ଜିଲାପାଳଙ୍କ ଅଫିସ ଘେରିଲେ ଆଦିବାସୀ

ଛତ୍ରପୁର,୨୮ା୧(ଡି.ଏନ.ଏ)-ଗଞ୍ଜାମ ଜିଲାର ବିଭିନ୍ନ ଆଦିବାସୀ ସଙ୍ଗଠନ ୭ ଦଫା ଦାବି ନେଇ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ଆଦିବାସୀ ଓ ପାରମ୍ପରିକ ବନବାସୀଙ୍କୁ ଜମି ଓ ଜଙ୍ଗଲ ଅଧିକାର, ଆଦିବାସୀ ଅଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟସେବା, ପିଇବା ପାଣି, ଜଳସେଚନ, ସେତୁ ଓ ବିଦ୍ୟୁତୀକରଣର ସୁବ୍ୟବସ୍ଥା, ଜିଲାରେ ନାକଚ ହୋଇଥିବା ୬, ୩୪୩ ଆବେଦନକାରୀଙ୍କୁ ଜଙ୍ଗଲର ଶିରୋନାମା ତୁରନ୍ତ ପ୍ରଦାନ, ସମସ୍ତ ଭୂମିହୀନଙ୍କୁ ଜମି ଓ ଘରଡ଼ିହ ପଟ୍ଟା ଯୋଗାଇବା, ଆଦିବାସୀ ଓ ନେତାମାନଙ୍କ ଉପରେ ମିଥ୍ୟା କେଶ, ପୋଲିସର ଦମନ ଓ ଗୁଣ୍ଡାରାଜ ବନ୍ଦ କରିବା ଆଦି ଆଦିବାସୀଙ୍କ ଦାବି ନେଇ ଧାରଣା ଦିଆଯାଇଥିଲା। ଦାବି ପୂରଣ ନ ହେବା ଯାଏ ଏହା ଜାରି ରହିବ ବୋଲି କୁହାଯାଇଥିଲା। ସନ୍ଧ୍ୟାରେ ଅତିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁଙ୍କ ସହ ଆଦିବାସୀମାନଙ୍କ ଏକ ପ୍ରତିନିଧିମଣ୍ଡଳୀର ଆଲୋଚନା ହେବା ସହ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ଫେବ୍ରୁଆରୀ ୫ରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ହେବ। ଆଦିବାସୀଙ୍କ ଏକ ପ୍ରତିନିଧି ଦଳ, ଅତିରିକ୍ତ ଜିଲାପାଳ, ୩ ଉପଜିଲାପାଳ, ଜିଲା ମଙ୍ଗଳ ଅଧିକାରୀ ଡିଏଫ୍‌ଓମାନେ ସେଥିରେ ଉପସ୍ଥିତ ରହି ଦାବି ସମ୍ପର୍କରେ ଆଲୋଚନା କରିବେ ବୋଲି ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ ହୋଇଛି।
ପୂର୍ବାହ୍ନରେ ଅଖିଳ ଭାରତ କିଶାନ ମଜଦୁର ସଭା, ଆଦିବାସୀ ଭାରତ ମହାସଭା ଚାଷୀ ମୂଲିଆ ସଂଘ, ଗଞ୍ଜାମ ଜିଲା ଆଦିବସୀ ମଞ୍ଚ, ଜିଲା ଗ୍ରାମ ସଭା ସାମ୍ମୁଖ୍ୟ ସଙ୍ଗଠନ ପକ୍ଷରୁ ୭ ଦଫା ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟର ମୁଖ୍ୟ ଫାଟକ ବନ୍ଦ କରାଯାଇଥିଲା। ଏଥିରେ ଏଆଇକେଏମସ୍‌ର ଜିଲା ସମ୍ପାଦକ ରଘୁନାଥ ନାୟକ, ରାଜ୍ୟ ମୁଖପାତ୍ର ଭାଲଚନ୍ଦ୍ର ଷଡଙ୍ଗୀ, ପ୍ରତାପ ନାୟକ, ଆଦିବାସୀ ଭାରତ ମହାସଭାର ଜିଲା ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ଗଞ୍ଜାମ ଜିଲା ଆଦିବସୀ ମଞ୍ଚର ସଭାପତି କୈଳାସ ଜାନି, ଗଞ୍ଜାମ ଜିଲା ଗ୍ରାମ ସଭା ସାମ୍ମୁଖ୍ୟର ଆବାହକ ବିଜୟ ସ୍ବାଇଁ, ଓଡିଶା ଚାଷୀ ମୂଲିଆ ସଂଘର ଜିଲା ଆବାହକ ନିରଞ୍ଜନ ଶବର, ଅଖିଳ ଭାରତ କ୍ରାନ୍ତିକାରୀ କୃଷକ ସଭାର ରାଜ୍ୟ ସମ୍ପାଦକ ଶଙ୍କର ସାହୁ, ପ୍ରଦୀପ ସାହୁ, ଅବନୀ ଗୟା, ସୀମାଞ୍ଚଳ ନାହାକ, ଇଜୁ ଅମିନ୍‌ ଖାନ୍‌ ପ୍ରମୁଖ ସାମିଲ ହୋଇଥିଲେ। ଆନ୍ଦୋଳନ ପରିପ୍ରେକ୍ଷୀରେ ସେଠାରେ ଛତ୍ରପୁର ତହସିଲଦାର ନୀଳମାଧବ ଭୋଇ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ବେଳେ ଛତ୍ରପୁର ଏସଡିପିଓ ଗୌତମ କିଶାନ, ଛତ୍ରପୁର ଥାନା ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ, ଚମାଖଣ୍ଡି ଥାନା ଆଇଆଇସି ସୁଧାଂଶୁ ଶେଖର ମାନ୍ଧାତା, ମେରାଇନ୍‌ ଆଇଆଇସି ଶର୍ମିଷ୍ଠା ପ୍ରଧାନ, ଗଞ୍ଜାମ ଥାନା ଆଇଆଇସି ଦିଲୀପ କୁମାର ସାହୁ ଉପସ୍ଥିତ ଥିଲେ। ଏଥିସହ ୪ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri