ଜିଲା ଆଇନସେବା ପ୍ରାଧିକରଣ କର୍ମଶାଳା

ଫୁଲବାଣୀ ଅଫିସ, ୩୦ା୧-ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ବିଭିନ୍ନ ଦିନରେ ଭିନ୍ନ ବିଷୟରେ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ସୋମବାର ଜିଲା ଆଇନ ସେବା ପ୍ରାଧିକରଣ ପରିସରରେ କିନ୍ନରମାନଙ୍କ ଅଧିକାର ନେଇ ଆଲୋଚନା ହୋଇଥିଲା। ସଦର ଏସ୍‌ଡିପିଓ ମହେନ୍ଦ୍ରନାଥ ମୁର୍ମୁ, ଆଇନଜୀବୀ ବିଜୟ କୃଷ୍ଣ ପଟ୍ଟନାୟକ, ରବୀନ୍ଦ୍ରନାଥ ମିଶ୍ର ପ୍ରମୁଖ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ। ଏହି ଅବସରରେ ସେମାନଙ୍କୁ ଦକ୍ଷତା ଭିତ୍ତିକ ତାଲିମ ପ୍ରଦାନ କରାଯାଇଥିଲା। ମଙ୍ଗଳବାର ଜବାହାର ନବୋଦୟ ବିଦ୍ୟାଳୟ ଅଡିଟୋରିୟମରେ ଅଷ୍ଟମ ଏବଂ ନବମ ଶ୍ରେଣୀ ପିଲାଙ୍କୁ ମୌଳିକ କାର୍ଯ୍ୟ, ସାମ୍ବିଧାନିକ ସମ୍ପର୍କରେ ସଚେତନ କରାଯାଇଥିଲା। ସହକାରୀ ଜିଲାପାଳ ଜଗଦୀଶ ଷଡଙ୍ଗୀ, ପିପି ରଶ୍ମୀତା ମହାପାତ୍ର, ଜେଏନ୍‌ଭି ପ୍ରିନ୍ସପାଲ ଶ୍ରୀକାନ୍ତ ରଥ ଯୋଗଦେଇ ଆଲୋଚନା କରିଥିଲେ। ବୁଧବାର କେନ୍ଦ୍ରୀୟ ବିଦ୍ୟାଳୟ କନ୍‌ଫରେନ୍ସ ହଲରେ ମଧ୍ୟ ସାମ୍ବିଧାନିକ ଅଧିକାର ଏବଂ ଜନସାଧାରଣଙ୍କ କର୍ତ୍ତବ୍ୟ ଉପରେ ଆଲୋଚନା ହୋଇଥିଲା। ପ୍ରିନ୍ସିପାଲ ଶଙ୍କର୍ଷଣ ନାୟକ, ଆଇନଜୀବୀ ରାଜୀବ କୁମାର ପ୍ରଧାନ, ରଶ୍ମୀରଞ୍ଜନ ପଟ୍ଟନାୟକ, ଦେବରାଜ ସାହାଣୀ, କଲ୍ୟାଣୀ ସମ୍ପାଦକ ରବୀନ୍ଦ୍ର କୁମାର ସାହୁ ସଚେତନ କରିଥିଲେ। ସମସ୍ତ କାର୍ଯ୍ୟକ୍ରମରେ ଜିଲା ଆଇନସେବା ପ୍ରାଧିକରଣ ସମ୍ପାଦିକା ପାତଞ୍ଜଳୀ ସାହୁ ଅଧ୍ୟକ୍ଷତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri