ଜିଲା ଯୋଗାଣ ଓ ଖାଉଟି ବିଭାଗ ପକ୍ଷରୁ ବିଭିନ୍ନ ଗୋଦାମରେ ଚଢ଼ାଉ

ବାହାନଗା,୧୧।୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକର ବିଭିନ୍ନ ଗୋଦାମ ଉପରେ ଜିଲା ଯୋଗାଣ ଓ ଖାଉଟି ବିଭାଗ ପକ୍ଷରୁ ଶନିବାର ଚଢ଼ାଉ କରାଯାଇଛି। କରୋନା ଭାଇରସ୍‌ ସଂକ୍ରମଣ ନ ହେବା ପାଇଁ ସରକାର ଗତ ୨୨ତାରିଖଠାରୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ବିକ୍ରି ଉପରେ କୌଣସି ପ୍ରତିବନ୍ଧକ ଲାଗି ନ ଥିବାରୁ କିଛି ଅସାଧୁ ବ୍ୟବସାୟୀ ଏହି ସମୟରେ ଚଢ଼ାଦରରେ ଖାଉଟିମାନଙ୍କୁ ଶୋଷଣ କରୁଥିବା ଅଭିଯୋଗ ହୋଇଥିଲା। ଏନେଇ ବାଲେଶ୍ୱର ଜିଲା ଖାଉଟି ଓ ଯୋଗାଣ ବିଭାଗ ପକ୍ଷରୁ ବାହାନଗା ବ୍ଲକର ଗୋପାଳପୁର ଆଳୁଗୋଦାମ, ଗ୍ରୋସରୀ ଦୋକାନ ଏବଂ ବାହାନଗା ଆଳୁଗୋଦାମ ଉପରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ଜିଲା ଏସିଏସ୍‌ଓ ଅନାଦି ଚରଣ ସେଠୀ, ଏମ୍‌ଆଇଆଇ (ମାର୍କେଟିଂ ଇଣ୍ଟେଲିଜେନ୍ସ ଇନ୍ସିପେକ୍ଟର) ରୀତାରାଣୀ ମାଝି ପ୍ରମୁଖ ସାମିଲ ଥିଲେ। ଯାଞ୍ଚ ସମୟରେ ସମସ୍ତ ଦୋକାନ ଓ ଗୋଦାମରେ ଥିବା ଆଳୁ ପିଆଜ, ଅଦା, ରସୁଣ, ସମେତ ଡାଲି ଚୁଡ଼ା, ତେଲ ଆଦି ଅତ୍ୟାବଶ୍ୟକୀୟ ଦର୍‌ଦାମ ଠିକ୍‌ ଥିବା ସହିତ ସରକାରୀ ମୂଲ୍ୟର ତାଲିକା ନିୟମ ଅନୁଯାୟୀ କାନ୍ଥରେ ଲଗାଯାଇଥିବା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri