ଜିଲା ପ୍ରଶାସନ ବାଣ୍ଟିଲା ଭତ୍ତା

ଅନୁଗୋଳ ଅଫିସ, ୨୬।୩: ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ୮ ବ୍ଲକ, ୨ଟି ପୌରପାଳିକା ଓ ଗୋଟିଏ ପୌରପରିଷଦରେ ଭତ୍ତା ବଣ୍ଟନ କରାଯାଇଛି। ଏଥିସହ ରାଶନ ସାମଗ୍ରୀ ବଣ୍ଟନ କାର୍ଯ୍ୟ ମଧ୍ୟ ଜାରି ରହିଛି। ହିତାଧିକାରୀଙ୍କୁ ଅଗ୍ରୀମ ୩ ମାସର ଭତ୍ତା ଓ ରାଶନ ଦିଆଯାଉଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ରାଜ୍ୟ ଓ ଦେଶ ବାହାରୁ ଗୁରୁବାର ସନ୍ଧ୍ୟା ସୁଦ୍ଧା ୧୭୯୨ ଲୋକ ଜିଲାକୁ ଫେରିଥିବା ସୂଚନା ରହିଛି। ବିଭିନ୍ନ ସ୍ଥାନରେ ଫସି ରହିଥିବା ଲୋକଙ୍କୁ ଆଣିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଉଥିବା କୁହାଯାଇଛି। ଜିଲାର ପ୍ରତି ବ୍ଲକରେ ଅସ୍ଥାୟୀ ମେଡିକାଲ କ୍ୟାମ୍ପ କାର୍ଯ୍ୟକାରୀ କରିବା ପାଇଁ ବିଡିଓଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି। ପ୍ରକାଶ ଯେ, ଜିଲାରେ ମୋଟ୍‌ ୨୭୧୮ଜଣ ହିତାଧିକାରୀଙ୍କୁ ୧କୋଟି ୨୮ ଲକ୍ଷ ୬୦ ହଜାର ୨ଶହ ଟଙ୍କା ଭତ୍ତା ପ୍ରଦାନ କରାଯାଇଛି। ସେହିପରି ଜିଲାର ୯ଲକ୍ଷ ୬୦ ହଜାର ହିତାଧିକାରୀଙ୍କୁ ଆଗାମୀ ୩ ମାସ ପାଇଁ ରାଶନ ସାମଗ୍ରୀ ବଣ୍ଟନ କରାଯାଉଛି। ପ୍ରଥମ ଦିନରେ ଅନୁଗୋଳ, ତାଳଚେର ବ୍ଲକର କିଛି ସ୍ଥାନରେ ଏହା ବଣ୍ଟନ ହୋଇଥିବା ଯୋଗାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଟ୍ରାକ୍‌ ମରାମତି କାମ କରୁଥିଲେ ଶ୍ରମିକ, ହଠାତ୍‌ ମାଡିଆସିଲା ଏକ୍ସପ୍ରେସ ଟ୍ରେନ୍‌, ଆଉ ତା’ ପରେ…

ଲୋଇସିଂହା,୪।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ବୁର୍ଡା ବସ୍ତି ରେଳ ଫାଟକ ନିକଟରେ ଦୁଇଦିନ ତଳେ ରେଳ ଟ୍ରାକ୍‌ ମରାମତି କାମ ଚାଲିଥିବାବେଳେ ଏକ…

‘ନ୍ୟାୟ ପ୍ରଦାନରେ ବିଳମ୍ବ ଜଣାଶୁଣା ବ୍ୟାଧି’

ନୂଆଦିଲ୍ଲୀ,୪ା୨: ହାଇକୋର୍ଟଗୁଡ଼ିକ ରାୟକୁ ପ୍ରକାଶ ନ କରି ମାସ ମାସ ଧରି ସଂରକ୍ଷିତ ରଖିବା ଅଭ୍ୟାସ ଏକ ଜଣାଶୁଣା ବେମାରି ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିବା ସହ…

ସଇତାନ ସାଜିଲେ ପ୍ରେମିକା: ଯାହାକୁ ହୃଦୟ ଦେଇ ବସିଥିଲେ ,ତାକୁ ମାରିଦେଲେ: ମାତ୍ର ଏହି ଭୁଲ୍‌ ପାଇଁ…

ରାୟପୁର, ୪ା୨: ସାମାନ୍ୟ ମତାନ୍ତରକୁ କେନ୍ଦ୍ରକରି ଜଣେ ୨୨ ବର୍ଷୀୟା ପ୍ରେମିକା ତାଙ୍କ ୨୫ ବର୍ଷୀୟ ପ୍ରେମିକଙ୍କୁ ହତ୍ୟା କରିଛନ୍ତି। ଏଭଳି ଏକ ସ୍ପର୍ଶକାତର ଘଟଣା ଛତିଶଗଡ଼…

ମା’ ହେଲେ ୭ମ ଶ୍ରେଣୀ ଛାତ୍ରୀ: ଲୋକଲଜ୍ଜ୍ୟା ଭୟରେ ଘର ଲୋକେ…

ରସୁଲପୁର,୪ା୨(ରଞ୍ଜିତ ରାଉତ):ଯାଜପୁର ଜିଲା କୁଆଖିଆ ଥାନା ଅଞ୍ଚଳରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀ ମାତୃତ୍ୱଲାଭ କରିଛନ୍ତି। ଏହିଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ ନେଇ…

ମାଟିର ଗରିମା ବଢ଼ାଇଛି ନାରୀ ନେତୃତ୍ୱ

ବାଲେଶ୍ୱର/ରେମୁଣା,୪।୨ (ବାଞ୍ଛାନିଧି ଦେ/ରବୀନ୍ଦ୍ର ମହାକୁଡ଼): ସାହିତ୍ୟ ଓ ସଂଗ୍ରାମ ପାଇଁ ବାଲେଶ୍ୱର ଓ ଭଦ୍ରକ ମାଟି ସୁପ୍ରସିଦ୍ଧ। ଅନେକ ବରପୁତ୍ରଙ୍କୁ ଜନ୍ମଦେଇ ଏ ମାଟି ଭାରତମାତାର ମୁଖ…

ସରକାରୀ ଚାକୀରିଆଙ୍କୁ ୟୁଟ୍ୟୁବରଙ୍କ ଟକ୍କର: ବିବାହରେ ମିଳିଲା ୭୧ ଲକ୍ଷ ଟଙ୍କା, ୨୧ ତୋଳା ସୁନା

ମୁମ୍ବାଇ,୩।୨: ଆଗରୁ ବାହାଘର ପାଇଁ ସରକାରୀ ଚାକିରିଆଙ୍କ ପ୍ରବଳ ଡିମାଣ୍ଡ ଥିଲା। ଏବେ ୟୁଟ୍ୟୁବର ମଧ୍ୟ ଏହି ରେସରେ ସାମିଲ ହୋଇଯାଇଛନ୍ତି। ଜଣେ ଲୋକପ୍ରିୟ ଭାରତୀୟ ୟୁଟ୍ୟୁବରଙ୍କ…

ସାମାନ୍ୟ ବଚସା ପରେ ଧସ୍ତାଧସ୍ତି: ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ମୁଣ୍ଡ ପିଟି…

ଭଞ୍ଜନଗର,୩।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହର ଇଣ୍ଡିଆନ ଗ୍ୟାସ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ରାତି ପ୍ରାୟ ୯ ଟା ସମୟରେ ଜଣେ ବ୍ୟବସାୟୀଙ୍କ ସହ ଅନ୍ୟ ଜଣେ…

ଧାର୍ଯ୍ୟ ସମୟ ସରିଲା, ପାଣି ପାଇଲେନି ଚୂଳବାଡ଼ିବାସୀ: ଅଧାପନ୍ତରିଆ ‘ବସୁଧା’ ପ୍ରକଳ୍ପ

ଥୁଆମୂଳରାମପୁର,୩।୨ (ଦୁର୍ଗା କୀର୍ତ୍ତି):: ରାଜ୍ୟ ସରକାରଙ୍କ ‘ହର ଘର ଜଳ’ ସ୍ଲୋଗାନ ଏବେ ଦୁର୍ଗମ ଅଞ୍ଚଳରେ ପ୍ରହସନ ପାଲଟିଛି। କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମପଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri