ଜିଲାପାଳଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଗାଏବ ଘଟଣା ଅର୍ଥ ଫେରାଇଲା ବ୍ୟାଙ୍କ

ଅନୁଗୋଳ ଅଫିସ୍‌, ୧୬ା୯: ଅନୁଗୋଳ ଜିଲାପାଳଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଗାଏବ ଘଟଣାରେ ସମ୍ପୃକ୍ତ ବ୍ୟାଙ୍କ ଟଙ୍କା ଫେରାଇଛି। ବ୍ୟାଙ୍କ ପକ୍ଷରୁ ୫୯ ଲକ୍ଷ ୪୧ହଜାର ୪୮୧ଟଙ୍କା ଆକାଉଣ୍ଟ ନମ୍ବର ୦୭୬୪୧୪୫୦୦୦୦୨୩୫କୁ ଫେରସ୍ତ କରାଯାଇଥିବା ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା ଦେଇଛନ୍ତି। ୨୦୧୭ ଡିସେମ୍ବର ୧୫ରୁ ୨୦୧୮ ମେ ୩୧ ମଧ୍ୟରେ ତତ୍‌କାଳୀନ ଜିଲାପାଳ ଅନିଲ ସାମଲଙ୍କ ଦସ୍ତଖତ ଜାଲିଆତି କରାଯାଇ ଉକ୍ତ ଟଙ୍କା ଉଠାଇ ନିଆଯାଇଥିଲେ ହେଁ କ୍ୟାଶବୁକ୍‌ରେ କିନ୍ତୁ ସୁଧ ସହ ଅପଡେଟ୍‌ କରାଯାଉଥିବା ଚଳିତ ସେପ୍ଟେମ୍ବର ଅଡିଟରୁ ଧରାପଡ଼ିଥିଲା। ଏହି ଘଟଣାରେ ସମ୍ପୃକ୍ତ ବ୍ୟାଙ୍କର ପୂର୍ବତନ ମ୍ୟାନେଜର ଶକ୍ତି ବେଦାନ୍ତ ଦାଶଙ୍କୁ ଅନୁଗୋଳ ପୋଲିସ ଶନିବାର ରାତିରେ ଗିରଫ କରି କୋର୍ଟ ଚାଲାଣ କରିଥିଲା।
ଏ ସମ୍ପର୍କରେ ଅନୁଗୋଳ ଥାନା ପରିସରରେ ରବିବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏସ୍‌ପି ଜଗମୋହନ ମୀନା କହିଲେ, ପୂର୍ବତନ ବ୍ୟାଙ୍କ ମ୍ୟାନେଜରଙ୍କ ବିରୋଧରେ ଯଥେଷ୍ଟ ପ୍ରମାଣ ମିଳିବା ପରେ ତାଙ୍କୁ ଗିରଫ କରାଯାଇଛି। ଆବଶ୍ୟକ ପଡ଼ିଲେ ତାଙ୍କୁ ରିମାଣ୍ଡରେ ଅଣାଯିବ। ଏଥିସହ ତାଙ୍କ ନାମରେ ଥିବା ବ୍ୟାଙ୍କ ଆକାଉଣ୍ଟ ଓ କେଉଁଠି କେଉଁଠି ସମ୍ପତ୍ତି ରହିଛି ତାହାର ମଧ୍ୟ ତଦନ୍ତ କରାଯିବ। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଆସିଷ୍ଟାଣ୍ଟ କଲେକ୍ଟର ରଞ୍ଜନ କୁମାର ମହାନ୍ତି ଥାନାରେ ଲିଖିତ ଅଭିଯୋଗ କରିଥିଲେ। ତଦନ୍ତ ସମୟରେ ତତ୍କାଳୀନ ବ୍ୟାଙ୍କ ମ୍ୟାନେଜର ଦାସଙ୍କୁ ନୋଟିସ ଦିଆଯାଇଥିଲା। ପଚରା ଉଚରା ବେଳେ ଘଟଣାରେ ତାଙ୍କ ସମ୍ପୃକ୍ତି ଥିବା ଜଣାପଡିବା ପରେ ଶକ୍ତି ବେଦାନ୍ତଙ୍କୁ ଗିରଫ ପରେ କୋର୍ଟଚାଲାଣ କରାଯାଇଛି। ଏଥିରେ ଆଉ କାହାର ସମ୍ପୃକ୍ତ ରହିଛି ତାହାର ମଧ୍ୟ ତଦନ୍ତ କରାଯିବ। ତେବେ ଜିଲାପାଳଙ୍କ ଆକାଉଣ୍ଟକୁ ଟଙ୍କା ଫେରିଥିବା କଥା ସେ ଜାଣି ନ ଥିବା ଏସ୍‌ପି ମୀନା କହିଛନ୍ତି। ବ୍ୟାଙ୍କ ଖୋଲିବା ପରେ ଏହା ଜଣାପଡ଼ିବ ବୋଲି ଏସ୍‌ପି ପ୍ରକାଶ କରିଛନ୍ତି। ସମ୍ମିଳନୀରେ ଏସ୍‌ପିଙ୍କ ସମେତ ଏସ୍‌ଡିପିଓ ଅଶ୍ୱିନୀ ସାହୁ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ। ମିଳିଥିବା ସୂଚନା ମୁତାବକ, ଅଭିଯୁକ୍ତ ଦାସଙ୍କ ଘର ପୁରୀ ଜିଲା ପିପିଲି ଅଞ୍ଚଳରେ ହୋଇଥିବାବେଳେ ସେ ଭୁବନେଶ୍ୱରରେ ସପରିବାର ରହୁଛନ୍ତି। ସେ ଜଣେ ପୂର୍ବତନ ବିଧାୟକଙ୍କ ପୁଅ ବୋଲି ଜଣାପଡିଛି।
ଅନ୍ୟପକ୍ଷରେ ଜିଲାପାଳ ମହାନ୍ତି କହିଛନ୍ତି, ଜିଲାରେ ଥିବା ସମସ୍ତ ଆକାଉଣ୍ଟଗୁଡ଼ିକୁ ଜଏଣ୍ଟ ଆକାଉଣ୍ଟ କରାଯିବ। ଏହି ଆକାଉଣ୍ଟ କେବଳ ଜିଲାପାଳଙ୍କ ନାମରେ ନ ରହି ଅତିରିକ୍ତ ଜିଲାପାଳଙ୍କ ନାମ ସାମିଲ ହେବେ। ଉଭୟଙ୍କ ଦସ୍ତଖତ ରହିବା ପରେ ଆକାଉଣ୍ଟରୁ ଟଙ୍କା ଉଠା ଯାଇପାରିବ। ସୂଚନାଯୋଗ୍ୟ, ୨୦୧୪-୧୫ରେ ଜିଲାପାଳଙ୍କ ନାମରେ ସ୍ଥାନୀୟ ଏକ ବ୍ୟାଙ୍କ ଆକାଉଣ୍ଟରେ ଟାଟା ସ୍ପଞ୍ଜ କମ୍ପାନୀ ଜିଲାରେ ଥିବା ରାସ୍ତା ଓ ଗୃହ ଉନ୍ନୟନ ପାଇଁ ୫୯ ଲକ୍ଷ ଟଙ୍କା ଜମା କରିଥିଲା। ନିର୍ମାଣ କାର୍ଯ୍ୟ ହୋଇ ନ ଥିବାରୁ ଉକ୍ତ ଟଙ୍କା ଆକାଉଣ୍ଟରେ ପଡ଼ି ରହିଥିଲା। ଜିଲାପାଳଙ୍କ କାର୍ଯ୍ୟାଳୟ କ୍ୟାଶ୍‌ବୁକ୍‌ରେ ମଧ୍ୟ ଉକ୍ତ ଟଙ୍କା ସୁଧ ସହ ଥିବା ଉଲ୍ଲେଖ କରାଯାଉଥିଲା। ହେଲେ ଚଳିତମାସରେ ଅଡିଟ୍‌ ବେଳେ ଏହିି ଠକେଇ ଧରାପଡିଥିଲା। ଠକେଇ କରିଥିବା ବ୍ୟାଙ୍କ ମ୍ୟାନେଜର ଜିଲାପାଳଙ୍କ ଦସ୍ତଖତ ଜାଲିଆତି କରିବା ସହ ଜିଲାପାଳ ଓ ଜିଲା ମାଜିଷ୍ଟ୍ରେଟଙ୍କ ନାମରେ ନକଲି ସିଲ୍‌ ମାରିଛନ୍ତି। ସେହିପରି ବ୍ୟାଙ୍କ ମ୍ୟାନେଜର ୮ଟି ଚେକ୍‌ ଲଗାଇ ନଗଦ ଆକାରରେ ଟଙ୍କା ଉଠାଇ ନେଇଥିବା ଥାନାରେ ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା: ୧୪୦ରୁ ଊଦ୍ଧର୍‌ବ ପ୍ରତିଯୋଗୀଙ୍କ କୃତିତ୍ୱ ଅର୍ଜନ

ଭଞ୍ଜନଗର,୧୯/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସବ ଟ୍ରେଜେରୀ ଅଫିସର୍‌…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri