ଅନୁଗୋଳ ଅଫିସ, ୭।୫ – ଅନୁଗୋଳ ହୁଲୁରିସିଂହା ଅଞ୍ଚଳରେ ଘଟିଥିବା ନବଜାତ ଶିଶୁପୁତ୍ର ବିକ୍ରି ଅଭିଯୋଗ ଘଟଣା ସମ୍ପର୍କରେ ଜିଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ) ଗୌରୀ ଶଙ୍କର ବେହେରା ଅନୁଗୋଳ ଜିଲାପାଳ ଓ ପୋଲିସକୁ ରିପୋର୍ଟ ପ୍ରଦାନ କରିଛନ୍ତି। ଏଥିସହ ଶିଶୁପୁତ୍ରକୁ କିଣିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପୋଲିସକୁ ଚିଠି ଲେଖାଯାଇଥିବା ଡିସିପିଓ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ହୁଲୁରିସିଂହାରେ ଭଡ଼ାରେ ରହୁଥିବା ଯାଜପୁର ଜିଲାର ଜଣେ ମହିଳାଙ୍କ ପୂର୍ବରୁ ଦୁଇଟି ସନ୍ତାନ ରହିଛନ୍ତି। ଗତ ସପ୍ତାହରେ ମହିଳା ଜଣକ ତୃତୀୟ ସନ୍ତାନ ପ୍ରସବ କରିଥିଲେ। କିନ୍ତୁ ଆର୍ଥିକ ଅନଟନ ଯୋଗୁ ସେ ଶିଶୁଟିକୁ ଅନ୍ୟଜଣଙ୍କୁ ୨୦ ହଜାର ଟଙ୍କାରେ ବିକ୍ରି କରିଦେଇଥିବା ଅଭିଯୋଗ ହୋଇଥିଲା। ଏ ନେଇ ଖବର ପାଇବା ପରେ ଡିସିପିଓ ବେହେରା ଶିଶୁଟିକୁ ଉଦ୍ଧାର କରିବା ସହ ମେଡିକାଲରେ ଭର୍ତ୍ତି କରିଥିଲେ। ଏ ନେଇ ସେ ମଙ୍ଗଳବାର ରାତିରେ ଫୋନ୍ ଯୋଗେ ଜିଲାପାଳଙ୍କୁ ଅବଗତ କରିଥିବା ବେଳେ ବୁଧବାର ଜିଲାପାଳଙ୍କୁ ଲିଖିତ ରିପୋର୍ଟ ପ୍ରଦାନ କରିଛନ୍ତି। ଚିକିତ୍ସାଧୀନ ଶିଶୁପୁତ୍ର ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ଆଦୃତ ଶିଶୁ ସଦନରେ ରଖାଯିବ। ଏହାପରେ ଆଇନ ଅନୁଯାୟୀ ପରବର୍ତ୍ତୀ ଥଇଥାନ ବ୍ୟବସ୍ଥା କରାଯିବ ବୋଲି ଡିସିପିଓ ବେହେରା ପ୍ରକାଶ କରିଛନ୍ତି।
Posted inଅନୁଗୋଳ, ଆମ ଜିଲା ଖବର View All
ଯୁବତୀଙ୍କୁ କାର୍ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…
ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…
ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ
ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…
ମନର ବିଜୟରେ ଜଗତ ବିଜୟ ସମ୍ଭବ: ସକରାତ୍ମକ ତତ୍ତ୍ୱକୁ ସ୍ବାଗତ କରିବାକୁ ଆହ୍ବାନ
ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବ୍ରହ୍ମାକୁମାରୀ ପ୍ରଭୁ ମିଳନ ଭବନ ପକ୍ଷରୁ ସ୍ଥାନୀୟ ପୁଞ୍ଜିକୟାଁ ଛକ ନନ୍ଦିଘୋଷ କଲ୍ୟାଣ ମଣ୍ଡପଠାରେ ଶାନ୍ତି ଶିବିର ପ୍ରବଚନ…
ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍ଅପ୍
ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…
୨ ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସର: ବିଦ୍ୟାଳୟ ପ୍ରତି ନିଷ୍ଠାକୁ ଭୂୟସୀ ପ୍ରଶଂସା
କେସିଙ୍ଗା,୧।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନୁର୍ଗତ ବାଲସି ଗ୍ରାମ ଅଧିନସ୍ଥ ଜବହାର ଉଚ୍ଚ ବିଦ୍ୟାପୀଠ-କର ଦୁଇଜଣ ଶିକ୍ଷକ ଚାକିରିରୁ ଅବସର ନେଇଛନ୍ତି। ଏହି ଉପଲକ୍ଷେ…
ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର
ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…
ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର
ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…
ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା
ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…
Archives

