ଜିଲା ମୁଖ୍ୟ ଡାକଘରେ ସାଧାରଣ ଗ୍ରାହକ ସେବା ବ୍ୟବସ୍ଥା

ଭଦ୍ରକ ଅଫିସ, ୧୬ା୫-ଭଦ୍ରକ ଜିଲା ମୁଖ୍ୟ ଡାକ ଘରେ ଶୁକ୍ରବାର ସାଧାରଣ ଗ୍ରାହକ ସେବା ବ୍ୟବସ୍ଥା ଉଦ୍‌ଘାଟିତ ହୋଇଛି। ଏହି ସେବା ରାଜ୍ୟରେ ପ୍ରଥମ କରି ଭଦ୍ରକରେ ଉପଲବ୍ଧ ହୋଇଛି। କେନ୍ଦ୍ର ସରକାରଙ୍କ ସାମାଜିକ କଲ୍ୟାଣ ଯୋଜନା ଅଧୀନରେ ଏହା ଏକ ଲୋକାଭିମୁଖୀ ଯୋଜନା। ଏହି ସେବାକୁ ମୁଖ୍ୟ ମହାଡାକପାଳ ସୁବାସ ଚନ୍ଦ୍ର ବର୍ମା ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭଦ୍ରକ ଡାକମଣ୍ଡଳ ଅଧୀକ୍ଷକ ସର୍ବେଶ୍ୱର ମିଶ୍ର, ସହାୟକ ଅଧୀକ୍ଷକ ଶୁଭ୍ରକାଶ ନାୟକ, ଡାକପାଳ ଅନିରୁଦ୍ଧ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଏହି ସେବା ଦ୍ୱାରା ଗ୍ୟାସ, ମୋବାଇଲ ରିଚାର୍ଜ, ପାନକାର୍ଡ଼, ଆଧାରକାର୍ଡ଼, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ସ୍ବଚ୍ଛ ଭାରତ ଅଭିଯାନ, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ସାଧାରଣ ଆବଣ୍ଟନ ଯୋଜନା, ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ, ପ୍ରଧାନମନ୍ତ୍ରୀ ଶ୍ରମ, ମନ, ଧନ ଯୋଜନା, ବସ୍‌ ଓ ରେଳ ଟିକେଟ ବୁକିଂ, ଶ୍ରମିକ ପଞ୍ଜୀକରଣ ଓ ପ୍ରମାଣପତ୍ର ବିଭିନ୍ନ ବୀମା ପୈଠ, ଆୟକର ବିଭାଗର କାର୍ଯ୍ୟ ସେବାଗୁଡ଼ିକ ଏଠାରେ ଉପଲବ୍ଧ ହୋଇପାରିବ ବୋଲି ଉଦ୍‌ଘାଟକ ବର୍ମା ଗଣମାଧ୍ୟମକୁ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri