ଜିଏସ୍‌ଟି କ୍ଷତିପୂରଣ ବିଳମ୍ବକୁ ନେଇ ରାଜ୍ୟଗୁଡିକର ଉଦ୍‌ବେଗ

ନୂଆଦିଲ୍ଲୀ,୨୧-୧୧: ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) କ୍ଷତିପୂରଣ ପ୍ରଦାନକୁ ନେଇ ବିଭିନ୍ନ ରାଜ୍ୟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହା ଦ୍ୱାରା ରାଜ୍ୟଗୁଡିକ ବିଭିନ୍ନ ସମସ୍ୟା ସାମ୍ନା କରୁଥିବା କହିଛନ୍ତି। ଦିଲ୍ଲୀ, ପଶ୍ଚିମବଙ୍ଗ, ପଞ୍ଜାବ,କେରଳ ଏବଂ ରାଜସ୍ଥାନ ଭଳି ରାଜ୍ୟଗୁଡିକର ଅର୍ଥମନ୍ତ୍ରୀମାନେ ମିଳିତ ଭାବେ ଏକ ପ୍ରେସ ଇସ୍ତାହାରରେ ଏ ନେଇ ସୂଚନା ଦେଇଛନ୍ତି। କେନ୍ଦ୍ର ସରକାର ଗତ ୨ ମାସ ହେବ ରାଜ୍ୟଗୁଡିକୁ ଜିଏସ୍‌ଟି ବାବଦ କ୍ଷତିପୂରଣ ଦେଇ ନ ଥିବା ସୂଚନା ରହିଛି। ଏ ପ୍ରସଙ୍ଗରେ ବିବୃତି ରଖି ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଅମିତ ମିତ୍ର କହିଛନ୍ତି ଯେ, ଏ ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଦୃଷ୍ଟି ଆକର୍ଷଣ କରାଯିବ । ଏହି ପ୍ରସଙ୍ଗକୁ ଗୁରୁତ୍ୱ ସହ ବିଚାର କରିବାକୁ ତାଙ୍କୁ କୁହାଯିବ। ସମ୍ବିଧାନର ନିୟମକୁ ଅଣଦେଖା ନ କରି ରାଜ୍ୟଗୁଡିକୁ ଶୀଘ୍ର କ୍ଷତିପୂରଣ ପ୍ରଦାନ ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେବା ଉଚିତ। ପ୍ରଥମଥର ଲାଗି ଏଭଳି ହୋଇଥିବା ସେ ଖବରଦାତାଙ୍କୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ଏଣିକି ବିନା ଇଣ୍ଟରନେଟ୍‌ରେ ହେବ UPI ପେମେଣ୍ଟ! ଦ୍ରୁତ ଗତିରେ ଚାଲିଛି…

ନୂଆଦିଲ୍ଲୀ,୨୧।୭: UPI ଭାରତରେ ଡିଜିଟାଲ ପେମେଣ୍ଟର ଦୃଶ୍ୟପଟକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏବେ ଇଣ୍ଟରନେଟ ସଂଯୋଗ ବିନା ମଧ୍ୟ UPI ପେମେଣ୍ଟ କରିବାର ଏକ ଉପାୟ ଖୋଲିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri