ଜିଲା ବିଜେଡି ସଭାପତିରେ ସରୋଜଙ୍କ ହ୍ୟାଟ୍ରିକ

ଫୁଲବାଣୀ ଅଫିସ, ୨୨ା୨-କନ୍ଧମାଳ ଜିଲା ବିଜେଡି ସଭାପତିଙ୍କୁ ନେଇ କିଛିଦିନ ଧରି ଚାଲିଥିଲା ଚର୍ଚ୍ଚାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ସରୋଜ କର୍ଣ୍ଣଙ୍କ ଉପରେ ଆସ୍ଥା ପ୍ରକଟ କରି ତାଙ୍କୁ ପୁନର୍ବାର କନ୍ଧମାଳ ଜିଲା ସଭାପତି ଭାବେ ଚୟନ କରିଛନ୍ତି। ଚଳିତ ଥରକୁ ମିଶାଇ ସେ କ୍ରମାଗତ ଭାବେ ୩ ଥର ଜିଲା ସଭାପତି ହେବାର ଗୌରବ ଅର୍ଜନ କରିବାସହ ହ୍ୟାଟ୍ରିକ କରିଛନ୍ତି। ଏନେଇ ତାଙ୍କ ସମର୍ଥଙ୍କ ଏବଂ ବିଜେଡି କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଆନନ୍ଦର ଲହରୀ ଖେଳି ଯାଇଛି। ଫୁଲବାଣୀ ସହର ହନୁମାନ ମନ୍ଦିର ପାଖରେ ଥିବା ତାଙ୍କ ଅଫିସକୁ ବହୁ ସଂଖ୍ୟାରେ କର୍ମୀ ଆସି ଅଭିନନ୍ଦନ ଜଣାଇଛନ୍ତି।
୨୦୧୩ରୁ ୨୦୧୬, ୨୦୧୬ରୁ ୨୦୨୦ ଯାଏ ସରୋଜ ଜିଲା ବିଜେଡି ସଭାପତି ଥିଲେ। ଏବେ ପୁଣି ସେ ଦାୟିତ୍ୱରେ ରହିଲେ। ଏଥି ପୂର୍ବରୁ ସେ ୧୯୯୭ରେ ଫୁଲବାଣୀ ସମବାୟ ଗୃହ ନିର୍ମାଣ ସଭାପତି, ୧୯୯୧ରୁ ୨୦୦୩ ଯାଏ ଛାତ୍ର ସଭାପତି(ଜନତା ଦଳ ଏବଂ ବିଜେଡି), ୨୦୦୭ରୁ ୨୦୧୩ ଯୁବ ସଭାପତି ଦାୟିତ୍ୱ ତୁଲାଇ ଥିବାବେଳେ ଏବେ ସେ ଜିଲା ସଭାପତି ସମେତ ରାଜ୍ୟ ସମବାୟ ଗୃହ ନିର୍ମାଣ ଅଧ୍ୟକ୍ଷ ଦାୟିତ୍ୱ ତୁଲାଉଥିଲେ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ମୋ ଉପରେ ବିଶ୍ୱାସ କରି ମୋତେ ଏହି ଦାୟିତ୍ୱ ଦେଇଥିବାରୁ ତାଙ୍କୁ କୃତଜ୍ଞତା ଜଣାଉଛି। ମୋ ସମୟରେ ଆମେ ମିଳିତ ହୋଇ ଜି.ଉଦୟଗିରି ଏବଂ ବାଲିଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଦଖଲ କରିଥିଲୁ। କେବେ ବି ଜିଲା ପରିଷଦ ଗଠନ ହୋଇ ନ ଥିଲା। ଗତ ନିର୍ବାଚନରେ ଏହା ଦଖଲ କରିଛୁ। ସେହିପରି ସାଧାରଣ ନିର୍ବାଚନରେ ସମସ୍ତ ବିଧାୟକ ଏବଂ ଏମ୍‌ପି ସିଟ୍‌ ଆମ ଦଖଲରେ ରହିଛି। ଆଗକୁ ପୌର ପରିଷଦ ନିର୍ବାଚନ ହେବ। ତାହାକୁ ମଧ୍ୟ ନିଜ ଅକ୍ତିଆରକୁ ଆଣିବୁ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ସିଆଇଆଇର ଆଦର୍ଶ ମହିଳା ସମ୍ମାନରେ ସମ୍ମାନିତ ହେଲେ ଦାରିଙ୍ଗବାଡ଼ିର ସୁନାଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ…

ନିଜସ୍ବ ଗୃହକୁ ପ୍ରବେଶ କଲା ବଣିକ ସଙ୍ଘ: ସିମନବାଡ଼ିରେ ଗୃହ ପ୍ରତିଷ୍ଠା, ଉତ୍ସବ ସମ୍ପନ୍ନ

ଦାରିଙ୍ଗବାଡ଼ି,୧୫।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ସିମନବାଡ଼ି ମା’ ପାଟ୍ଟଖଣ୍ଡା ବଣିକ ସଙ୍ଘ ଶୁକ୍ରବାର ନିଜସ୍ବ ନୂତନ କୋଠାରେ ପ୍ରବେଶ କରିଛି। ଏହି ଅବସରରେ…

ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ, ଦାବିପତ୍ରରେ ଭୂମିହୀନଙ୍କୁ…

ଦାରିଙ୍ଗବାଡ଼ି,୧୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶୁକ୍ରବାର ଅଲ୍‌ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ…

ନିଶା ସେବନକୁ ବିରୋଧ କଲେ ପୁଅ, କୀଟନାଶକ ପିଇଦେଲେ ବାପା: ଆଉ ତା’ପରେ…

ଦାରିଙ୍ଗବାଡି, ୧୨।୫ (ଅରୁଣ ସାହୁ):ନିଶା ସେବନ କରି ଘରକୁ ଫେରିଥିଲେ ଜଣେ ବୃଦ୍ଧ। ଆଉ ନିଶା ସେବନକୁ ପୁଅ ବିରୋଧ କରିବାରୁ ବୃଦ୍ଧ ବାପା କୀଟନାଶକ ପିଇଦେଇ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ରାଜକିଶୋରଙ୍କ ପରିବାରକୁ ସହାୟତାର ହାତ ବଢାଇଲା ଗଣଶିକ୍ଷକ ସଂଘ

ଦାରିଙ୍ଗବାଡି,୧୧।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଣଶିକ୍ଷକ ସଂଘ ପକ୍ଷରୁ ସାଥି ଶିକ୍ଷକଙ୍କ ଦେହାନ୍ତ ପରେ ସହାୟତାର ହାତ ବଢ଼ାଇଲା ସାଙ୍ଗ ଏଭଳି ଘଟଣାକୁ ନେଇ…

ଆମ୍ବୁଲାନ୍ସ ଅଭାବ, ଗୁରୁତର ରୋଗୀ ହଟହଟା: ହସ୍ପିଟାଲରେ ଚାପା ଉତ୍ତେଜନା, ଧାରଣା ଦେବାକୁ…

ଦାରିଙ୍ଗବାଡି, ୯।୫ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ଆମ୍ବୁଲାନ୍ସ ଅଭାବ କୁ ନେଇ ଦେଖାଯାଇଛି ଉତ୍ତେଜନା। ଦିନ ଦ୍ବିପ୍ରହରରୁ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri