ଜିଲାପାଳଙ୍କ ଅଭିଯୋଗ ଶୁଣାଣି:୧୪୪ ଅଭିଯୋଗରୁ ୭୧ଟିର ତତ୍କାଳ ସମାଧାନ

ଯାଜପୁର ଟାଉନ,୧୧-୯(ଡି.ଏନ୍‌.ଏ.)- ଜିଲାସ୍ତରୀୟ ଅଭିଯୋଗ ଶୁଣାଣି ସ୍ଥାନୀୟ ଜିଲାପରିଷଦ ସଭାଗୃହରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ତେବେ କ୍ରମାଗତ ଛୁଟି, ବର୍ଷାଋତୁ ଓ ବିଶେଷ ପ୍ରଚାରପ୍ରସାର ନ ଥିବାରୁ ଏହି ଶିବିରରେ ଗତମାସ ଭଳି ବିଶେଷ ଭିଡ଼ ପରିଲ୍ଲକ୍ଷିତ ହୋଇ ନ ଥିଲା। ମାତ୍ର ୧୪୪ଟି ଅଭିଯୋଗ ହସ୍ତଗତ ହୋଇଥିବା ବେଳେ ସେଥିରୁ ୧୧୮ଟି ବ୍ୟକ୍ତିଗତ ଏବଂ ୬ଟି ସାମୁହିକ ଅଭିଯୋଗ ରହିଥିଲା। ୨୦ ଜଣ ଅସହାୟ ରୋଗୀ ଚିକିତ୍ସା ନିମନ୍ତେ ସହାୟତା ରାଶି ପାଇବା ପାଇଁ ଜିଲାପାଳଙ୍କ ନିକଟରେ ପହଞ୍ଚତ୍ଥିବାବେଳେ ଦାସ ମଧ୍ୟ ସେମାନଙ୍କୁ ଖାଲି ହାତରେ ଫେରାଇ ଦେଇ ନ ଥିଲେ। ଏହି ସବୁ ରୋଗୀଙ୍କୁ ମୋଟ ୧ଲକ୍ଷ ୪୬ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଛି। ସୂଚନାମୁତାବକ ୭୧ଗୋଟି ଅଭିଯୋଗର ତତ୍‌କ୍ଷଣାତ ସମାଧାନ କରାଯାଇଥିଲା। ଏସ୍‌ପି ଚରଣ ସିଂ ମୀନା ଏହି ଶିବିରରେ ଉପସ୍ଥିତ ରହିଥିବାବେଳେ ଅତିରିକ୍ତ ଜିଲାପାଳ ମିହିର ପ୍ରସାଦ ମହାନ୍ତି, ଉପଜିଲାପାଳ ନାରାୟଣ ଚନ୍ଦ୍ର ଧଳ, ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ପ୍ରଜ୍ଞା ହୋତା, ତହସିଲଦାର ଅନୁପ କୁମାର ମେହେର, ଏସଡିପିଓ ରବିନ୍ଦ୍ର ଜେନା, ଜିଲା ଶିକ୍ଷାଧିକାରୀ କୃଷ୍ଣ ଚନ୍ଦ୍ର ନାୟକ, ପ୍ରକଳ୍ପ ସଂଯୋଜକ ବିଷ୍ଣୁ ଚରଣ ସୁତାର, ଅତିରିକ୍ତ ଜିଲା ଚିକିତ୍ସାଧିକାରୀ ରୁଦ୍ର ପ୍ରତାପ କର, ଜିଲା ଶିଶୁ ସୁରକ୍ଷା ୟୁନିଟ ଅଧିକାରୀ ନିରଞ୍ଜନ କର, ଜିଲା କଲ୍ୟାଣ ଅଧିକାରୀ ଚେତନା ସେଠୀ, ଅବକାରୀ ସୁପରିଣ୍ଟେଣ୍ଡେଣ୍ଟ ରଜତ ପ୍ରହରାଜ, ଜିଲା ଯୋଗାଣ ଅଧିକାରୀ ସୁରେନ୍ଦ୍ର ହୋତା, ଆରଡିର ନିର୍ବାହୀଯନ୍ତ୍ରୀ ବିଜୟ କୁମାର ମହାରଣାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇ ଶିବିର ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri