ଜିଲା ଯୋଜନା କମିଟି ବୈଠକ: ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨୮।୧୨-ବାଲେଶ୍ୱର ଜିଲାପରିଷଦ ସଭାଗୃହରେ ଶୁକ୍ରବାର ଜିଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ଭୋଗରାଇ ବିଧାୟକ ଅନନ୍ତ ଦାସ ଅଧ୍ୟକ୍ଷତା କରିବା ସହିତ ଜିଲାର ବିକାଶ କ୍ଷେତ୍ରରେ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ।
ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଭିଭାଷଣରେ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଜିଲାର ବିଭିନ୍ନ ଅଞ୍ଚଳରେ ଖର୍ଚ୍ଚ ପାଇଁ ୨୪ ବିଭାଗ ପକ୍ଷରୁ ପ୍ରାୟ ୨୨୪୦କୋଟି ଟଙ୍କାର ଯୋଜନା ଅଟକଳ ପ୍ରସ୍ତୁତ ହୋଇଥିବା ବୈଠକରେ ସୂଚନା ଦେଇଥିଲେ। କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ, ସୋର ବିଧାୟକ ପର୍ଶୁରାମ ଧଡ଼ା, ଜଳେଶ୍ୱର ବିଧାୟକ ଅଶ୍ୱିନୀ ପାତ୍ର, ଜିଲାପରିଷଦ ଅଧ୍ୟକ୍ଷା ନିବେଦିତା ମହାନ୍ତି, ଜିଲା ଯୋଜନା ବୋର୍ଡ଼ ଉପାଧ୍ୟକ୍ଷା ସୁବାସିନୀ ବିଶ୍ୱାଳ, ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ରାମଚନ୍ଦ୍ର ଜେନା, ଭଦ୍ରକ ସାଂସଦଙ୍କ ପ୍ରତିନିଧି ଅଶ୍ୱିନୀ ମହାପାତ୍ରଙ୍କ ସମେତ ଜିଲାପରିଷଦ ସଦସ୍ୟାସଦସ୍ୟ, ବିଭିନ୍ନ ବ୍ଲକର ବିଡ଼ିଓ ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଯୋଗଦେଇ ବିଭିନ୍ନ କ୍ଷେତ୍ର ଲାଗି ପ୍ରସ୍ତୁତ ହୋଇଥିବା ଯୋଜନାର ଅଟକଳ ସମ୍ପର୍କରେ ଆଲୋଚନା କରିଥିଲେ। ନିଜ ନିଜର ନିର୍ବାଚନମଣ୍ଡଳୀର ବିକାଶ ପାଇଁ ବିଧାୟକମାନେ ବୈଠକରେ ପ୍ରସ୍ତାବ ରଖିଥିଲେ। ବିଶେଷ କରି କୃଷି କ୍ଷେତ୍ରରେ ହେଉଥିବା ବିଭିନ୍ନ ଯୋଜନାର ସୁଫଳ ଚାଷୀମାନଙ୍କ ନିକଟରେ ପହଞ୍ଚାଇବା, ସମଗ୍ର ଶିକ୍ଷା ଅଭିଯାନର କାର୍ଯ୍ୟକାରିତା, ସମବାୟ, ପଶୁପାଳନ, ମତ୍ସ୍ୟ ଚାଷ, ଗ୍ରାମୀଣ ଆବାସ ଯୋଜନାରେ ହିତାଧିକାରୀମାନଙ୍କୁ ଧାର୍ଯ୍ୟ ସମୟରେ ପ୍ରୋତ୍ସାହନ ରାଶି ପ୍ରଦାନ, ଏମ୍‌ପି ଓ ବିଧାୟକ ପାଣ୍ଠିର ସୁବିନିଯୋଗ, ଜିଲାରେ ଜାରି ରହିଥିବା ବିକାଶମୂଳକ କାର୍ଯ୍ୟକୁ ତ୍ୱରାନ୍ବିତ କରିବା, ଜଳସେଚନ ପ୍ରକଳ୍ପଗୁଡ଼ିକୁ କାର୍ଯ୍ୟକ୍ଷମ କରିବା, ବିଦ୍ୟୁତୀକରଣ ଯୋଜନାର ସୁଫଳ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା, ହସ୍ତତନ୍ତ ଏବଂ କ୍ଷୁଦ୍ରଶିଳ୍ପର ବିକାଶ, ପାନୀୟ ଜଳଯୋଗାଣ, ସମାଜ ମଙ୍ଗଳ ବିଭାଗ ଦ୍ୱାରା ଯୋଜନା କାର୍ଯ୍ୟକାରୀ କରିବା ଲାଗି ପଦକ୍ଷେପ ନିଆଯିବା ସହତ ବିଭିନ୍ନ ପ୍ରତିବନ୍ଧକକୁ କିଭଳି ଦୂର କରାଯାଇପାରିବ ସେ ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଥିଲା। ସେହିପରି ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପ୍ରସ୍ତାବିତ ବିଭିନ୍ନ ପ୍ରକଳ୍ପ, ସହର ବିକାଶ, ପରିମଳ, ମହିଳା ଏବଂ ଶିଶୁ ବିକାଶ, ସଂସ୍କୃତି, ଜଙ୍ଗଲ ସୁରକ୍ଷା ଆଦି ବିଭାଗ ପ୍ରସ୍ତୁତ ଯୋଜନା ସମ୍ପର୍କରେ ସଦସ୍ୟମାନେ ଆଲୋଚନା କରିଥିଲେ। ଗୃହର ନିର୍ଦ୍ଦେଶକ୍ରମେ ବିଭାଗୀୟ ଅଧିକାରୀ ନିଜ ନିଜ ବିଭାଗ ଦ୍ୱାରା ଜିଲାରେ କରାଯିବାକୁ ଥିବା ପ୍ରକଳ୍ପ ତଥା କାର୍ଯ୍ୟକ୍ରମର ତଥ୍ୟ ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri