ଜିଲା ପରିଷଦ ପ୍ରାର୍ଥୀ, ଖବରଦାତାଙ୍କୁ ଆକ୍ରମଣ

ପିପିଲି,୧୫।୨(ଡି.ଏନ୍‌.ଏ./ସ୍ବ.ପ୍ର.):ପିପିଲି ତେଇସିପୁର ପଞ୍ଚାୟତ ଅନ୍ତର୍ଗତ ପୋଟଳ ଗ୍ରାମରେ ସୋମବାର ନିର୍ବାଚନ ପ୍ରଚାର କରୁଥିବା ସମୟରେ ଜିଲା ପରିଷଦ ପ୍ରାର୍ଥୀ ଧରଣୀଧର ସାହୁଙ୍କ ଉପରେ ବିପକ୍ଷ ଗୋଷ୍ଠିର କେତେକ ଅସାମାଜିକ ଯୁବକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏଥିସହ ସେଠାକୁ ଖବର ସଂଗ୍ରହ କରିବାକୁ ଯାଇଥିବା ଖବରଦାତା ବିଜୟ କୁମାର ମହାପାତ୍ରଙ୍କୁ ମଧ୍ୟ ଆକ୍ରମଣ ହୋଇଛି। ଏଥିରେ ମହାପାତ୍ରଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗୁରୁତର ଆଘାତ ଲାଗିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଆକ୍ରମଣକାରୀଙ୍କୁ ଗିରଫ ଦାବିରେ ପ୍ରାର୍ଥୀ ସାହୁଙ୍କ ସମର୍ଥକମାନେ ପୋଡଙ୍ଗ ଗ୍ରାମ୍ୟଛକ ନିକଟରେ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥକୁ ଅବରୋଧ କରିଥିଲେ।
ପିପିଲି ବ୍ଲକ ୨୪ନଂ ଜିଲା ପରିଷଦ ଜୋନ୍‌ର ବିଜେଡି ପ୍ରାର୍ଥୀ ଧରଣୀଧର ସାହୁ ସୋମବାର ସନ୍ଧ୍ୟାରେ ପୋଟଳ ଗ୍ରାମରେ ଭୋଟ୍‌ ପ୍ରଚାର କରୁଥିଲେ। ଏହି ସମୟରେ ବିରୋଧୀ ରାଜନୈତିକ ଗୋଷ୍ଠୀର କେତେକ ଅସାମାଜିକ ଯୁବକ ସେଠାରେ ପହଞ୍ଚତ୍ ଧରଣୀଧରଣଙ୍କୁ ବିଭିନ୍ନ ଗାଳିଗୁଲଜ କରିବା ସହ ଆକ୍ରମଣ କରିଥିଲେ। ଏତିକିବେଳେ ସେଠାରେ ଉପସ୍ଥିତ ଖବରଦାତା ବିଜୟ କୁମାର ମହାପାତ୍ରଙ୍କୁ ମଧ୍ୟ ଦୁର୍ବୃତ୍ତମାନେ ଆକ୍ରମଣ କରିଥିଲେ। ଆକ୍ରମଣରେ ବିଜୟଙ୍କ ବାମହାତ ଭାଙ୍ଗି ଯାଇଥିଲା। ଏହାକୁ ନେଇ ଧରଣୀଧରଙ୍କ ସମର୍ଥକମାନେ ପାଡଙ୍ଗ ଗ୍ରାମ ଛକ ନିକଟରେ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥକୁ ସନ୍ଧ୍ୟା ସାଢେ ୬ଟାରୁ ଅବରୋଧ କ଼ରିଥିଲେ। ଖବରପାଇ ପିପିଲି ଏସ୍‌ଡିପିଓ ଦେବଦତ୍ତ ବରାଳ ଓ ଥାନାଧିକାରୀ ପହଞ୍ଚତ୍ ଆଲୋଚନା କରିବା ପରେ ସାଢେ ୭ଟାରେ ରାସ୍ତା ଅବରୋଧ ହଟିଥିଲା। ତେବେ ଖବରଦାତା ବିଜୟଙ୍କୁ ଆକ୍ରମଣ କରିଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପିପିଲି ଅଞ୍ଚଳର କାର୍ଯ୍ୟରତ ଖବରଦତାମାନେ ଦାବି କରିଛନ୍ତି। ଉଭୟଙ୍କୁ ଚିକିତ୍ସା ଲାଗି ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଘଟଣା ସମ୍ପର୍କରେ ଶୁଣି ବିଧାୟକ ଉମାକାନ୍ତ ସାମନ୍ତରାୟ ଓ ବିଧାୟକ ରୁଦ୍ର ମହାରଥୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ଆହତଦ୍ୱୟଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?