ଜିଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ସଭା

ଭବାନୀପାଟଣା,୧୭।୯(ଡି.ଏନ.ଏ.)
କଳାହାଣ୍ଡି ଜିଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ସଭା ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପଠାରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଜିଲା ବିଜେଡି ସଭାପତି ପୁଷ୍ପେନ୍ଦ୍ର ସିଂହଦେଓଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ତଥା କଳାହାଣ୍ଡି ଜିଲା ବିଜେଡି ପର୍ଯ୍ୟବେକ୍ଷକ ନବକିଶୋର ଦାସ ମୁଖ୍ୟଅତିଥି ଭାବେ ଯୋଗଦେଇ ଜିଲାର ସମସ୍ତ ଦଳୀୟ କର୍ମୀ ଓ ନେତା ଏକାଠି ହୋଇ ଦଳ ତଥା ଜିଲା ପାଇଁ କାର୍ଯ୍ୟ କଲେ କଳାହାଣ୍ଡିକୁ ଏକ ଅଗ୍ରଣୀ ଜିଲାରେ ପରିଣତ କରାଯାଇ ପାରିବ ବୋଲି କହିଥିଲେ। ଏଥିରେ ଜିଲା ବିଜେଡି ଉପସଭାପତି ଭବାନୀଶଙ୍କର ମିଶ୍ର, ପୂର୍ବତନ ବିଧାୟକ ଅନାମ ନାଏକ, ଜିଲା ଛାତ୍ର ସଭାପତି ଅବିନାଶ ଠାକୁର ପ୍ରମୁଖ ଉପସ୍ଥିତ ଥିଲେ। କଳାହାଣ୍ଡି ବିକାଶ ଧାରାରେ ବିଜେଡିର ଭୂମିକା ସମ୍ପର୍କରେ ହୋଇଥିବା ଆଲୋଚନାରେ ଶକ୍ତମନ୍ତ୍ରୀ କ୍ୟା. ଦିବ୍ୟଶଙ୍କର ମିଶ୍ର, ଦଳର ଜିଲା ଉପସଭାପତି ପ୍ରଦୀପ କୁମାର ମୁଣ୍ଡ, ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ ଓ ଜିଲା ଉପସଭାପତି ଜାକିର ହୁସେନ୍‌ ଆଲୋଚନା କରିଥିବା ବେଳେ ପ୍ରସ୍ତାବକ ଭାବେ ଭବାନୀଶଙ୍କର ନିଆଲ ଉପସ୍ଥିତ ଥିଲେ। କଳାହାଣ୍ଡି ଜିଲା ଶିକ୍ଷାର ଏକ ପେଣ୍ଠସ୍ଥଳି ଶୀର୍ଷକ ଆଲୋଚନାରେ ଧର୍ମଗଡ ବିଧାୟକ ମୌଷଧି ବାଗ, ଜିଲା ସମ୍ପାଦକ ଜିତେନ୍ଦ୍ର ମହାନ୍ତି, କାଯର୍‌ୟକାରୀ ସଭାପତି ପ୍ରବୋଧ ରଥ ଯୁବକଯୁବତୀମାନଙ୍କୁ ନିଯୁକ୍ତି ତଥା ଆମତ୍ନିର୍ଭରଶୀଳ କରିବାକୁ ଏମ୍‌ଏସ୍‌ଏମ୍‌ଇ ଜରିଆରେ କୁଟିର ଶିଳ୍ପ, କ୍ଷୁଦ୍ର ଶିଳ୍ପ ତଥା ବିଲୁପ୍ତ ପ୍ରାୟ ଶିଳ୍ପ ସଂସ୍ଥାର ପୁନରୁଦ୍ଧାର ପାଇଁ ପ୍ରଚେଷ୍ଟା କରିବାକୁ ଆଲୋଚନା କରାଯାଇଥିଲା । ଏହି କାର୍ଯ୍ୟକ୍ରମର ପ୍ରସ୍ତାବକ ଭାବେ ଦଳର ଅଶୋକ ମହାନ୍ତି ପ୍ରସ୍ତାବକ ଥିଲେ। କଳାହାଣ୍ଡିର ଚାଷ ଏବଂ ଚାଷୀଙ୍କ ପାଇଁ ବିଜୁ ଜନତା ଦଳର ଭୂମିକା ସମ୍ପର୍କରେ ଆଲୋଚନା କରିବା ବେଳେ ଲାଞ୍ଜିଗଡ ବିଧାୟକ ପ୍ରଦୀପ ଦିଶାରୀ ପ୍ରାରମ୍ଭିକ ବକ୍ତବ୍ୟ ରଖିଥିଲେ। ଭବାନୀପାଟଣା କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ଜିତେନ୍ଦ୍ର ନାରାୟଣ ସିଂହଦେଓ, ପୂର୍ବତନ ବିଧାୟକ ଗୋବର୍ଦ୍ଧନ ଦାସ, ଜିଲା ସମ୍ପାଦକ ଥବିର ସାହୁ, ଗୋଲାମୁଣ୍ଡା ପଞ୍ଚାୟତ ସମିତି ଅଧ୍ୟକ୍ଷ ତୁଳେଶ୍ୱର ନାଏକ ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରିଥିଲେ। ଜିଲା ସମ୍ପାଦକ ସନ୍ତୋଷ ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri