ଜିଏସ୍‌ଟି ଆଦାୟ ଲକ୍ଷେ କୋଟି ଟଙ୍କା ଟପିଲା

ନୂଆଦିଲ୍ଲୀ,୧-୨: ଚଳିତ ଆର୍ଥତ୍କ ବର୍ଷରେ ଲଗାତର ଭାବେ ଦ୍ୱିତୀୟ ଥର ଲାଗି ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଆଦାୟ ଲକ୍ଷେ କୋଟି ଟଙ୍କା ଟପିଛି। ଡିସେମ୍ବର ମାସରେ ଜିଏସ୍‌ଟି ରାଜସ୍ବ ବାବଦକୁ ୧,୦୩,୪୯୨ କୋଟି ଟଙ୍କା ଆଦାୟ କରାଯାଇଛି। ଲୋକଙ୍କର ଖର୍ଚ୍ଚ ବଢିବା ଯୋଗୁ ରାଜସ୍ବ ସଂଗ୍ରହ ଉନ୍ନତ ହୋଇଥିବା ଜଣାପଡିଛି। ଏହା ପୂର୍ବରୁ ଚଳିତ ବର୍ଷ ଜୁଲାଇରେ ରାଜସ୍ବ ସଂଗ୍ରହ ୧ ଲକ୍ଷ କୋଟି ଟଙ୍କାରୁ ଉର୍ଦ୍ଧ୍ୱରେ ରହିବା ସହ ୧.୦୨ ଲକ୍ଷ କୋଟି ଟଙ୍କା ଛୁଇଁଥିଲା। ୨୦୧୮ ଡିସେମ୍ବରରେ ସରକାର ୯୪,୭୨୬ କୋଟି ଟଙ୍କାର ଜିଏସ୍‌ଟି ସଂଗ୍ରହ କରିବାକୁ ସକ୍ଷମ ହୋଇଥିଲେ ବୋଲି ସରକାରୀ ଡାଟାରୁ ଜଣାପଡିଛି। ଅନୁପାଳନ ଏବଂ ଲୋକଙ୍କ ଖର୍ଚ୍ଚରେ ଉନ୍ନତି ଯୋଗୁ ରାଜସ୍ବ ବଢିଥିବା ଜଣେ ସରକାରୀ ଅଧିକାରୀ କହିଛନ୍ତି। ଚଳିତ ବର୍ଷ ଡିସେମ୍ବରରେ ଜିଏସ୍‌ଟି ରାଜସ୍ବ ଗତ ବର୍ଷ ସମାନ ସମୟ ତୁଳନାରେ ୧୬% ବୃଦ୍ଧି ଘଟିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି।
ସେହିଭଳି ଆମଦାନୀରୁ ସଂଗ୍ରହ ହେଉଥିବା ମୋଟ୍‌ ଜିଏସ୍‌ଟି କଥା ବିଚାରକୁ ନେଲେ ଏଥିରେ ଗତ ବର୍ଷ ଡିସେମ୍ବର ତୁଳନାରେ ୯% ବୃଦ୍ଧି ଘଟିଛି। ସଂଗ୍ରହ ହୋଇଥିବା ମୋଟ ୧.୦୩ ଲକ୍ଷ କୋଟି ଟଙ୍କାର ରାଜସ୍ବ ମଧ୍ୟରୁ କେନ୍ଦ୍ର ଜିଏସ୍‌ଟି ବା ସିଜିଏସ୍‌ଟି ବାବଦ ୧୯,୯୬୨ କୋଟି, ରାଜ୍ୟ ଜିଏସ୍‌ଟି ବା ଏସ୍‌ଜିଏସ୍‌ଟି ବାବଦ ୨୬,୭୯୨ କୋଟି, ସମନ୍ବିତ ଜିଏସ୍‌ଟି ବା ଆଇଜିଏସ୍‌ଟି ବାବଦ ୪୮,୦୯୯ କୋଟି, ସେସ୍‌ ବା ଉପକାର ବାବଦ ୮୩୩୧ କୋଟି ଟଙ୍କା ସାମିଲ ରହିଛି। ଡିସେମ୍ବର ୩୧ ସୁଦ୍ଧା ୮୧.୨୧ ଲକ୍ଷ ଜିଏସ୍‌ଟି ଆର୍‌ ୩ବି ଫାଇଲ କରାଯାଇଛି। ନିୟମିତ ସମାଧାନ ଦ୍ୱାରା ଆଇଜିଏସ୍‌ଟିରୁ ସରକାର ସିଜିଏସ୍‌ଟି ବାବଦ ୨୧,୮୧୪ କୋଟି ଏବଂ ଏସ୍‌ଜିଏସ୍‌ଟି ବାବଦ ୧୫,୩୬୬ କୋଟି ଟଙ୍କା ସମାଧାନ କରିଛନ୍ତି। ନିୟମିତ ସମାଧାନ ଦ୍ୱାରା ଡିସେମ୍ବରରେ କେନ୍ଦ୍ର ଏବଂ ରାଜ୍ୟ ସରକାର ସିଜିଏସ୍‌ଟି ବାବଦ ୪୧,୭୭୬ କୋଟି ଏବଂ ଏସ୍‌ଜିଏସ୍‌ଟି ବାବଦ ୪୨,୧୫୮ କୋଟି ଟଙ୍କା ପାଇଛନ୍ତି।
ଚଳିତ ଆର୍ଥତ୍କ ବର୍ଷ ବାକି ଥିବା ମାସଗୁଡିକରେ ପ୍ରତିମାସ ୧ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ଟଙ୍କାର ଜିଏସ୍‌ଟି ସଂଗ୍ରହ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏହି ଧାର୍ଯ୍ୟ ଲକ୍ଷ୍ୟକୁ ହାସଲ କରିବା ପାଇଁ ଟିକସ ଅଧିକାରୀଙ୍କୁ କୁହାଯାଇଛି। ରାଜସ୍ବ ସଚିବ ଅଜୟ ଭୂଷଣ ପାଣ୍ଡେ ଉଚ୍ଚ ଟିକସ ଅଧିକାରୀଙ୍କ ସହ ଏ ନେଇ ଗତ ମାସରେ ଭିଡିଓ କନଫରେନ୍ସିଂ ଯୋଗେ ବୈଠକ କରିଥିଲେ। ବିତ୍ତୀୟ ନିଅଣ୍ଟକୁ ନିୟନ୍ତ୍ରଣ କରିବା ଲାଗି ଆସନ୍ତା ମାସଗୁଡିକରେ ରାଜସ୍ବ ସଂଗ୍ରହ ଉନ୍ନତ ହେବା ଆବଶ୍ୟକ ବୋଲି ଡେଲଏଟ ଇଣ୍ଡିଆର ପାର୍ଟନର ଏମ୍‌.ଏସ୍‌. ମଣି କହିଛନ୍ତି। ଟିକସ ସଂଗ୍ରହରେ ଉନ୍ନତି, ଇନଭଏସିଂ, ନୂଆ ରିଟର୍ନ ପ୍ରଣାଳୀ ଦ୍ୱାରା ରାଜସ୍ବ ସଂଗ୍ରହ ବଢିବ ନେଇ ଆଶା ରହିଥିବା ସେ ମତ ଦେଇଛନ୍ତି। ଡିସେମ୍ବରରେ ହିମାଞ୍ଚଳ ପ୍ରଦେଶର ଜିଏସ୍‌ଟି ସଂଗ୍ରହ ୨ ଗୁଣା ବଢି ୨୬ରୁ ୫୮ କୋଟି ଟଙ୍କା ଟପିଛି। ଏହାବାଦ ନାଗାଲାଣ୍ଡରେ ରାଜସ୍ବ ଆଦାୟ ୮୮%, ମଣିପୁର ୬୪%, ମିଜୋରାମ ୬୦% ବଢିଛି। ସେହିଭଳି ଲାକ୍ଷାଦୀପର ରାଜସ୍ବ ସଂଗ୍ରହ ୭୮% କମିଥିବା ବେଳେ ଝାଡଖଣ୍ଡର ୩% ଟିକସ ସଂଗ୍ରହ କମିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍‌ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍‌ର...

ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୭।୪: ନାଲ୍‌କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର...

ଦିନିକିଆ କେୟାର କନେକ୍ଟ କର୍ମଶାଳା

ଭୁବନେଶ୍ୱର,୨୭।୪: କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଦିନିକିଆ କେୟାର କନେକ୍ଟ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି...

ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ

ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶହୀଦନଗରଠାରେ...

ଉତ୍କଳରେ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri