ଜିଏସ୍‌ଟି କ୍ଷତିପୂରଣ ବିଳମ୍ବକୁ ନେଇ ଉଦ୍‌ବେଗ

ନୂଆଦିଲ୍ଲୀ, ୫।୧୨: କେନ୍ଦ୍ର ସରକାର ଜିଏସ୍‌ଟି କ୍ଷତିପୂରଣ ପ୍ରଦାନରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ବିରୋଧୀ ଦଳରେ ଥିବା ରାଜ୍ୟଗୁଡିକର ଅର୍ଥମନ୍ତ୍ରୀମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ରାଜ୍ୟ ଅର୍ଥମନ୍ତ୍ରୀ ମାନଙ୍କର ଏକ ପ୍ରତିନିଧି ଦଳ ବୁଧବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ଭେଟିଛନ୍ତି। ଜିଏସ୍‌ଟି କ୍ଷତିପୂରଣ ବିଳମ୍ବ ହେଉଥିବାରୁ ଏଥିଯୋଗୁ ରାଜ୍ୟଗୁଡିକ ବିଭିନ୍ନ ସମସ୍ୟା ସାମ୍ନା କରୁଥିବା ପ୍ରସଙ୍ଗକୁ ସେମାନେ ଉଠାଇଛନ୍ତି। ପ୍ରତିନିଧି ଦଳରେ ଦିଲ୍ଲୀ, ପୁଡୁଚେରୀ, ପଞ୍ଜାବ, ମଧ୍ୟପ୍ରଦେଶ,କେରଳ, ରାଜସ୍ଥାନ, ଛତିଶଗଡ, ପଶ୍ଚିମବଙ୍ଗ ଭଳି ରାଜ୍ୟ ସାମିଲ ହୋଇଛନ୍ତି। ନିର୍ମଳା ସୀତାରାମନଙ୍କ ସହ ବୈଠକ ପରେ ପଞ୍ଜାବ ଅର୍ଥମନ୍ତ୍ରୀ ମନପ୍ରୀତ ସିଂ ବାଦଲ କହିଛନ୍ତି ଯେ, ଅଗଷ୍ଟ ଏବଂ ସେପ୍ଟେମ୍ବର ମାସର କ୍ଷତିପୂରଣ ରାଜ୍ୟ ବର୍ତ୍ତମାନ ଯାଏ ପାଇ ନାହାନ୍ତି। ପୁରୁଣା କ୍ଷତିପୂରଣ ଏବେ ଯାଏ ମିଳି ନ ଥିବା ବେଳେ ବର୍ତ୍ତମାନ ନଭେମ୍ବର ଏବଂ ଡିସେମ୍ବର ମାସର କ୍ଷତିପୂରଣ ଲାଗି ସମୟ ଆସିଲାଣି। ଅଗଷ୍ଟରୁ ନଭେମ୍ବର ଯାଏ କ୍ଷତିପୂରଣର ଦେୟ ସରକାରଙ୍କୁ ପ୍ରଦାନ କରିବାକୁ ପଡିବ। ରାଜ୍ୟଗୁଡିକୁ ଶୀଘ୍ର କ୍ଷତିପୂରଣ ଲାଗି ନିର୍ମଳା ସୀତାରାମନ ପ୍ରତିଶ୍ରୁତି ଦେଇଛନ୍ତି। ହେଲେ କେଉଁ ସମୟ ମଧ୍ୟରେ ଏହା ପ୍ରଦାନ କରାଯିବ ସେ ନେଇ କୌଣସି ସ୍ପଷ୍ଟ ସୂଚନା ଦେଇ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri