Posted inଖେଳ

ଜିମ୍ବାଓ୍ବେ ଅଧିନାୟକ ମାସକାଡ୍‌ଜାଙ୍କ ଅବସର ଘୋଷଣା

ହରାରେ,୪।୯: ଜିମ୍ବାଓ୍ବେ କ୍ରିକେଟ ଦଳର ଅଧିନାୟକ ହାମିଲଟନ ମାସକାଡ୍‌ଜା ୧୮ ବର୍ଷର ଅନ୍ତର୍ଜାତୀୟ କ୍ୟାରିୟରକୁ ଅନ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବାଂଲାଦେଶରେ ହେବାକୁ ଥିବା ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜ୍‌ ତାଙ୍କ କ୍ୟାରିୟରର ଅନ୍ତିମ ଅନ୍ତର୍ଜାତୀୟ ଇଭେଣ୍ଟ ହେବ ବୋଲି ସେ ଘୋଷଣା କରିଛନ୍ତି। ଆଫଗାନିସ୍ତାନକୁ ନେଇ ହେବାକୁ ଥିବା ସିରିଜ୍‌ ଚଳିତ ମାସ ୧୩ରୁ ୨୪ ତାରିଖ ପର୍ଯ୍ୟନ୍ତ ଖେଳାଯିବ। ୩୬ ବର୍ଷୀୟ ଡାହାଣହାତୀ ବ୍ୟାଟ୍ସମ୍ୟାନ ୩୮ ଟେଷ୍ଟ, ୨୦୯ ଦିନିକିଆ ଓ ୬୨ ଟି୨୦ ଖେଳି ମୋଟ ୯,୪୧୦ ରନ୍‌ କରିଛନ୍ତି। ଏଥିରେ ୧୦ ଶତକ ଓ ୪୨ ଅର୍ଦ୍ଧଶତକ ରହିଛି। ସର୍ବାଧିକ ଟେଷ୍ଟ ଓ ଦିନିକିଆ ରନ କରିଥିବା ଜିମ୍ବାଓ୍ବେ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ମାସକାଡ୍‌ଜା ୪ର୍ଥ ସ୍ଥାନରେ ରହିଛନ୍ତି। ୨୦୦୧ରେ ଏହି ବ୍ୟାଟ୍ସମ୍ୟାନ ୧୭ ବର୍ଷ ୩୫୪ ଦିନରେ ପଦାର୍ପଣ ଟେଷ୍ଟରେ ଶତକ ହାସଲ କରିଥିଲେ। ସେତେବେଳେ ସର୍ବକନିଷ୍ଠ ଖେଳାଳି ଭାବେ ପଦାର୍ପଣ ମ୍ୟାଚ୍‌ରେ ଶତକ ହାସଲ କରିଥିବା ବ୍ୟାଟ୍ସମ୍ୟାନ ହୋଇପାରିଥିଲେ। ଏହାପରେ ବାଂଲାଦେଶର ମହମ୍ମଦ ଅଶ୍ରଫୁଲ ଏହି ରେକର୍ଡ ଭାଙ୍ଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri