ଜିଲାପାଳ ଡାକିଲେ ବୈଠକ: ଗଞ୍ଜାମରେ ସ୍ବଳ୍ପ ବୃଷ୍ଟି, ଆଶଙ୍କାରେ ଚାଷୀ

ଛତ୍ରପୁର,୧୯ା୭(ଡି.ଏନ.ଏ)- ଗଞ୍ଜାମ ଜିଲାରେ ସ୍ବଳ୍ପ ବୃଷ୍ଟି ଯୋଗୁ ଚାଷକାର୍ଯ୍ୟ ବ୍ୟାହତ ହୋଇଛି। ପରିସ୍ଥିତିର ମୁକାବିଲା କରିବା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କୃଷି ବିଭାଗ ସହ ଅନ୍ୟାନ୍ୟ ବିଭାଗ ଅଧିକାରୀଙ୍କୁ ନେଇ ଗୁରୁବାର ଏକ ଜରୁରୀ ବୈଠକ କରି କାର୍ଯ୍ୟ ଖସଡା ପ୍ରସ୍ତୁତ କରିଛନ୍ତି। ଜିଲାରେ ଖରିଫ୍‌ ଋତୁରେ ମୁଖ୍ୟ ହେଉଛି ଧାନଚାଷ। ଏଠାରେ ଚାଷକାର୍ଯ୍ୟ ଆଗୁଆ ଆରମ୍ଭ ହୋଇଥାଏ। ୪ ଲକ୍ଷ ହେକ୍ଟର ଚାଷ ଜମି ମଧ୍ୟରୁ ଅର୍ଦ୍ଧାଧିକରେ ଧାନ ଚାଷ ହୋଇଥାଏ। ଜୁଲାଇ ମଧ୍ୟ ଭାଗ ସୁଦ୍ଧା ଜିଲାରେ ୨୨୦ ମି.ମି. ବର୍ଷା ହେବା କଥା। ହେଲେ ଯାଏ ମାତ୍ର ୭୦ ମି.ମିରେ ସୀମିତ ରହିଛି। ଧାନତଳି ସମୟ ଅତିକ୍ରାନ୍ତ ହୋଇଯାଇଛି। ଏହି ଅବସ୍ଥାରେ ପ୍ରଶାସନ ଚାଷୀଙ୍କ ନିକଟତର ହେବା ପାଇଁ ଜିଲାପାଳ ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି। ସଅଳ କିସମ ଧାନଗୁଡିକର ବିହନ ପୁନର୍ବାର ସଂଗୃହୀତ ହେବ। ପ୍ରାଥମିକ ସେବା ସମବାୟ ସମିତି ଜରିଆରେ ଚାଷୀଙ୍କୁ ଆବଣ୍ଟନ ହେବ। ଅଣଧାନ ଫସଲ ଯଥା ମୁଗ, ବିରି, ଚିନାବାଦାମ ଆଦି ବିହନ ପର୍ଯ୍ୟାପ୍ତ ମାତ୍ରାରେ ଚାଷୀଙ୍କୁ ଯୋଗାଇ ଦିଆଯିବ। ଧନେଇ, ବାଘୁଆ, ହରଭଙ୍ଗୀ ଓ ଋଷିକୁଲ୍ୟା ପ୍ରକଳ୍ପ ଜଳକୁ ନିୟନ୍ତ୍ରିତ କରି ଚାଷ ଜମିରେ ଜଳସେଚିତ କରାଯିବ। ଏପରିି ପରିସ୍ଥିତିରେ ଚାଷୀ କଣ କରିବା ଉଚିତ୍‌ ତାର ଏକ ପ୍ରଚାର ପତ୍ର ଓଡିଆ ଭାଷାରେ ଲିପିବଦ୍ଧ ହୋଇ ଜିଲାରେ ବଣ୍ଟାଯିବ। କୃଷି ବିଭାଗ ସୋସିଆଲ ମିଡିଆର ବ୍ୟାପକ ବ୍ୟବହାର କରି ଚାଷୀମାନଙ୍କ ପାଖରେ ବାର୍ତ୍ତା ପହଞ୍ଚାଇବେ। ଉଦ୍ୟାନ, କୃଷି ବିଭାଗ ପକ୍ଷରୁ ଆକାଶବାଣୀ ମାଧ୍ୟମରେ ଚାଷୀ ମାନଙ୍କୁ ପରାମର୍ଶ ଦେବେ। ପ୍ରଧାନମନ୍ତ୍ରୀ କୃଷିବୀମାକୁ ବ୍ୟାପକ କରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହାର ଅବଧି ଜୁଲାଇ ୩୧ ତାରିଖ ଥିବା ସ୍ଥଳେ ବୃଦ୍ଧି କରିବା ପାଇଁ ଜିଲାପାଳ ରାଜ୍ୟ ସରକାରଙ୍କୁ ଚିଠି ଲେଖିବେ। ରାଜସ୍ବ ନିରୀକ୍ଷକ, ଗ୍ରାମ ସେବକ ଓ ବୀମା କମ୍ପାନୀର ଏଜେଣ୍ଟ ମିଳିତ ଭାବେ ଗ୍ରାମୱାରୀ ସ୍ବଳ୍ପ ବୃଷ୍ଟିର ସର୍ଭେ କରିବେ। ଏଥିରେ ଗ୍ରାମକୁ ଏକକ ଭାବେ ନିଆଯିବ। ଚାଷ ବ୍ୟାହତ ହେଲେ ସମ୍ପୃକ୍ତ ଚାଷୀ କିପରି ବୀମା ରାଶି ପାଇପାରିବ ସେଥିପ୍ରତି ଯତ୍ନଶୀଳ ହେବାକୁ ଜିଲାପାଳ ସମ୍ପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। କୃଷି ଋଣ ପାଇଁ ଚଳିତ ବର୍ଷ ୪୬୩ କୋଟି ଟଙ୍କା ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ସ୍ଥଳେ ଏହା ପୂରଣ ହୋଇପାରୁ ନ ଥିବାରୁ ଋଣ ମେଳା ଆୟୋଜନ କରି ଧାର୍ଯ୍ୟଲକ୍ଷ୍ୟ ପୂରଣ କରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜିଲାରେ ୧୬୬୨ ଉଠାଜଳସେଚନ ପ୍ରକଳ୍ପକୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ରଖାଯିବ। ମହାମତ୍ାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ବ୍ୟାପକ ବୃକ୍ଷ ରୋପଣ କରିବାକୁ ଗ୍ରାମ୍ୟ ଉନ୍ନୟନ ସଂସ୍ଥାକୁ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଇଂ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଅତିରିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ ସେଠୀ, ଆଇଏଏସ୍‌ ପ୍ରୋବେସନ କୀର୍ତ୍ତି ଭାସନ ଭି , ଡେପୁଟି କଲେକ୍ଟର ଦିବ୍ୟଲୋଚନ ମହନ୍ତ, କୃଷି ଉପନିର୍ଦ୍ଦେଶକ ମନୋଜ କୁମାର ବେହେରା, ଉଦ୍ୟାନ କୃଷି ଉପନିର୍ଦ୍ଦେଶକ ଦିଗମ୍ବର ପଣ୍ଡା ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri