ଜିଆଇ ତାରରେ ଫାଶ ବସାଉଥିବା ବେଳେ ଶିକାରୀଙ୍କୁ ଗିରଫ କଲା ବନ ବିଭାଗ

ଛେଣ୍ଡିପଦା,୩ା୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ କଙ୍କୁରପାଳ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରୁ ସୋମବାର ସକାଳେ ଜଣେ ଶିକାରୀଙ୍କୁ ବନ ବିଭାଗ ଗିରଫ କରିଛି। ସେ ହେଲେ ଚାଙ୍ଗୁଡିଆ ପଞ୍ଚାୟତ ବଡ଼ବେରେଣା ଗ୍ରାମର ବିରଞ୍ଚି ଭୋଇଙ୍କ ପୁଅ ବିପିନ (୪୦) । ସକାଳୁ ବନ ବିଭାଗ ପକ୍ଷରୁ ଚଢାଉ କରାଯାଇ ବିପିନଙ୍କୁ ଗିରଫ କରିବା ସହ ଶିକାରରେ ବ୍ୟବହୃତ ଜିଆଇ ତାର ଜବତ କରାଯାଇଛି।
ସୂଚନାଯୋଗ୍ୟ, ଉକ୍ତ ଜଙ୍ଗଲରେ ବିପିନ ବନ୍ୟଜନ୍ତୁ ଶିକାର ପାଇଁ ଜିଆଇ ତାରରେ ଫାଶ ବସାଉଥିବା ଖବରପାଇ ଛେଣ୍ଡିପଦା ବନାଞ୍ଚଳ ଅଧିକାରୀ ମନମୋହନ ସ୍ବାଇଁ ସଦଳବଳ ଚଢ଼ାଉ କରିଥିଲେ। ଏ ନେଇ ବନ ବିଭାଗ ପକ୍ଷରୁ ବନ୍ୟଜନ୍ତୁ ସଂରକ୍ଷଣ ଆଇନ ୧୯୭୨ ଅନୁଯାୟୀ ମାମଲା ରୁଜୁ କରାଯିବା ସହିତ ବିପିନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ମନମୋହନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର ଦୁର୍ଘଟଣାରେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ

ଭବାନୀପାଟଣା,୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟରେ ଗୁରୁବାର ରାତିରେ ଏକ କାର ଦୁର୍ଘଟଣାରେ ଜଣେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ…

କିଶୋରୀଙ୍କୁ ଶିଖାଇଲେ ସାଇବର ସୁରକ୍ଷା ଥାନା ବୁଲିଲେ ପୋଲିସ …

ଦାରିଙ୍ଗବାଡି, ୮ ।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପରିସରରେ ଶୁକ୍ରବାର ଅପରାହ୍ନରେ ପୋଲିସ ପକ୍ଷରୁ ଜୁଭେଂଟିକା କାର୍ଯ୍ୟକ୍ରମ ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ଅଧ୍ୟକ୍ଷତାରେ…

ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍‌ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ…

କାଣ୍ଡେଲ ରୋଡ୍‌ ଷ୍ଟେଶନ ସମସ୍ୟା ସମାଧାନ ଦାବି

କେସିଙ୍ଗା, ୮ା୫ (ତୁମେଶ୍ୱର ସାହୁ)- ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ଷ୍ଟେଶନରେ ବିଭିନ୍ନ ସମସ୍ୟା ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ଚାଷୀଙ୍କ ରଣହୁଙ୍କାର

କୋକସରା,୮ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାରମ୍ବାର ଆନ୍ଦୋଳନ ସତ୍ତ୍ୱେ କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ମେଗା ଲିଫ୍ଟ ପ୍ରକଳ୍ପ ଅଞ୍ଚଳର କୋକସରା, ଜୟପାଟଣା ଓ ଧର୍ମଗଡ଼ ବ୍ଲକର ଚାଷୀ…

ଅନ୍‌ଲାଇନ ଟ୍ରେଡିଂ ନାଁରେ ୨୦.୫୦ ଲକ୍ଷ ଠକେଇ ଆନ୍ଧ୍ରରୁ ମାଷ୍ଟର ମାଇଣ୍ଡ ଗିରଫ

କୋରାପୁଟ, ୮ା୫(ଅମିତାଭ ବେହେରା)-ଅନ୍‌ଲାଇନ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ କୋରାପୁଟ ଜିଲା ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା…

ଆଉ Video କରିପାରିବେ ନାହିଁ ଅର୍ଶଦୀପ, ଖେଳାଳିଙ୍କ ପରିବାର ଉପରେ ବି ଲଗାଗଲା ରୋକ

ନୂଆଦିଲ୍ଲୀ,୮।୫: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର କଡ଼ା ଆଭିମୁଖ୍ୟ ପରେ ଏବେ ଆଇପିଏଲ୍‌ ଫ୍ରାଞ୍ଚାଇଜ ଗୁଡ଼ିକ ନିଜ ନିଜ ଖେଳାଳିଙ୍କ ଉପରେ ଶୃଙ୍ଖଳାଗତ କଟକଣା…

ଜୁଭେଣ୍ଟିକା ସେଲ୍‌ ଉଦ୍‌ଘାଟିତ ପୁରୁଷୋତ୍ତମପୁର ଥାନାକୁ ଶିଶୁମିତ୍ର ଥାନା ଭାବରେ ଗଢି ତୋଳିବା ଲକ୍ଷ୍ୟ

ପୁରୁଷୋତ୍ତମପୁର/ଶେରଗଡ଼/ଛତ୍ରପୁର/ ଆସିକା ୮ା୫ (ସବିତା ମିଶ୍ର/ ସୂର୍ଯ୍ୟ ନାରାୟଣ ଦାଶ/ଦିଲୀପ ମିଶ୍ର/ ସୁରେନ୍ଦ୍ର ନାଥ ସାହୁ) ଓଡିଶା ପୋଲିସ ପକ୍ଷରୁ ଶିଶୁଙ୍କ ସୁରକ୍ଷା ଲାଗି ଜୁଭେଣ୍ଟିକା ସେଲ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri