ଜିଲାପାଳ କ୍ଷମତାର ଉପଯୋଗ କଲେ ସରପଞ୍ଚ: ପଞ୍ଚାୟତରେ ୮ଦିନ ପର୍ଯ୍ୟନ୍ତ ୨୦ ଘଣ୍ଟିଆ ଶଟ୍‌ଡାଉନ୍‌

ବୁଗୁଡ଼ା,୯ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ମାଣିତରା ପଞ୍ଚାୟତ ସରପଞ୍ଚ ଶାନ୍ତିଲତା ନାୟକ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଦେଇଥିବା ଜିଲାପାଳ କ୍ଷମତାର ଉପଯୋଗ କରିଛନ୍ତି। ଗାଁରେ ସଙ୍ଗରୋଧ ଗୃହ ରହିଥିବାରୁ ସଂକ୍ରମଣ ଆଶଙ୍କାରେ ୮ଦିନ ପର୍ଯ୍ୟନ୍ତ ଦିନ ୧୧ଟାରୁ ପରଦିନ ସକାଳ ୭ଟା ପର୍ଯ୍ୟନ୍ତ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏନେଇ ସେ ସ୍ଥାନୀୟ ବିଡିଓ ତଥା ନୋଡାଲ ଅଧିକାରୀ ତନ୍ମୟ ପାତ୍ର ଏବଂ ଆଇଆଇସି ଚିତ୍ତରଞ୍ଜନ ବେହେରାଙ୍କୁ ମଧ୍ୟ ଅବଗତ କରାଇଛନ୍ତି। ରାଜ୍ୟର ମାଣିତରା ହେଉଛି ପ୍ରଥମ ପଞ୍ଚାୟତ, ଯେଉଁ ଠାରେ କି ସରପଞ୍ଚ ଜିଲାପାଳ କ୍ଷମତା ପ୍ରୟୋଗ କରିଛନ୍ତି।
ସଟ୍‌ଡାଉନ ଘୋଷଣା ଫଳରେ ଦିନ ୧୧ଟାରୁ ପରଦିନ ୭ଟା ପର୍ଯ୍ୟନ୍ତ ଔଷଧ ଦୋକାନକୁ ଛାଡିଦେଲେ ଅନ୍ୟ ସବୁ ଦୋକାନବଜାର ବନ୍ଦ ରହିବ। ସକାଳ ୭ଟାରୁ ୧୧ଟା ମଧ୍ୟରେ ରାଶନ, ପନିପରିବା ଆଦି ଦୋକାନ ଖୋଲା ରହିବ। ଏହି ନିୟମ ୮ ଦିନ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ସରପଞ୍ଚ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ମାଣିତରା ପଞ୍ଚାୟତ ଅଧିନସ୍ଥ ମାଣିତରା, ନଗୁଡ଼ୁ, ମକରାପଲ୍ଲୀ, ସାପୁଆପଲ୍ଲୀ, ମଙ୍ଗରାଜପୁର, ଭୋଗଡ଼ା ଆଦି ସଙ୍ଗରୋଧ କେନ୍ଦ୍ରରେ ମୋଟ ୧୭୯ ପ୍ରବାସୀ ଓଡ଼ିଆ ରହୁଛନ୍ତି। ଅଧିକାଂଶ କେନ୍ଦ୍ରଗୁଡ଼ିକ ଜନବସତି ଅଞ୍ଚଳରେ ହୋଇଥିବାରୁ କ୍ୱାରାଣ୍ଟାଇନରେ ଥିବା ଲୋକେ ପାନ ଗୁଟ୍‌ଖା ଆଦି ପାଇଁ ବେଳେବେଳେ ବାହାରକୁ ଆସୁଛନ୍ତି। ଏଥିସହ ମାସ୍କ ବ୍ୟବହାର ଓ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ପ୍ରଶାସନ ପକ୍ଷରୁ ସଚେତନ କରାଯାଉଥିଲେ ମଧ୍ୟ ବହୁଲୋକ ମାନୁ ନାହାନ୍ତି। ଏଭଳି ସ୍ଥିତିରେ ପଞ୍ଚାୟତରେ କରୋନା ସଂକ୍ରମଣ ଆଶଙ୍କାଙ୍କୁ ଲକ୍ଷ୍ୟ କରି ଏପରି ନିଷ୍ପତ୍ତି ନେଇଥିବା ସରପଞ୍ଚ ନାୟକ କହିଛନ୍ତି। ଉକ୍ତ ନିୟମକୁ ନ ମାନିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମଧ୍ୟ ସେ ଚେତାବନୀ ଦେଇଛନ୍ତି।
ଏ ସମ୍ପର୍କରେ ବିଡିଓ ତଥା ନୋଡାଲ ଅଧିକାରୀ ତନ୍ମୟ ପାତ୍ରଙ୍କୁ ପଚାରିବାରୁ ପରିସ୍ଥିତିକୁ ନେଇ ଏପରି ବ୍ୟବସ୍ଥା କରିବା ଠିକ୍‌ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ଉମରକୋଟ, ୩୧।୭(ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଫ୍ରାନ୍ସିସ୍…

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ…

‘ଯୁଦ୍ଧରେ ମୃତ ଭାରତୀୟଙ୍କ ପରିବାରକୁ କେନ୍ଦ୍ର ସାହାଯ୍ୟ କରିବା ଉଚିତ’: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୭: ସୁପ୍ରିମକୋର୍ଟ ରୁଷିଆ-ୟୁକ୍ରେନ ଯୁଦ୍ଧରେ ଶୁକ୍ରବାର ଆହତ ହୋଇଥିବା ଭାରତୀୟଙ୍କ ପରିବାରକୁ ସହାୟତା କରିବା ପାଇଁ ଜଣେ ନୋଡାଲ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ…

ସ୍ତ୍ରୀଙ୍କୁ ଛାଡ଼ିବା ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଲେ ଓମାର ଅବଦୁଲ୍ଲା: ଆଗକୁ…

ଶ୍ରୀନଗର,୩୧।୭: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଖୁବଶୀଘ୍ର ତାଙ୍କ ପତ୍ନୀ ପାୟଲ ଅବଦୁଲ୍ଲାଙ୍କଠାରୁ ଛାଡପତ୍ର ନେବାକୁ ଯାଉଛନ୍ତି। ଏନେଇ ସେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।…

odisha floods: ପାଣି ଘେରରେ କେନ୍ଦ୍ରାପଡ଼ାର ୭ ବ୍ଲକ

କେନ୍ଦ୍ରାପଡ଼ା,୩୧।୭: କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଜିଲାର ୭ଟି ବ୍ଲକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜିଲାପାଳ ଗଣମାଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri