Posted inଜାତୀୟ

ଜିଭ କାଟି ମହାଦେବଙ୍କୁ ଅର୍ପଣ କଲେ ଯୁବକ

ରାୟପୁର,୨୨।୭: ଆଧୁନିକ ବିଜ୍ଞାନ ଯୋଗୁ ଏବେ ମଣିଷ ଚନ୍ଦ୍ରରେ ବସତି ସ୍ଥାପନ କରିବାକୁ ଚିନ୍ତା କରୁଛି। ଏପରି ସ୍ଥଳେ କେତେକ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ନାନା ପ୍ରକାର କାର୍ଯ୍ୟ କରୁଛନ୍ତିି। ଛତିଶଗଡ଼ରେ ସମ୍ପ୍ରତି ଏଭଳି ଏକ ଘଟଣା ଘଟିଛି। ସ୍ଥାନୀୟ କୋରବା ଅଞ୍ଚଳରେ ଥିବା କରତାଲା-ସେନ୍ଦ୍ରୀପାଲି ନାମକ ଜନଜାତି ବହୁଳ ଗାଁରେ ଜଣେ ଯୁବକ ମାନସିକ ପୂରଣ ପାଇଁ ମହାଦେବ ମନ୍ଦିରରେ ଶିବଲିଙ୍ଗକୁ ନିଜ ଜିଭ କାଟି ଅର୍ପଣ କରିଛନ୍ତି। ଗାଁର ଲକ୍ଷ୍ମୀ ପ୍ରସାଦ ନାମକ ଜଣେ ଯୁବକ ଏପରି କରିଛନ୍ତି। ସେ ସକାଳୁ କାହାକୁ ଜଣାଇ ଘରୁ ବାହାରି ଯାଇଥିଲେ। ତେବେ ଦୀର୍ଘ ସମୟ ଧରି ଘରକୁ ନ ଫେରିବାରୁ ଖୋଜାଖୋଜି ଆରମ୍ଭ ହୋଇଥିଲା। ଶେଷରେ ଲକ୍ଷ୍ମୀ ଗାଁ ମୁଣ୍ଡରେ ଥିବା ଶିବ ମନ୍ଦିରରେ ଚୁପ୍‌ ଚାପ୍‌ ବସିଥିବା ଦେଖିବାକୁ ମିଳିଥିଲା। ମନ୍ଦିରର ଶିବଲିଙ୍ଗ ଉପରେ ଲକ୍ଷ୍ମୀଙ୍କର କଟା ଜିଭ ରହିଥିବା ଲୋକେ ଦେଖିଥିଲେ। ମାତ୍ର ଗାଁ ଲୋକେ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ ନେବା ପରିବର୍ତ୍ତେ ଲକ୍ଷ୍ମୀଙ୍କୁ ପୂଜାର୍ଚ୍ଚନା କରିବା ଆରମ୍ଭ କରିଥିଲେ। ଏବେ ଲକ୍ଷ୍ମୀଙ୍କ ପାଇଁ ସେଠାରେ ତମ୍ବୁ ଟଣା ଯାଇଥିବା କୁହାଯାଉଛି। ଏହି ଘଟଣା ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri