ଜିତେନ୍ଦ୍ରଙ୍କ ‘ଦି ଲାଷ୍ଟ୍‌ କଲର୍‌’ ଶ୍ରେଷ୍ଠ ଫିଚର ଫିଲ୍ମ

ଭୁବନେଶ୍ୱର, ୧୭-୯(ବ୍ୟୁରୋ):ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା ଓଡ଼ିଶା ଜନ୍ମିତ ଫିଲ୍ମ ପ୍ରଯୋଜକ ଓ ପ୍ରମୋଟର ଜିତେନ୍ଦ୍ର ମିଶ୍ରଙ୍କ ପ୍ରଯୋଜିତ ଫିଚର ଫିଲ୍ମ ‘ଦି ଲାଷ୍ଟ୍‌ କଲର୍‌’ ପୁଣି ଏକ ମାଇଲଷ୍ଟୋନ୍‌ ଅତିକ୍ରମ କରିଛି। ଜିତେନ୍ଦ୍ରଙ୍କ ନିର୍ମିତ ଏହି ଫିଲ୍ମ ଇଣ୍ଡିଆ ଇଣ୍ଟରନ୍ୟାଶ୍‌ନାଲ ଫିଲ୍ମ ଫେଷ୍ଟିଭାଲ୍‌ ଅଫ୍‌ ବୋଷ୍ଟନ୍‌ର ଉଦ୍‌ଘାଟନୀ ସମାରୋହରେ ପ୍ରଦର୍ଶିତ ହେବାର ଗୌରବ ଅର୍ଜନ କରିଛି। ସେପ୍ଟେମ୍ବର ୧୩ରେ ଯୁକ୍ତରାଷ୍ଟ ଆମେରିକାର ବୋଷ୍ଟନ୍‌ ସହରରେ ଥିବା ଜନ୍‌ ଏଫ୍‌. କେନେଡି ପ୍ରେସିଡେନ୍ସିଆଲ ଲାଇବ୍ରେରୀ ଆଣ୍ଡ୍‌ ମ୍ୟୁଜିୟମ୍‌ରେ ଏହା ପ୍ରଦର୍ଶିତ ହେବାସହ ଦୁଇଟି ପୁରସ୍କାର ହାସଲ କରିଛି। ‘ଦି ଲାଷ୍ଟ୍‌ କଲର୍‌’କୁ ମିଳିଛି ଶ୍ରେଷ୍ଠ ଫିଚର୍‌ ଫିଲ୍ମ ଏବଂ ଶ୍ରେଷ୍ଠ ଅଭିନେତ୍ରୀର ପୁରସ୍କାର। ସେଲିବ୍ରିଟି ସେଫ୍‌ ବିକାଶ ଖାନ୍ନାଙ୍କ ଦ୍ୱାରା ନିର୍ଦ୍ଦେଶିତ ଏହି ଫିଲ୍ମ କିଛିଦିନ ତଳେ ଜାତିସଂଘ ମୁଖ୍ୟାଳୟରେ ପ୍ରଦର୍ଶିତ ହେବାକୁ ମନୋନୀତ ହୋଇଥିଲା। ଏହାସହ ୩୦ତମ ଆନୁଆଲ୍‌ ପାମ୍‌ ସ୍ପ୍ରିଙ୍ଗ୍‌ସ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ୍‌ରେ ପ୍ରିମିୟର୍‌ ହୋଇଥିବାବେଳେ ସମ୍ମାନଜନକ କାନ୍‌ସ ଫିଲ୍ମ ଫେଷ୍ଟିଭାଲ୍‌ ୨୦୧୯ରେ ସ୍ବତନ୍ତ୍ରଭାବେ ସ୍କ୍ରିନିଂ ହୋଇଥିଲା। କିଛିବର୍ଷ ପୂର୍ବେ ବିକାଶ ଖାନ୍ନାଙ୍କ ଦ୍ୱାରା ଲିଖିତ ପୁସ୍ତକ ‘ଦି ଲାଷ୍ଟ୍‌ କଲର୍‌’ ଉପରେ ଆଧାରିତ ଏହି ଫିଲ୍ମରେ ଅଭିନେତ୍ରୀ ନିନା ଗୁପ୍ତା ମୁଖ୍ୟ ଚରିତ୍ରରେ ଅଭିନୟ କରିଛନ୍ତି। ୮୬ ମିନିଟର ଏହି ଫିଲ୍ମରେ ବୃନ୍ଦାବନରେ ବିଧବା ମହିଳାମାନେ ହୋଲି ଖେଳିବାକୁ ନେଇ ରହିଥିବା କଟକଣା ଓ ଏହା ବିରୋଧରେ ସୁପ୍ରିମକୋର୍ଟଙ୍କ ରାୟକୁ ଦର୍ଶାଯାଇଛି। ମହିଳାମାନଙ୍କ ବିରୋଧରେ ରହିଥିବା ବିଭିନ୍ନ କୁପ୍ରଥା ଏବଂ ସାମାଜିକ ପ୍ରତିବନ୍ଧକ ବିରୋଧରେ ଲଢ଼େଇ କରିବା ପାଇଁ ଲୋକଙ୍କ ମଧ୍ୟରେ ସଚେତନ ସୃଷ୍ଟି କରିବା ଏହି ଫିଲ୍ମର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଜିତେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ବ୍ରହ୍ମପୁର ସମ୍ପର୍କ, କହିଲେ ଝିଅ ପାଇଛି ଏହିଠୁ…

ଭୁବନେଶ୍ୱର,୫।୫: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ନେତା ଭିକେ ପାଣ୍ଡିଆନ ୪ଟି ଜିଲାର ୩ ଲୋକ ସଭା ଆସନରେ ମାରାଥନ ପ୍ରଚାର କରିଛନ୍ତି।...

ଘରୁ ମତଦାନ କରିବେ ବରିଷ୍ଠ ମତଦାତା

ଭୁବନେଶ୍ୱର,୫ା୫(ଅନିଲ ଦାସ): ପ୍ରତିଟି ଭୋଟ ମୂଲ୍ୟବାନ। ଭାରତୀୟ ଗଣତନ୍ତ୍ରକୁ ପରିପୁଷ୍ଟ କରିବାରେ ପ୍ରତି ଭୋଟରଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ଯେଉଁ ମତଦାତାମାନେ ମତଦାନ କେନ୍ଦ୍ରକୁ...

‘ସର୍ଭେ ନାମରେ ହିତାଧିକାରୀ ଆଧାରିତ ଯୋଜନା ବନ୍ଦ କର’

ଭୁବନେଶ୍ୱର,୫ା୫(ଅନିଲ ଦାସ): ଚଳିତ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪କୁ ମୁକ୍ତ, ଅବାଧ, ନିରପେକ୍ଷ ଓ ସ୍ବଚ୍ଛ କରିବା ପାଇଁ ଭାରତ ନିର୍ବାଚନ କମିଶନ ଆଦର୍ଶ ଆଚରଣ ବିଧିର...

ହାତ ମିଶାଇଲେ ସୌମ୍ୟ-ଅନୁଭବ, ଖଣ୍ଡପଡ଼ାରେ ହେବ ବଡ଼ ଲଢେଇ

ବ୍ରହ୍ମପୁର,୫।୫: ଖଣ୍ଡପଡ଼ାରେ ରୋଚକ ହେଉଛି ବିଧାନସଭା ଲଢେଇ। ହାତ ମିଶାଇଛନ୍ତି ବିଜେଡିରୁ ନିଲମ୍ବିତ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଏବଂ ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ।...

କୁକୁଡ଼ାଫାର୍ମ ଗନ୍ଧରେ ଅତିଷ୍ଠ ବସ୍ତିବାସିନ୍ଦା

ରାଉରକେଲା,୫ା୫(ବିପ୍ଲବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଓ୍ବାର୍ଡ ନଂ. ୪ରେ ଥିବା ପ୍ରଧାନପାଲି ବସ୍ତି ନିକଟରେ କୁକୁଡ଼ାଫାର୍ମ ରହିଛି। ଫଳରେ ବସ୍ତି ପରିବେଶ ପ୍ରଦୂଷିତ ହେଉଥିବା...

୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି...

ଗଞ୍ଜାମରେ ଆଖୁ ଚାଷ ନିରାଶାଜନକ

ବ୍ରହ୍ମପୁର,୫।୫(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାରେ ଆଖୁ ଚାଷ ଚଳିତବର୍ଷ ନିରାଶାଜନକ ହୋଇଛି। ୨୦୨୩-୨୪ରେ ଜିଲାରେ ୮୦୧ ହେକ୍ଟର ଆଖୁଚାଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ଥିବାବେଳେ ୬୮୦...

ଭଲ ଲୋକଙ୍କୁ ଭୋଟ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି, ୫।୫ (ଗିରିଧାରୀ ପରିଛା):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ଗଜପତି ଜିଲା ପାରଳାଖେମୁଣ୍ଡିଠାରେ ନିର୍ବାଚନ ପ୍ରଚାର କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri