ଜିଲା କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ

ଅନୁଗୋଳ ଅଫିସ, ୨୬।୯ – ଅନୁଗୋଳ ଜିଲା କାର୍ଯ୍ୟାଳୟ ସମ୍ମୁଖରେ ତାଳଚେର ସୁରକ୍ଷା ମଞ୍ଚ ପକ୍ଷରୁ ବୁଧବାର ୪ ଦଫା ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ ନେତୃତ୍ୱରେ ମଞ୍ଚର ସଭାପତି ମୁରଲୀଧର ସାହୁ ଓ ଅନ୍ୟମାନେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ମଞ୍ଚ ପକ୍ଷରୁ ଅନୁଗୋଳ ଷ୍ଟାଡ଼ିୟମଠାରୁ ଏକ ଶୋଭାଯାତ୍ରା ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲା। ଏଥିରେ ଶତାଧିକ ସଂଖ୍ୟାରେ ତାଳଚେରବାସୀ ସାମିଲ ହୋଇଥିଲେ। ମଞ୍ଚର ଅଭିଯୋଗ ମୁତାବକ, ୨୦୧୮ ମେ ୧୫ରେ ଦଶମ ଆର୍‌ପିଡ଼ିଏସି ବୈଠକରେ ଆଲୋଚନା ହୋଇଥିବା ପ୍ରସଙ୍ଗର କୌଣସି ରୂପାୟନ ଅଦ୍ୟାବଧି ହୋଇନାହିଁ। ଏପରି କି ଏମ୍‌ସିଏଲ୍‌ରେ କ୍ଷତିଗ୍ରସ୍ତ ଲୋକମାନଙ୍କୁ ନିଯୁକ୍ତି ମଧ୍ୟ ପ୍ରଦାନ କରାଯାଇ ନାହିଁ। ୨୦୦୬ ଆର୍‌ଆଣ୍ଡଆର୍‌ ପଲିସିକୁ ଏମ୍‌ସିଏଲ୍‌ କର୍ତ୍ତୃପକ୍ଷ ବଳବତ୍ତର ରଖିବାକୁ ଦାବି ପରେ ପ୍ରକଳ୍ପ କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ତାହା ପାଳନ କରୁନାହାନ୍ତି। ଲୋକଙ୍କ ଜମି ଉପରେ ଖଣି ଖାଦାନ ହୋଇଥିଲେ ମଧ୍ୟ ସେମାନଙ୍କୁ ନିଯୁକ୍ତି ମିଳିନାହିଁ। ଏମ୍‌ସିଏଲ୍‌ କର୍ତ୍ତୃପକ୍ଷ ମନମୁଖି କାମ କରୁଥିବାରୁ ଏହା ପ୍ରତିବାଦରେ ସୁରକ୍ଷା ମଞ୍ଚ ପକ୍ଷରୁ ଆନ୍ଦୋଳନ କରାଯାଇଥିବା ତାଳଚେର ବିଧାୟକ ପ୍ରଧାନ କହିଛନ୍ତି। ମଞ୍ଚ ସଭାପତି ମୁରଲୀଧର କହିଛନ୍ତି, ପ୍ରଶାସନିକ ଅଧିକାରୀମାନେ ଖଣି କର୍ତ୍ତୃପକ୍ଷଙ୍କୁ କାର୍ଯ୍ୟ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ସେମାନେ ଏହାକୁ ଅଣଦେଖା କରୁଛନ୍ତି। ତେଣୁ ଦଶମ ଆର୍‌ପିଡ଼ିଏସି ବୈଠକରେ ଆଲୋଚନା ହୋଇଥିବା ତାଳଚେର ଅଞ୍ଚଳବାସୀଙ୍କ ସମସ୍ୟା ସମ୍ପର୍କରେ ଜିଲା ପ୍ରଶାସନ ବିଚାର କରି ଖଣି କର୍ତ୍ତୃପକ୍ଷଙ୍କୁ ଆଲୋଚନାର ରୂପାୟନ ପାଇଁ ନିର୍ଦ୍ଦେଶ ଦେବାକୁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri