Posted inଖେଳ

ଜିମ୍ବାଓ୍ବେର କ୍ଲିନସୁଇପ୍‌

ହରାରେ, ୧୭।୪- ଭ୍ରମଣକାରୀ ୟୁଏଇ ବିପକ୍ଷରେ ମଙ୍ଗଳବାର ଏଠାରେ ଖେଳାଯାଇଥିବା ଅନ୍ତିମ ତଥା ୪ର୍ଥ ଦିନିକିଆ ମ୍ୟାଚ୍‌କୁ ଜିମ୍ବାଓ୍ବେ ୩ ଉଇକେଟ୍‌ରେ ଜିତିନେଇଛି। ପ୍ରଥମେ ବ୍ୟାଟିଂ କରି ୟୁଏଇ ୧୭୫ ରନ ଅଲ୍‌ଆଉଟ୍‌ ହୋଇଥିଲା। ତେବେ ବର୍ଷା କାରଣରୁ ଜିମ୍ବାଓ୍ବେ ୩୦ ଓଭରରେ ୧୨୮ ରନର ଟାର୍ଗେଟ୍‌ ଧାର୍ଯ୍ୟ ହୋଇଥିଲା। ଫଳରେ ଜିମ୍ବାଓ୍ବେ ୩୧ ବଲ୍‌ ବଳକା ଥାଇ ୭ ଉଇକେଟ୍‌ ହରାଇ ମ୍ୟାଚ୍‌ କବ୍‌ଜା କରିନେଇଥିଲା। ଏହି ବିଜୟ ସହ ଜିମ୍ବାଓ୍ବେ ୪ ମ୍ୟାଚ୍‌ବିଶିଷ୍ଟ ସିିରିଜକୁ ୪-୦ରେ କ୍ଲିନ୍‌ସୁଇପ୍‌ କରିନେଇଛି।

ସ୍ଥାନୀୟ ହରାରେ ସ୍ପୋଟର୍‌ସ କ୍ଲବରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି ୟୁଏଇ ୪୭.୧ ଓଭରରେ ୧୭୫ ରନରେ ସୀମିତ ରହିଥିଲା। ଦଳ ପକ୍ଷରୁ ଓପନର୍‌ ଚିରାଗ ସୁରି ୪୬ ଓ ସିପି ରିଜଓ୍ବାନ ୪୫ ଓ ମହମ୍ମଦ ଉସମାନ ୨୭ ରନ କରିଥିବାବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ଘରୋଇ ଦଳ ପକ୍ଷରୁ କାଏଲ୍‌ ଜାର୍ଭିସ, କ୍ରିସ ମୋଫୁ, ସିନ୍‌ ଓ୍ବିଲିୟମ୍ସ ୨ଟି ଲେଖାଏ ଉଇକେଟ୍‌ ଅକ୍ତିଆର କରିଥିଲେ। ଜବାବରେ ଜିମ୍ବାଓ୍ବେ ଇନିଂସ ଆରମ୍ଭରୁ ବର୍ଷା ହେବାରୁ ମ୍ୟାଚ୍‌କୁ ୩୦ ଓଭରରେ ୧୨୮ ରନର ଟାର୍ଗେଟ୍‌ ଧାର୍ଯ୍ୟ କରାଯାଇଥିଲା। ଜିମ୍ବାଓ୍ବେ ବ୍ୟାଟ୍ସମ୍ୟାନଙ୍କ ମିଳିତ ସଫଳତା ବଳରେ ୨୪.୫ ଓଭରରେ ୭ ଉଇକେଟ୍‌ ହରାଇ ଟାର୍ଗେଟ୍‌ ହାସଲ କରିନେଇଥିଲା। ଦଳ ପକ୍ଷରୁ ତିମସିଏନ ମାରୁମା ସର୍ବାଧିକ ୩୫ ରନ କରିଥିବାବେଳେ ବ୍ରାଏନ ଚାରି (୧୯), ରେଗିସ ଚକାଭା (୨୮) ଓ ସିନ୍‌ ଓ୍ବିଲିୟମ୍ସ (୨୦) ତାଙ୍କୁ ସହାୟତା କରିଥିଲେ। ୟୁଏଇ ଅଧିନାୟକ ମହମ୍ମଦ ନବିଙ୍କୁ ୨ଟି ଉଇକେଟ୍‌ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri