ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବାରିପଦା ଅଫିସ,୨୧ା୮-କେନ୍ଦ୍ର ସରକାରଙ୍କ ଜନବିରୋଧି କାର୍ଯ୍ୟକ୍ରମକୁ ବିରୋଧ କରି ମୟୂରଭଞ୍ଜ ଜିଲା କମ୍ୟୁନିଷ୍ଟ ପାର୍ଟି(ମାକର୍‌ସବାଦୀ) ପକ୍ଷରୁ ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କୋଭିଡ୍‌-୧୯ ମୁକାବିଲାକୁ ଏକସୂତ୍ରୀ କାର୍ଯ୍ୟକ୍ରମ ଭାବରେ ଗ୍ରହଣ କରିବା ପରିବର୍ତ୍ତେ କେନ୍ଦ୍ରର ଭାଜପା ନେତୃତ୍ୱାଧିନ ସରକାର ଜନସାଧାରଣଙ୍କ ଜୀବନ ଜୀବିକାକୁ ଅଣଦେଖା କରି ଜନ ବିରୋଧି କାର୍ଯ୍ୟକ୍ରମମାନ କାର୍ଯ୍ୟକାରୀ କରୁଛନ୍ତି ା ଖାଦ୍ୟାଭାବ, ବେକାରୀ ଓ ଦରବୃଦ୍ଧି ଯୋଗୁଁ ଦେଶବାସୀ ହନ୍ତସନ୍ତ ହେଉଥିବା ବେଳେ ଧନୀ, ପୁଞ୍ଜିପତି ଓ କର୍ପୋରେଟରମାନଙ୍କ ସ୍ବାର୍ଥ୍ୟ ରକ୍ଷାର ପ୍ରହରୀ ଭାବେ ସରକାର କାର୍ଯ୍ୟକରୁଥିବା ଭଳି ୧୬ଟି ଦାବିକୁ ନେଇ ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ଦଳ ପକ୍ଷରୁ ପ୍ରଚାର ଓ ଆନ୍ଦୋଳନ ଚଳାଇ ରଖିବା ପାଇଁ ଜିଲା ସମ୍ପାଦକ ରବି ଗୋସ୍ବାମୀ ବକ୍ତବ୍ୟ ମାଧ୍ୟମରେ ପ୍ରକାଶ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟସମ୍ପାଦକ ମଣ୍ଡଳୀର ସଦସ୍ୟ ନିର୍ମଳ ନାୟକ, ସନ୍ତୋଷ ଦାସ, ଅମଲ ଦେ, ହରିଶ୍ଚନ୍ଦ୍ର ସିଂ, ମୃତ୍ୟୁଞ୍ଜୟ ବେହେରା, ଅଜୟ ଖୁଣ୍ଟିଆଙ୍କ ସମେତ ସଦସ୍ୟମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri