସିଦ୍ଧରାମାୟା? କହିଲେ ସବୁଠାରୁ ବଡ଼ କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ କଂଗ୍ରେସ ନେତା ସିଦ୍ଧରାମାୟା ଶେଷରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କ ସଚିବଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି।…

କାନାଡାରେ ଭାରତୀୟ ଛାତ୍ରୀଙ୍କୁ ଛୁରୀ ଭୁସି ହତ୍ୟା, କାନ୍ଦବୋବାଳିରେ ଫାଟି ପଡୁଛି…

ନୂଆଦିଲ୍ଲୀ,୨୮ା୫: କାନାଡା ମାଟିରେ ଜଣେ ଭାରତୀୟ ମହିଳାଙ୍କ ହତ୍ୟା ସହିତ ଜଡିତ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଗୁଜରାଟର ଜଣେ ୨୨ ବର୍ଷୀୟ ମହିଳାଙ୍କୁ ଛୁରି…

ATM ଟଙ୍କା ଉଠାଇବା ଫେଲ୍‌ ହେଲେ ଦୈନିକ ୧୦୦ ଟଙ୍କା କ୍ଷତିପୂରଣ: RBI ବଦଳାଇଲା ୫ଟି ବଡ଼ ନିୟମ

ମୁମ୍ବାଇ,୨୮।୫: ଯଦି ଆପଣ ବ୍ୟାଙ୍କ ଋଣର ଇଏମଆଇ (EMI) ପରିଶୋଧ କରୁଛନ୍ତି, ଏଟିଏମ (ATM) ବ୍ୟବହାର କରୁଛନ୍ତି କିମ୍ବା ମୋବାଇଲ ବ୍ୟାଙ୍କିଙ୍ଗ ଜରିଆରେ ଅନଲାଇନ କାରବାର କରୁଛନ୍ତି,…

୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ…

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ…

ଛାତ୍ରାବାସରେ ଭୟଙ୍କର ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ୧୬ ଛାତ୍ରୀ

ନାଇରୋବି,୨୮।୫: କେନିଆର ନାକୁରୁ କାଉଣ୍ଟିର ଗିଲଗିଲ୍ସ୍ଥିତ ଉତୁମିଶି ବାଳିକା ଏକାଡେମୀର ଏକ ଛାତ୍ରାବାସରେ ଏକ ଭୟଙ୍କର ଅଗ୍ନିକାଣ୍ଡ ସମଗ୍ର ଦେଶକୁ ଥରାଇ ଦେଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri