ଜିଲା କଂଗ୍ରେସର ଗାନ୍ଧି ଜୟନ୍ତୀ ପାଇଁ ପ୍ରସ୍ତୁତି: ୨ରୁ ଜିଲା ବ୍ୟାପୀ ଗଣପଦଯାତ୍ରା

ନୂଆପଡା ଅଫିସ,୨୭।୯-କେନ୍ଦ୍ରର ମୋଦି ସରକାରଙ୍କ ସମୟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ କମ୍‌ ତାଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ମର୍ଯ୍ୟାଦା ଦେଉଛନ୍ତି। ଏହାକୁ ନୂଆପଡା ଜିଲା କଂଗ୍ରେସ ତୀବ୍ର ବିରୋଧ କରିବ। ବାପୁଜୀଙ୍କ ନୀତି ଏବଂ ଆଦର୍ଶର ପ୍ରଚାର ପ୍ରସାର ସକାଶେ ଆସନ୍ତା ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀଠାରୁ ଜିଲାବ୍ୟାପି ଗଣପଦଯାତ୍ରା କରାଯିବାକୁ ସ୍ଥିରି ହୋଇଥିବା ଜିଲା କଂଗ୍ରେସ ସଭାପତି ଘାସିରାମ ମାଝି ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଗୁରୁବାର ପୂର୍ବାହ୍ନ ୧୧ଟାରେ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଆହୂତ ସମ୍ମିଳନୀରେ ସଭାପତି ମାଝିଙ୍କ ସହ ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ହାଲ୍ଲା ସିଂ, ଜଗଦିଶ ସାହୁ, ଯୁବ କଂଗ୍ରେସ ସାଧାରଣ ସମ୍ପାଦକ ରବୀନ୍ଦ୍ର ମଙ୍ଗରାଜ, ଖରିଆରରୋଡ ନଗର କଂଗ୍ରେସ ମହମ୍ମଦ ଜୁନେଦ, ଗଣପତ ରାଉତ, କୁଲଦୀପ ସୁରଜ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଜିଲା ସଭାପତି କହିଥିଲେ ଯେ ମୋଦି ସରକାର ବାପୁଜୀଙ୍କୁ ଅବହେଳା କରିବା ସହ ନାଥୁରାମ ଭଳି ଦୁଶ୍ଚରିତ୍ରକୁ ମର୍ଯ୍ୟାଦା ଦେଉଛନ୍ତି ା ଏହାକୁ କଂଗ୍ରେସ ତୀବ୍ର ବିରୋଧ କରୁଛି । ଅନ୍ୟପକ୍ଷେ ବାପୁଜୀଙ୍କୁ ଅହିଂସାକୁ ପୂଜା କରି ତାରି ପ୍ରଚାର ପ୍ରସାର କରିବାକୁ ଜିଲାବ୍ୟାପି କାଯର୍‌ୟକ୍ରମ କରିବାକୁ ସ୍ଥିର କରିଥିବା କହିଥିଲେ। ଏହି ଉପଲକ୍ଷେ ୨ ତାରିଖରେ କୋମନାଠାରୁ ଖଡିଆଳ ପର୍ଯ୍ୟନ୍ତ ଏକ ଗଣପଦଯାତ୍ରା କରାଯିବ। ଏହିଭଳି ୩ ତାରିଖରେ ବେଲଟୁକୁରୀ, ୪ ତାରିଖରେ କାଣ୍ଡେତରା, ୫ରେ ଅମାନାର, ୬ରେ ଅଗ୍ରେନ ଏବଂ ୭ରେ ଖରିଆରରୋଡରେ ଏକ ବିଶାଳ କାର୍ଯ୍ୟକ୍ରମ କରାଯିବ ବୋଲି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ…

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର…

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

ମହିଳାଙ୍କୁ ବଳାତ୍କାର: ଧରାପଡ଼ିଲେ ମୌଲାନା

କଟକ,୫।୬(ପ୍ରଭୁ କଲ୍ୟାଣ ପାଲ): ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜଗତପୁର ଥାନା ପୋଲିସ ଶୁକ୍ରବାର ଜଣେ ମୌଲାନାଙ୍କୁ ଗିରଫ କରିଛି। ସେ ହେଲେ ଏସ୍‌.କେ ନାଜମୁଲ ଆରଫିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri