ଜିଏମ୍‌ଆର୍‌ରେ ପରିବେଶ ଦିବସ ପାଳିତ : ୩୩ ମିନିଟ୍‌ରେ ଲାଗିଲା ୮୦୦୦ ଚାରା

ଢେଙ୍କାନାଳ ଅଫିସ, ୯ା୬ – ଢେଙ୍କାନାଳ ଜିଲା କମଳାଙ୍ଗସ୍ଥିତ ଜିଏମ୍‌ଆର୍‌ ଏନର୍ଜି ଲିମିଟେଡ୍‌ ପକ୍ଷରୁ ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ଆରମ୍ଭ ହୋଇଥିବା ସପ୍ତାହବ୍ୟାପୀ କାର୍ଯ୍ୟକ୍ରମ ଶେଷ ହୋଇଛି। କମ୍ପାନୀରେ କାର୍ଯ୍ୟରତ କର୍ମଚାରୀ, ଠିକାସଂସ୍ଥା, ସୁରକ୍ଷା କାର୍ଯ୍ୟରେ ନିୟୋଜିତ କର୍ମଚାରୀମାନେ ୩୩ମିନିଟ୍‌ରେ ୮୦୦୦ ଚାରା ଲଗାଇ କରି ରେକର୍ଡ କରିଛନ୍ତି। ଜିକେଇଏଲ୍‌ ପ୍ରଗତି ଲେଡିଜ୍‌ କ୍ଲବର ସଭ୍ୟାମାନେ ୧୧୦ ଚାରା ରୋପଣ କରିଥିଲେ। ସ୍ଥାନୀୟ ଗ୍ରାମବାସୀଙ୍କୁ ୧୦୦ଟି ଆମ୍ବଚାରା ବଣ୍ଟନ କରାଯାଇଥିଲା। ଏଥିସହ ପ୍ଲାଣ୍ଟ ପରିସରରେ ପରିବେଶ ସଚେତନତା ସମ୍ପର୍କିତ ପୋଷ୍ଟର ଲଗାଯିବା ସହ ସଚେତନତା ଓ ତାଲିମ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଟାଉନଶିପ ମହିଳା ଓ ଶିଶୁଙ୍କ ମଧ୍ୟରେ ଜଣାଅଜଣା ଓ ପୋଷ୍ଟର ପ୍ରତିଯୋଗିତା କରାଯାଇଥିଲା। ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନେ ପୁରସ୍କୃତ ହୋଇଥିଲେ।
କମ୍ପାନୀର ସିଇଓ ରମେଶ ଆର. ପାଇ, ପ୍ରଗତି ଲେଡିଜ୍‌ କ୍ଲବ ସଭାନେତ୍ରୀ ସନ୍ଧ୍ୟା ପାଇ ଯୋଗଦେଇ କହିଲେ, କମ୍ପାନୀ ପକ୍ଷରୁ ପରିବେଶ ସୁରକ୍ଷା ନେଇ ବର୍ଷତମାମ କାର୍ଯ୍ୟକ୍ରମ ଜାରି ରହିବ। ଏ କ୍ଷେତ୍ରରେ ସମସ୍ତେ ସହଯୋଗ କରିବାକୁ ଉଭୟେ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବିଦ୍ରୋହ ଭିତରେ ସୁପ୍ରିମକୋର୍ଟର CJI ସୂର୍ଯ୍ୟକାନ୍ତଙ୍କ ବିସ୍ଫୋରକ ବୟାନ, ସୋସିଆଲ ମିଡିଆରେ ଫେମସ୍‌ ହୁଅ ନାହିଁ…

ନୂଆଦିଲ୍ଲୀ,୨୩।୭: ଭାରତର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ, ୨୦୨୪-୨୫ ବ୍ୟାଚ୍‌ର ନୂତନ ‘ଏଡଭୋକେଟ୍ସ-ଅନ୍-ରିକର୍ଡ’ (AOR) ଙ୍କ ଆନୁଷ୍ଠାନିକ ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରି ଆଇନ ପେଷାରେ ଶ୍ରେଷ୍ଠତା, ନିଷ୍ଠା…

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri