ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇବା ଦାବି ନେଇ ଫେବୃୟାରୀ ୧ରେ କଂଗ୍ରେସର ଅନଶନ

ବରଗଡ଼ ଅଫିସ,୩୦।୧: ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା (ଖେଦାପାଲି)କୁ ସ୍ଥାନାନ୍ତର ପ୍ରତିବାଦରେ ଆସନ୍ତା ଫେବୃୟାରୀ ୧ତାରିଖ ସ୍ଥାନୀୟ ଗାନ୍ଧୀଛକରେ କଂଗ୍ରେସ ୨୪ ଘଣ୍ଟିଆ ଅନଶନ କରିବ। ଅନଶନରେ କଂଗ୍ରେସ ନେତା ନିପନ କୁମାର ଦାଶ, ବ୍ରହ୍ମାନନ୍ଦ ମହାକୁଡ଼ ବସିବେ। ଗୁରୁବାର ବରଗଡ଼ ସାମ୍ବାଦିକ ସଂଘ ପରିସରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ କଂଗ୍ରେସ ନେତା ନିପନ କୁମାର ଦାଶ ସୂଚନା ଦେଇଛନ୍ତି। ସେହିପରି ବରଗଡ଼ବାସୀ ଲେଭେଲ-୧ କ୍ୟାନସର ହସ୍ପିଟାଲ ଦାବି କରୁଥିବା ବେଳେ ରାଜ୍ୟ ସରକାର ଲେଭେଲ-୩ କ୍ୟାନସର ହସ୍ପିଟାଲ ସ୍ଥାପନ ଆଳରେ ଭୂଆଁ ବୁଲାଇ ଚାଲିଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବରଗଡ଼ ସହର ମଧ୍ୟରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ବନ୍ଦ କରା ନ ଯାଇ ସେଠାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ କଂଗ୍ରେସ ନେତା ଦାବି କରିଛନ୍ତି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତା ସୁବାସ ମଜୁମଦାର, ନିହାର ରଞ୍ଜନ ମହାନନ୍ଦ, ବ୍ରହ୍ମାନନ୍ଦ ମହାକୁଡ଼, ପାଣ୍ଡବ କର୍ଣ୍ଣ ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଗତ ୨୧ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁକୁର୍ଲା(ଖେଦାପାଲି)ରେ ନୂତନ ଜିଲା ମୁଖ୍ୟ ଡାକ୍ତରଖାନାର ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

ପାଣିଡଙ୍ଗର ଜଳ ପ୍ରକଳ୍ପ ଦାବିରେ ଗଣ ପ୍ରତିବାଦ

ଗୁଣପୁର,୨୮ା୮(ସୁଜାତା ପାଢ଼ୀ): ସିପିଆଇ (ଏମ୍‌ଏଲ) ଲିବରେଶନ ପକ୍ଷରୁ ବଂଶଧାରା ନଦୀ ଗୁଡ଼ାରୀର ପାଣି ଡଙ୍ଗରଠାରେ ଜଳ ପ୍ରକଳ୍ପ ନିର୍ମାଣ ଦାବିରେ ଶୁକ୍ରବାର ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରେ ଏକ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri