Posted inଖେଳ

ଜିମ୍ବାଓ୍ବେ ବ୍ୟାନ୍‌: ଅକ୍ଟୋବର ପରେ ବିସିସିଆଇ ନିଷ୍ପତ୍ତି ନେବ

ନୂଆଦିଲ୍ଲୀ,୨୦।୭(ପି.ଟି.)- ଜିମ୍ବାଓ୍ବେକୁ ଆଇସିସି ବାସନ୍ଦ କରିବା ପରେ ଆସନ୍ତା ଜାନୁୟାରୀରେ ଖେଳାଯିବାକୁ ଥିବା ଭାରତ- ଜିମ୍ବାଓ୍ବେ ସୀମିତ ଓଭର ସିରିଜ ନେଇ ଆଶଙ୍କା ପ୍ରକାଶ ପାଇଛି। ତେବେ ବିକଳ୍ପ ପଦକ୍ଷେପ ବା ନିଷ୍ପତ୍ତି ନେବା ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆସନ୍ତା ଅକ୍ଟୋବର ପର୍ଯ୍ୟନ୍ତ ଅପେକ୍ଷା କରିବ। ଜାନୁୟାରୀରେ ଘରୋଇ ପରିବେଶରେ ଭାରତ ଜିମ୍ବାଓ୍ବେ ବିପକ୍ଷରେ ଏକ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଗୁଆହାଟୀରେ ପ୍ରଥମ ଟି୨- ଜାନୁୟାରୀ ୫ ତାରିଖରେ ଖେଳାଯିବାର କାର୍ଯ୍ୟକ୍ରମେ ରହିଛି। ସେହିପରି ୭ରେ ଇନ୍ଦୋରରେ ଓ ୧୦ରେ ପୁଣେରେ ଯାଥାକ୍ରମ ଦ୍ୱିତୀୟ ଓ ତୃତୀୟ ଟି୨୦ ଖେଳାଯିବାର କାର୍ଯ୍ୟକ୍ରମ ଥିଲା। ତେବେ ଜିମ୍ବାଓ୍ବେ ବାସନ୍ଦ ହେବା ପରେ ଏହି ସିରିଜ୍‌ ଆୟୋଜନ ନେଇ ଆଶଙ୍କା ପ୍ରକାଶ ପାଇଛି।
ଏବେ କୌଣସି ବିକଳ୍ପ ଯୋଜନା ନେଇ ଆମେ ଚିନ୍ତା କରୁନାହୁଁ। ଅକ୍ଟୋବର ୧୬ରେ ଆଇସିସିର କ୍ୱାର୍ଟଲି ମିଟିଂ ଆୟୋଜନ ହେବ। ଆଇସିସି ମଧ୍ୟ ଜିମ୍ବାଓ୍ବେକୁ ପରିସ୍ଥିତି ସୁଧାରିବା ପାଇଁ ୩ ମାସ ସମୟ ଦେଇଛି। ତେଣୁ ସେ ପର୍ଯ୍ୟନ୍ତ ଆମକୁ ଅପେକ୍ଷା କରିବାକୁ ହେବ ବୋଲି ବିସିସିଆଇର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ତେବେ ଯଦି ଜିମ୍ବାଓ୍ବେ କ୍ରିକେଟ ଆଇସିସିଠାରୁ ସବୁଜ ସଙ୍କେତ ନ ପାଏ ତାହେଲେ ଆମକୁ କିଛି ଯୋଜନା ଆପଣାଇବାକୁ ହେବ। ଆଇସିସିର ଫୁଲ ମେମ୍ବର ଯଥା ଆଫଗାନିସ୍ତାନ, ଶ୍ରୀଲଙ୍କା ଓ ଓ୍ବେଷ୍ଟଇଣ୍ଡିଜ୍‌ ଯଦି ସେତେବେଳେ କୌଣସି ସିରିଜ ଖେଳୁ ନ ଥାନ୍ତି ତାହେଲେ ଭାରତ ଆସି ସିରିଜ ଖେଳିବା ନେଇ ସମ୍ଭାବନା ରହିବ। ତେବେ ଅକ୍ଟୋବର ପରେ ଯାଇ ସ୍ଥିତି ସ୍ପଷ୍ଟ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri