ଜିଲା ଖଣିଜ ପାଣ୍ଠି ସପ୍ତମ ବୋର୍ଡ ଅଫ୍‌ ଟ୍ରଷ୍ଟି ବୈଠକ:ଅଧାପନ୍ତରିଆ କାର୍ଯ୍ୟ ନେଇ ଅସନ୍ତୋଷ

ଅନୁଗୋଳ ଅଫିସ, ୧୨।୧୧ଖଣି ପ୍ରଭାବିତ ଅଞ୍ଚଳର ଲୋକଙ୍କ ବିକାଶ ଓ କଲ୍ୟାଣ ପାଇଁ ଜିଲା ଖଣିଜ ପାଣ୍ଠିର ସପ୍ତମ ବୋର୍ଡ ଅଫ୍‌ ଟ୍ରଷ୍ଟି ବୈଠକ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସଭାଗୃହଠାରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଢେଙ୍କାନାଳ ଏମ୍‌ପି ମହେଶ ସାହୁ, ସମ୍ବଲପୁର ଏମ୍‌ପି ନିତେଶ ଗଙ୍ଗଦେବ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଓ ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ପ୍ରମୁଖ ଯୋଗଦେଇଥିଲେ। ପ୍ରାରମ୍ଭରେ ଜିଲାପାଳ ସମସ୍ତଙ୍କୁ ସ୍ବାଗତ ଜଣାଇବା ସହ ଜିଲା ଖଣିଜ ପାଣ୍ଠିରୁ ନିୟମାବଳୀ ଆଧାରରେ ବିଭିନ୍ନ ପ୍ରକଳ୍ପ ପାଇଁ ଦିଆଯାଇଥିବା ଅନୁଦାନ ଖର୍ଚ୍ଚ କରିବା ସହ ଚଳିତ ବର୍ଷ ପାଇଁ ଏକ ଲୋକାଭିମୁଖୀ ଯୋଜନା ପ୍ରସ୍ତୁତ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତେବେ ପୂର୍ବ ବୈଠକର ନିଷ୍ପତ୍ତି ଅନୁଯାୟୀ ହୋଇଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରାଯାଇ ନ ଥିବାରୁ ସଦସ୍ୟମାନେ ଅସନ୍ତୋଷ ବ୍ୟକ୍ତ କରିଥିଲେ।
୨୦୧୫ ମସିହାରୁ ଜିଲାରେ କାର୍ଯ୍ୟକାରୀ ହେଉଥିବା ଜିଲା ଖଣିଜ ପାଣ୍ଠି ଯୋଜନାରେ ବିଭିନ୍ନ ବିଭାଗକୁ ଦିଆଯାଇଥିବା ଅର୍ଥର ସୁବିନିଯୋଗ ଉପରେ ଢେଙ୍କାନାଳ ଏମ୍‌ପି ଗୁରୁତ୍ୱାରୋପ କରିଥିଲେ। ଜିଲାର ସାମୂହିକ ବିକାଶ ଓ ଲୋକମାନଙ୍କ ହିତରେ ବିଭିନ୍ନ ପ୍ରକଳ୍ପ ଜରିଆରେ ଅର୍ଥ ଖର୍ଚ୍ଚ କରିବାକୁ ଏମ୍‌ପି ବିଭାଗୀୟ ଅଧିକାରୀମାନଙ୍କୁ କହିଥିଲେ। ସେହିପରି ଜିଲା ଖଣିଜ ପାଣ୍ଠିରେ ଜଳ ଯୋଗାଣ ପ୍ରକଳ୍ପ ବାବଦରେ ମଞ୍ଜୁର ହୋଇଥିବା ଅନୁଦାନ ଠିକ୍‌ ଭାବେ କାର୍ଯ୍ୟକାରୀ କରିବାକୁ ସମ୍ବଲପୁର ଏମ୍‌ପି ପରାମର୍ଶ ଦେଇଥିଲେ। ଜିଲା ଖଣିଜ ପାଣ୍ଠିର ସୁବିନିଯୋଗ କରି ଖଣି ପ୍ରଭାବିତ ଅଞ୍ଚଳର ଲୋକଙ୍କ ପାଖରେ ବିଭିନ୍ନ ସେବା ପହଞ୍ଚାଇବା ଉପରେ ତାଳଚେର ବିଧାୟକ ଗୁରୁତ୍ୱାରୋପ କରିଥିଲେ। ରାସ୍ତା, ପାନୀୟ ଜଳ ଓ ବିଦ୍ୟୁତ୍‌ ସେବା ଭଳି ଅତ୍ୟବଶ୍ୟକ ସେବା ତ୍ୱରାନ୍ବିତ ଭାବେ କାର୍ଯ୍ୟକାରୀ କରିବାକୁ ଛେଣ୍ଡିପଦା ବିଧାୟକ ମତବ୍ୟକ୍ତ କରିଥିଲେ। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ ଜିଲା ଖଣିଜ ପାଣ୍ଠିରୁ ମଞ୍ଜୁର ହୋଇଥିବା ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ। ଜିଲା ଖଣିଜ ପାଣ୍ଠିରେ ବର୍ତ୍ତମାନ ସୁଦ୍ଧା ୧୨୦୮.୪୨ କୋଟି ଟଙ୍କା ସଂଗ୍ରହ ହୋଇଛି। ସେଥିମଧ୍ୟରୁ ମୋଟ ୧୦୯୮.୯୯ କୋଟି ଟଙ୍କା ବିଭିନ୍ନ ପ୍ରକଳ୍ପ ବାବଦରେ ମଞ୍ଜୁର ହୋଇଛି। ଏଥିରେ ଉଚ୍ଚ ଅଗ୍ରାଧିକାର ସେକ୍ଟରରେ ୧୮୧୪ଟି ପ୍ରକଳ୍ପ ଓ ଅନ୍ୟାନ୍ୟ ଅଗ୍ରାଧିକାର ସେକ୍ଟରରେ ୧୧୦୪ଟି ପ୍ରକଳ୍ପ କାର୍ଯ୍ୟ ଚାଲୁ ରହିଛି। ବର୍ତ୍ତମାନ ସୁଦ୍ଧା ୧୬୨୭ଟି ପ୍ରକଳ୍ପ ଶେଷ ହୋଇଥିବାବେଳେ ୭୫୨ଟି ଚାଲୁ ରହିଛି ଓ ୫୪୨ଟି କାର୍ଯ୍ୟ ଆରମ୍ଭ ହୋଇନାହିଁ। ଜିଲା ଖଣିଜ ପାଣ୍ଠିରେ ପାନୀୟ ଜଳ, ସ୍ବାସ୍ଥ୍ୟ, ଶିକ୍ଷା, ମା ଓ ଶିଶୁ ବିକାଶ, ବୟସ୍କ ଓ ଅକର୍ମଣ୍ୟମାନଙ୍କ ସହାୟତା, ଦକ୍ଷତା ବିକାଶ, ଜଳ ସେଚନ, ଶକ୍ତି ଓ ବୃକ୍ଷରୋପଣ ଆଦି ସେକ୍ଟର ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସେ ସୂଚନା ପ୍ରଦାନ କରିଥିଲେ। ତାଳଚେର ଓ ବଅଁରପାଳରେ କଠିନ ବର୍ଜ୍ୟବସ୍ତୁ ପରିଚାଳନା ଓ ଜିଲାର ୨ଟି ପୌରପାଳିକାରେ ପ୍ଲାଷ୍ଟିକ ବ୍ୟବହାର ବନ୍ଦ କରାଯିବା ପାଇଁ ପଦକ୍ଷେପ ନିଆଯିବ ବୋଲି ଜିଲାପାଳ ପ୍ରକାଶ କରିଥିଲେ। ଏହାଛଡ଼ା ସମସ୍ତ ବ୍ଲକର ଆଦର୍ଶ ବିଦ୍ୟାଳୟ ଓ ବସ୍‌ଷ୍ଟାଣ୍ଡରେ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ କରିବାକୁ ସ୍ଥିର କରାଯାଇଥିଲା। ବିଭିନ୍ନ ବିଭାଗକୁ ଦିଆଯାଇଥିବା ଅର୍ଥ ଓ ସମୁଦାୟ ଖର୍ଚ୍ଚ ତଥା ବଳକା ଥିବା ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ ବି ସମୀକ୍ଷା କରାଯାଇଥିଲା। ବିଭାଗ ଗୁଡ଼ିକୁ ପ୍ରଦାନ କରାଯାଇଥିବା ଅନୁଦାନ ଜାନୁୟାରୀ ସୁଦ୍ଧା ଖର୍ଚ୍ଚ କରି ବିନିଯୋଗ ପ୍ରମାଣପତ୍ର ପ୍ରଦାନ କରିବାକୁ ଜିଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଅନୁଗୋଳ ମହିଳା ମହାବିଦ୍ୟାଳୟର ଭିତ୍ତିଭୂମି ଉନ୍ନୟନ ପାଇଁ ୧.୮୧ କୋଟି ଟଙ୍କା ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା। ସେହିପରି ବନ ବିଭାଗ ଦ୍ୱାରା ଜିଲାର ୬ଟି ସ୍ଥାନରେ ୫୬ ହଜାର ଚାରାରୋପଣ କରାଯାଇଛି ବୋଲି ବିଭାଗୀୟ ଅଧିକାରୀ ସୂଚନା ଦେଇଥିଲେ। ଖଣି ପ୍ରଭାବିତ ଅଞ୍ଚଳର ବୃଦ୍ଧାବୃଦ୍ଧମାନଙ୍କୁ ବାର୍ଦ୍ଧକ୍ୟ ଭତ୍ତା ସହ ନବମ ଶ୍ରେଣୀ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଚାଲୁ କରବା ଉପରେ ଆଲୋଚନା ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ତାଳଚେର ଉପଜିଲାପାଳ ପରେଶ ଚନ୍ଦ୍ର ନାୟକଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ, ସ୍ଥାନୀୟ ନିର୍ବାଚିତ ଲୋକ ପ୍ରତିନିଧି ଓ ଜିଲା ଖଣିଜ ପାଣ୍ଠିର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର

ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri