ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବ୍ୟବସ୍ଥାକୁ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଧାରଣା

ବାଲେଶ୍ୱର ଅଫିସ,୨।୧- ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ତଥା ଫକୀର ମୋହନ ମେଡିକାଲ କଲେଜରେ ଅବ୍ୟବସ୍ଥା। ଡାକ୍ତରଖାନାରେ ରୋଗୀଙ୍କୁ ଅପରିଷ୍କାର ବେଡ୍‌ଶିଟ ଦେବା ଏବଂ ଡାକ୍ତର ଟଙ୍କା ମାଗୁଥିବା ଅଭିଯୋଗ କରି ବୁଧବାର ରାତିରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଧାରଣାରେ ବସିଛନ୍ତି। ରୋଗୀଙ୍କୁ ଟଙ୍କା ମାଗିଥିବା ଡାକ୍ତରଙ୍କ ବିରୋଧରେ ଜିଲାପାଳଙ୍କ ନିକଟରେ ମନ୍ତ୍ରୀ ଲିଖିତ ଅଭିଯୋଗ କରିଛନ୍ତି।
ସୂଚନା ଅନୁଯାୟୀ, ଡାକ୍ତର ତାଙ୍କୁ ଟଙ୍କା ମାଗୁଥିବା ଜଣେ ରୋଗୀ ଫୋନ କରି ଜଣାଇବାରୁ କେନ୍ଦ୍ରମନ୍ତ୍ରୀ ରାତି ସାଢ଼େ ୯ଟା ପରେ ମେଡିକାଲରେ ପହଞ୍ଚିଥିଲେ। ସିଡିଏମ୍‌ଓଙ୍କୁ ଡାକି ରୋଗୀଙ୍କ ଅଭିଯୋଗକୁ ପ୍ରମାଣ କରିବା ସହିତ ବିଭିନ୍ନ ଓ୍ବାର୍ଡରେ ଥିବା ରୋଗୀଙ୍କ ପାଖକୁ ଯାଇ ସେମାନଙ୍କ ସୁବିଧା ଅସୁବିଧା ପଚାରି ବୁଝିଥିଲେ। ଏହି ସମୟରେ ରୋଗୀଙ୍କ ସମ୍ପର୍କୀୟମାନେ ବେଡ୍‌ଶିଟଗୁଡ଼ିକୁ ଦେଖାଇ ପକାଇବାର ଦୁଇଦିନ ପରେ ପରିବର୍ତ୍ତନ କରାଯାଉଥିବା ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହି ଅଭିଯୋଗକୁ ସିଡିଏମ୍‌ଓ ସ୍ବୀକାର କରିବା ସହ ଯଥାଶୀଘ୍ର ବେଡ୍‌ଶିଟ ପରିବର୍ତ୍ତନ କରାଯିବ ବୋଲି କହିଥିଲେ। ବାରମ୍ବାର ଏହି ଅଭିଯୋଗ ପରେ ମଧ୍ୟ ମେଡିକାଲ କର୍ତ୍ତୃପକ୍ଷ ମିଥ୍ୟା ପ୍ରତିଶ୍ରୁତି ଦେଇଆସୁଥିବା ରୋଗୀଙ୍କ ସମ୍ପର୍କୀୟ ଅଭିଯୋଗ କରିଥିଲେ। ଏହାପରେ କେନ୍ଦ୍ରମନ୍ତ୍ରୀ ସଙ୍ଗେ ସଙ୍ଗେ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଦାବି କରି ଡାକ୍ତରଖାନା ପରିସରରେ ଧାରଣା ଦେଇଛନ୍ତି। ଖବର ଲେଖା ହେବା ବେଳକୁ କେନ୍ଦ୍ରମନ୍ତ୍ରୀ ଧାରଣାରେ ବସିରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri