ଜିଲା ଚିଠି ସୁନ୍ଦରଗଡ଼..ଅଧିକାର ପାଇଁ ଲଢ଼େଇ

ଆଦିବାସୀ ଓ ପାରମ୍ପରିକ ବନବାସୀଙ୍କ ଜଙ୍ଗଲ ଜମି ଅଧିକାରକୁ ନେଇ ଏବେ ଜିଲାରେ ଆନ୍ଦୋଳନ ମୁଣ୍ଡ ଟେକିଛି। ଜଙ୍ଗଲ ଅଧିକାର ଆଇନ-୨୦୦୬ ଅନୁଯାୟୀ ଗ୍ରାମସଭା ଜରିଆରେ ମନୋନୀତ ହିତାଧିକାରୀମାନଙ୍କୁ ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଜଙ୍ଗଲ ଜମି ପଟ୍ଟା ପ୍ରଦାନ ପାଇଁ ବ୍ୟବସ୍ଥା ରହିଛି। ମାତ୍ର ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଜିଲା କମିଟୀ ତାଲିକା ଯାଞ୍ଚ ନାଁ ରେ ଅନେକ ହିତାଧିକାରୀଙ୍କୁ ବାଦ ଦେଇଥିବା ଜଣାପଡିଛି। ଏହାକୁ ନେଇ ଆଦିବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଆଇନ୍‌ କାର୍ଯ୍ୟକାରୀ ହେବା ଦିନଠାରୁ ଜିଲାରେ ୧୯ହଜାର ୭୩୦ ଜଣ ହିତାଧିକାରୀଙ୍କୁ ବ୍ୟକ୍ତିଗତ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରାଯାଇଥିଲା। ଆଉ ୯ ହଜାରରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କ ନାମକୁ ବାଦ ଦିଆଯାଇଛି। ସେହିପରି ୨ଟି ମାତ୍ର ଗାଁକୁ ଗୋଷ୍ଠୀଗତ ଜଙ୍ଗଲଜମି ଅଧିକାର ପ୍ରଦାନ କରାଯାଇଛି। ଅନ୍ୟପକ୍ଷେ ଜିଲା ଯାଞ୍ଚ କମିଟି ବାଦ୍‌ ଦେଇଥିବା ହିତଧିକାରୀଙ୍କ ନାମ ପୁନଃ ଯାଞ୍ଚ ପାଇଁ ଯାହାକି ଗ୍ରାମସ୍ତରରେ ହେବା କଥା ତାହା ତହସିଲ ଜରିଆରେ ଜନଶୁଣାଣି ଶିବିରମାନ ଆୟୋଜନ କରାଯାଉଛି। ଏହି ଶିବିରରେ ହିତାଧିକାରୀମାନଙ୍କ ପକ୍ଷ ରଖିବାକୁ ମଧ୍ୟ ଉଚିତ ସମୟ ଦିଆଯାଉନାହିଁ। ଫଳରେ ଉକ୍ତ ଶିବିର କେବଳ ପ୍ରହସନରେ ପରିଣତ ହୋଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ଜଙ୍ଗଲ ଅଧିକାର ଆଇନ୍‌-୨୦୦୬ର ଖୋଲାଖୋଲି ଉଲ୍ଲଂଘନ ହେଉଥିବା ଅଭିଯୋଗ କରି ବିଭିନ୍ନ ଆଦିବାସୀ,ମୂଳନିବାସୀ ଅଧିକାର ମଞ୍ଚ ଓ ସଙ୍ଗଠନଗୁଡିକ ପକ୍ଷରୁ ଅଧିକାର ପାଇଁ ଲଢେଇ ଆରମ୍ଭ କରିଛନ୍ତି। ବିଭିନ୍ନ ସମୟରେ ଏହି ସଙ୍ଗଠନଗୁଡିକ ପକ୍ଷରୁ ଉପଜିଲାପାଳ, ଜିଲାପାଳ ଓ ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଓ ଆନ୍ଦୋଳନାତ୍ମକ କାର୍ଯ୍ୟକ୍ରମ ଜରିଆରେ ଅଧିକାର ଦାବି କରୁଛନ୍ତି। ଓଡ଼ିଶାର ଅନୁସୂଚିତ ଅଞ୍ଚଳରେ ଜଙ୍ଗଲ ଜମି ଅଧିକାର ଆଇନ୍‌କୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ପରିପ୍ରେକ୍ଷୀରେ ରାଷ୍ଟ୍ରପତି ହସ୍ତକ୍ଷେପ କରିବାକୁ ଆଦିବାସୀ ସଙ୍ଗଠନ ଗୁଡିକ ଦାବି କରିଛନ୍ତି। ଏହାସହିତ ଆଦିବାସୀ ଓ ପାରମ୍ପରିକ ବନବାସୀଙ୍କ ଜଙ୍ଗଲ ଅଧିକାର ସମ୍ପର୍କରେ ଗ୍ରାମସଭାକୁ ଅନ୍ଧକାରରେ ରଖି ତ୍ରୁଟିପୂର୍ଣ୍ଣ ତଥ୍ୟ ପ୍ରଦାନକୁ ସଙ୍ଗଠନଗୁଡିକ ବିରୋଧ କରୁଛି। ଏଣୁ ଅନୁସୂଚିତ ଅଞ୍ଚଳର ଅଧିବାସୀମାନଙ୍କୁ ପାରମ୍ପରିକ ଜଙ୍ଗଲ ଜମି ଅଧିକାର ପ୍ରଦାନ ପାଇଁ ଦାବି ଉଠିଥିବା ବେଳେ ଏହାକୁ ନେଇ ଏବେ ଆଦିବାସୀ ସଙ୍ଗଠନ ଓ ପ୍ରଶାସନ ମଧ୍ୟରେ ଦ୍ୱନ୍ଦ ଲାଗି ରହିଛି। ଏଣୁ ପ୍ରଶାସନ ଓ ଗ୍ରାମସଭା ମଧ୍ୟରେ ଉପଯୁକ୍ତ ସମନ୍ବୟ ରଖାଯାଇ ପ୍ରକୃତ ହିତାଧିକାରୀମାନଙ୍କୁ ଯଥାଶୀଘ୍ର ଜଙ୍ଗଲ ଜମି ଅଧିକାର ଆଇନ୍‌ ଅନୁଯାୟୀ ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଜଙ୍ଗଲ ଜମି ଶିରୋନାମା (ପଟ୍ଟା) ପ୍ରଦାନ ସକାଶେ ଉଠିଛି। – ଜୟନାରାୟଣ ମେଣ୍ଡୁଳି


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri