ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

ବାଲେଶ୍ୱର ଅଫିସ, ୩୦।୬-କେନ୍ଦ୍ର ମତ୍ସ୍ୟ ଓ ପଶୁପାଳନ ଏବଂ କ୍ଷୁଦ୍ର ମଧ୍ୟମଶିଳ୍ପ ରାଷ୍ଟ୍ର ମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ରବିବାର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପରିଦର୍ଶନ କରି ରୋଗୀମାନଙ୍କ ସ୍ବାସ୍ଥ୍ୟସେବା ବୁଝିବା ସହିତ ମୁଖ୍ୟ ଚିକିତ୍ସାଳୟର ଉନ୍ନତି ପାଇଁ ଜିଲା ମୁଖ୍ୟଚିକିତ୍ସାଧିକାରୀ ଡା. ଦୁଲାଲସେନ ଜଗଦେବଙ୍କ ସହ ଆଲୋଚନା କରିଥିଲେ।
ପୂର୍ବାହ୍ନ ସମୟରେ କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚତ୍ ପ୍ରସୂତି, ଶିଶୁ, ଭେଷଜ, ଅସ୍ଥିଶଲ୍ୟ ବିଭାଗର ୱାର୍ଡ଼ରେ ବୁଲି ବୁଲି ରୋଗୀମାନଙ୍କ ସାକ୍ଷାତ୍‌ କରି ସେମାନଙ୍କର ସମସ୍ୟା ଆଲୋଚନା କରିିଥିଲେ। ରୋଗୀମାନଙ୍କ ଅଭିଯୋଗ ଅନୁସାରେ ଡାକ୍ତରମାନେ ରାତି ସମୟରେ ରୋଗୀମାନଙ୍କ ନିକଟକୁ ନ ଆସିବା, ୩ରୁ ୪ ଦିନ ପୂର୍ବରୁ ୱାର୍ଡ଼ରେ ଭର୍ତ୍ତି ହୋଇଥିଲେ ମଧ୍ୟ ଶଯ୍ୟା ନ ମିଳିବା, ୱାର୍ଡ଼ଗୁଡିକ ଠିକ୍‌ ଭାବେ ପରିଷ୍କାର, ପରିଚ୍ଛନ୍ନ ନ ହେବା ଏବଂ ଡାକ୍ତରଖାନାରେ କର୍ମଚାରୀମାନଙ୍କର ବ୍ୟବହାର ଠିକ୍‌ ରହୁ ନ ଥିବା ଜାଣିବାକୁ ପାଇଥିଲେ। ଦୀର୍ଘ ୪୫ମିନିଟ୍‌ରୁ ଊର୍ଦ୍ଧ୍ୱ ସମୟ ଧରି ବିଭିନ୍ନ ୱାର୍ଡ଼ ପରିକ୍ରମା କରି ସାରିବା ପରେ ଜିଲା ମୁଖ୍ୟଚିକିତ୍ସାଧିକାରୀଙ୍କ ସହ ଉପରୋକ୍ତ ସମସ୍ୟା ନେଇ ଆଲୋଚନା କରିବା ସହ କ୍ଷୋଭ ପ୍ରକାଶ କରିଥିଲେ। ଏତଦ୍‌ବ୍ୟତୀତ ମୁଖ୍ୟ ଚିକିତ୍ସାଳୟରେ ଆବଶ୍ୟକ ଡାକ୍ତର ନ ଥିବା କାରଣରୁ ଚିକିତ୍ସା ସେବାରେ ବାଧା ଉପୁଜୁଛି ବୋଲି ଅଧିକାରୀ ମନ୍ତ୍ରୀଙ୍କୁ ଜଣାଇଥିଲେ। କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ ଜିଲାର ସ୍ବାସ୍ଥ୍ୟସେବାର ଉନ୍ନତି ପାଇଁ କେନ୍ଦ୍ର ଓ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ବୋଲି କହିଥିଲେ। ଭାଜପା ଜିଲା ପ୍ରବକ୍ତା ଗୌରାଙ୍ଗ ଦାସ, କେନ୍ଦ୍ରୀୟ ଯୁବମୋର୍ଚ୍ଚା ଉପସଭାପତି ଠାକୁର ରଣଜିତ୍‌ ଦାସ, ଜିଲା କାର୍ଯ୍ୟକାରିଣୀ ସଦସ୍ୟ ଉମାକାନ୍ତ ମହାପାତ୍ର ପ୍ରମୁଖ କେନ୍ଦ୍ରମନ୍ତ୍ରୀଙ୍କ ସହ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାକିସ୍ତାନରେ ମାତିଲେ ‘କକ୍ରୋଚ ପାର୍ଟି’, ଗୃହମନ୍ତ୍ରୀଙ୍କୁ ଘାରିଲା ବିଦ୍ରୋହର ଭୟ, କହିଲେ…

ଇସଲାମାବାଦ,୩୧।୭: ଭାରତରେ ହୋଇଥିବା CJP ପ୍ରତିବାଦ ପରେ ବର୍ତ୍ତମାନ ପାକିସ୍ତାନରେ ମଧ୍ୟ ‘କକ୍ରୋଚ ପାର୍ଟି’ ଗଠନ କରାଯାଇଛି। ଏହାକୁ ନିକଟରେ ଲଞ୍ଚ କରାଯାଇଛି। ଏହାର ଇନଷ୍ଟାଗ୍ରାମ ପେଜ୍‌ରେ…

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri