ଜିଲା ଭାଜପାର ମଙ୍ଗ ଧରିଲେ ନରେଶ

ଢେଙ୍କାନାଳ ଅଫିସ, ୨୨।୧୨ – ଢେଙ୍କାନାଳ ଜିଲା ଭାଜପାର ମଙ୍ଗ ଧରିଛନ୍ତି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଆଇନଜୀବୀ ନରେଶ ଚନ୍ଦ୍ର ମହାପାତ୍ର। ରାଜ୍ୟ ନେତୃମଣ୍ଡଳୀ ତାଙ୍କୁ ଜିଲା ସଭାପତି ଦାୟିତ୍ୱ ଦେଇଥିବା ଜିଲା ଉପସଭାପତି ନବକିଶୋର ଗୁରୁ ଶନିବାର ଏକ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ଜଣାଇଛନ୍ତି। ଭାଜପାର ନୀତିଆଦର୍ଶ, କେନ୍ଦ୍ର ସରକାରଙ୍କ ଜନହିତକର ଯୋଜନାଗୁଡ଼ିକୁ ଜନସାଧାରଣଙ୍କ ପାଖରେ ପହଞ୍ଚାଇବା ସହ ବୁଥ୍‌ସ୍ତରରେ ସଙ୍ଗଠନକୁ ସୁଦୃଢ଼ କରିବାକୁ ପ୍ରୟାସ ଜାରି ରହିବ ବୋଲି ନରେଶ ନିଜ ପ୍ରତିକ୍ରିୟାରେ କହିଛନ୍ତି। ଏଥି ଲାଗି ସେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ବସନ୍ତ ପଣ୍ଡା, ପୂର୍ବତନ ରାଜ୍ୟ ସଭା ସଦସ୍ୟ ରୁଦ୍ରନାରାୟଣ ପାଣି, ପୂର୍ବତନ ଜିଲା ସଭାପତି ବିଭୂତି ଭୂଷଣ ପ୍ରଧାନ, ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ଭାଜପାର ଜଣେ ଆଗଧାଡ଼ିର ନେତା ଭାବେ ନରେଶ ଦୀର୍ଘଦିନ ହେଲା ଦଳ ସହିତ ଜଡ଼ିତ। ସେ ୨୦୧୩ରୁ ୨୦୧୬ ଯାଏ ଭାଜପାର ଜିଲା ସଭାପତି ରହିଥିଲେ।
ସ୍ଥାନୀୟ ଦକ୍ଷିଣକାଳୀ ରୋଡ୍‌ସ୍ଥିତ ଜିଲା ଭାଜପା କାର୍ଯ୍ୟାଳୟକୁ କେହି ତାଲା ପକାଇ ଦେଇଥିବା ଆଲୋଚନା ହେଉଛି। ଏ ନେଇ ନୂତନ ସଭାପତିଙ୍କ ଦୃଷ୍ଟି ଆକର୍ଷଣ କରାଯିବାରୁ ସେ କହିଥିଲେ, ସେଠାରେ ମଣ୍ଡଳ କାର୍ଯ୍ୟାଳୟ କରାଯିବ। ଏଥିପାଇଁ ତାଲା ପକାଯାଇଛି। ତାଲା ପକାଇଥିବା ବ୍ୟକ୍ତି ଏ ନେଇ ତାଙ୍କୁ ଜଣାଇଛନ୍ତି। ମାସକ ଭିତରେ ନିଜସ୍ବ କାର୍ଯ୍ୟାଳୟ ଉଦ୍‌ଘାଟିତ ହେବ। ଏହା ହେବା ପର୍ଯ୍ୟନ୍ତ ତାଙ୍କ ନିଜସ୍ବ ବାସଭବନରେ କାର୍ଯ୍ୟାଳୟ ଚାଲିବ ବୋଲି ନରେଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri