ଜିଲା ପ୍ରଶାସନ ପକ୍ଷରୁ ସ୍ମୃତି ସଭା: ‘ଯୁବଶକ୍ତିର ପ୍ରେରଣା କଳ୍ପନା’

ଢେଙ୍କାନାଳ ଅଫିସ, ୨୯।୫-ଏଭରେଷ୍ଟ ବିଜୟିନୀ କଳ୍ପନା ଦାଶଙ୍କ ପରଲୋକରେ ଢେଙ୍କାନାଳ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ଭାବୋଦ୍ଦୀପକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି ଅବସରରେ ପୂର୍ବାହ୍ନ ସାଢ଼େ ୧୦ଟାରେ ସ୍ଥାନୀୟ ଗୋପବନ୍ଧୁ ଟାଉନ୍‌ହଲ୍‌ରେ ଆୟୋଜିତ ସ୍ମୃତିସଭାରେ ଅଧ୍ୟକ୍ଷତା କରି ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ କହିଲେ, କଳ୍ପନା ସବୁଦିନ ପାଇଁ ଅମର। ଯୁବଶକ୍ତି ପାଇଁ ସେ ଥିଲେ ପ୍ରେରଣାର ଉତ୍ସ। ୫୦ବର୍ଷରେ ଏଭରେଷ୍ଟ ଚଢ଼ିବା କଥା ଭାବିବା ତାଙ୍କ ଦୃଢ଼ମନା ବ୍ୟକ୍ତିତ୍ୱର ପରିଚୟ ଦିଏ। ତାଙ୍କ ବିୟୋଗରେ ହୋଇଥିବା ପରିବାରର କ୍ଷତି କେହି ଭରଣା କରିପାରିବେ ନାହିଁ। ଏପରି କଠୋର ସମୟରେ ପ୍ରଶାସନ ପରିବାର ସଦସ୍ୟଙ୍କ ସହିତ ଅଛି ବୋଲି ଜିଲାପାଳ ମତବ୍ୟକ୍ତ କରିଥିଲେ। ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର ସ୍ବାଗତ ଭାଷଣରେ କହିଲେ, କଳ୍ପନା ଓଡ଼ିଆ ଜାତିର ଗୌରବ। ସେ ବିରଳ କୀର୍ତ୍ତିମାନ ସ୍ଥାପନ କରି ଢେଙ୍କାନାଳ ମାଟିକୁ ଗୌରବାନ୍ବିତ କରିଛନ୍ତି। ତାଙ୍କ ପରଲୋକରେ ଯେଉଁ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି ତାହା ଅପୂରଣୀୟ ବୋଲି ସେ ମତବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମରେ କଳ୍ପନାଙ୍କ ମା’ ଶୈଳବାଳା ଦାଶଙ୍କ ସମେତ ପରିବାରର ଅନ୍ୟ ସଦସ୍ୟ ଉପସ୍ଥିତ ଥିଲେ।
ପ୍ରାରମ୍ଭରେ କଳ୍ପନାଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ସହରର ଏକ ସଡ଼କ, ନବନିର୍ମିତ ସ୍ପୋଟର୍‌ସ କମ୍ପ୍ଳେକ୍ସ, କ୍ରୀଡ଼ା ଅନୁଷ୍ଠାନକୁ ତାଙ୍କ ନାମରେ ନାମିତ କରିବାକୁ ପ୍ରସ୍ତାବ ଦିଆଯାଇଥିଲା। ସେହିପରି ଜିଲା ସଂଗ୍ରହାଳୟରେ କଳ୍ପନାଙ୍କ ପର୍ବତାରୋହଣରେ ବ୍ୟବହୃତ ପୋଷାକ ସ୍ଥାନିତ କରିବାକୁ ଦାବି ଉପସ୍ଥାପନ କରାଯାଇଛି।
ବରିଷ୍ଠ ଆଇନଜୀବୀ ଦୀପ୍ତିଶ ପ୍ରସାଦ ପଟ୍ଟନାୟକ, ରମା ସିଂ, ପୂର୍ବତନ ନଗରପାଳ ସୁଧାଂଶୁ ଦଳେଇ, ଇଶୋର ସମ୍ପାଦିକା ପୁଷ୍ପାଞ୍ଜଳି ଜେନା, ଜିଲା ଓକିଲ ସଂଘ ସଭାପତି ସଞ୍ଜୟ ମିଶ୍ର, ଜିଲା ସାମ୍ବାଦିକ ସଂଘ ସଭାପତି ପ୍ରସନ୍ନ ପଟ୍ଟନାୟକ, ରେଡ୍‌କ୍ରସ୍‌ ଉପସଭାପତି ବିରଞ୍ଚତ୍ ନାରାୟଣ ପାଣି, ମିଳିତ ବଜାର ପୂଜା କମିଟି ସଭାପତି ରାମଚନ୍ଦ୍ର ପାତ୍ର ପ୍ରମୁଖ କଳ୍ପନାଙ୍କୁ ଶିବକନ୍ୟା ଭାବେ ଉପସ୍ଥାପନ କରିଥିଲେ। ଏଭରେଷ୍ଟ କଳ୍ପନାଙ୍କୁ ପରିଚିତି ଦେଇଥିଲା। ସେହି ଏଭରେଷ୍ଟରେ ହିଁ ସେ ଲୀନ ହୋଇଗଲେ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। ଜିଲା ସଂସ୍କୃତି ପରିଷଦ ସଂଯୋଜକ ଅବନୀ ମିଶ୍ର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବାବେଳେ ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ କରାଯାଉ: ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୧୭।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର କ୍ଷୁଦ୍ର ବ୍ୟବସାୟୀ ମାଙ୍ଗଳିକ ସଂଘ ଥଇଥାନ ନିମନ୍ତେ ଜିଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଦୀର୍ଘ…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri