ଜିଲା ମୁଖ୍ୟ ଚିକିତ୍ସାଳୟକୁ ଜାତୀୟ କ୍ୱାଲିଟି ପ୍ରମାଣପତ୍ର

ଭବାନୀପାଟଣା,୨୧।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିଭିନ୍ନ ସମସ୍ୟା ଏବଂ ଅଧାରୁ ଅଧିକ ଡାକ୍ତର ପଦବୀ ଖାଲିଥିବା ସତ୍ତ୍ୱେ ଜାତୀୟସ୍ତରରେ ଡାକ୍ତରଖାନାକୁ କ୍ୱାଲିଟି ପ୍ରମାଣପତ୍ର ମିଳିଛି। ଏ ସମ୍ପର୍କରେ ଜାତୀୟ ସ୍ବାସ୍ଥ୍ୟ ମିଶନର ଅତିରିକ୍ତ ସଚିବ ମନୋଜ ଝଲାନୀ ପତ୍ର ଲେଖି ଓଡ଼ିଶା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ସଚିବ ଡ. ପ୍ରମୋଦ ମେହେରଙ୍କୁ ଜଣାଇଛନ୍ତି। ଦୁର୍ଘଟଣା ଜରୁରୀ ସେବା, ଫାର୍ମାସୀ ଏବଂ ଇଣ୍ଟେନ୍‌ସିଭ କେୟାର ୟୁନିଟ୍‌ ବ୍ୟତୀତ ଚିକିତ୍ସାଳୟରେ ୧୨ଟି ବିଭାଗକୁ ନେଇ ଯେଉଁ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି ତାହା ଉଲ୍ଲେଖଯୋଗ୍ୟ। ତେଣୁ ଜାତୀୟସ୍ତରରେ ଚିକିତ୍ସାଳୟ ଜାତୀୟ କ୍ୱାଲିଟି ସାର୍ଟିଫିକେଟ ପ୍ରଦାନ କରାଯାଇଛି। ଏଥି ନିମନ୍ତେ ଜୁଲାଇ ୨୨-୨୪ ତାରିଖ ପର୍ଯ୍ୟନ୍ତ ଏକ ତଦନ୍ତକାରୀ ଦଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରି ରିପୋର୍ଟ ପ୍ରଦାନ ପରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ କ୍ୱାଲିଟି ପ୍ରମାଣପତ୍ର ପ୍ରଦାନ କରାଯାଇଛି। କଳାହାଣ୍ଡି ଜିଲାର ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ ବେଳେ ୮୪% ନମ୍ବର ରଖି ସାର୍ଟିଫିକେଟ ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛି। ଏଥି ନିମନ୍ତେ ଜୁନାଗଡ଼ ବିଧାୟକ ତଥା ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମଇ ଓ ଗୃହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କଳାହାଣ୍ଡି ଜିଲାରେ କାର୍ଯ୍ୟରତ ସ୍ବାସ୍ଥ୍ୟ ବିଭାଗର ସିଡିଏମ୍‌ଓଙ୍କ ସମେତ ସମସ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସମସ୍ତ ଅସୁବିଧା ସତ୍ତ୍ୱେ ଜିଲାବାସୀଙ୍କୁ ଜିଲା ଚିକିତ୍ସାଳୟ ସେବା ଯୋଗାଇ ଦେଉଥିବାରୁ ମନ୍ତ୍ରୀ ମିଶ୍ର ସାଧୁବାଦ ଜଣାଇବା ସହ କଳାହାଣ୍ଡି ଜିଲାରେ ସ୍ବାସ୍ଥ୍ୟସେବାକୁ ଲୋକାଭିମୁଖୀ କରିବା ପାଇଁ ସମସ୍ତ ପ୍ରକାର ସହଯୋଗ କରିବା ନିମନ୍ତେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri