ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବାରିପଦା ଅଫିସ,୨୧ା୮-କେନ୍ଦ୍ର ସରକାରଙ୍କ ଜନବିରୋଧି କାର୍ଯ୍ୟକ୍ରମକୁ ବିରୋଧ କରି ମୟୂରଭଞ୍ଜ ଜିଲା କମ୍ୟୁନିଷ୍ଟ ପାର୍ଟି(ମାକର୍‌ସବାଦୀ) ପକ୍ଷରୁ ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କୋଭିଡ୍‌-୧୯ ମୁକାବିଲାକୁ ଏକସୂତ୍ରୀ କାର୍ଯ୍ୟକ୍ରମ ଭାବରେ ଗ୍ରହଣ କରିବା ପରିବର୍ତ୍ତେ କେନ୍ଦ୍ରର ଭାଜପା ନେତୃତ୍ୱାଧିନ ସରକାର ଜନସାଧାରଣଙ୍କ ଜୀବନ ଜୀବିକାକୁ ଅଣଦେଖା କରି ଜନ ବିରୋଧି କାର୍ଯ୍ୟକ୍ରମମାନ କାର୍ଯ୍ୟକାରୀ କରୁଛନ୍ତି ା ଖାଦ୍ୟାଭାବ, ବେକାରୀ ଓ ଦରବୃଦ୍ଧି ଯୋଗୁଁ ଦେଶବାସୀ ହନ୍ତସନ୍ତ ହେଉଥିବା ବେଳେ ଧନୀ, ପୁଞ୍ଜିପତି ଓ କର୍ପୋରେଟରମାନଙ୍କ ସ୍ବାର୍ଥ୍ୟ ରକ୍ଷାର ପ୍ରହରୀ ଭାବେ ସରକାର କାର୍ଯ୍ୟକରୁଥିବା ଭଳି ୧୬ଟି ଦାବିକୁ ନେଇ ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ଦଳ ପକ୍ଷରୁ ପ୍ରଚାର ଓ ଆନ୍ଦୋଳନ ଚଳାଇ ରଖିବା ପାଇଁ ଜିଲା ସମ୍ପାଦକ ରବି ଗୋସ୍ବାମୀ ବକ୍ତବ୍ୟ ମାଧ୍ୟମରେ ପ୍ରକାଶ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟସମ୍ପାଦକ ମଣ୍ଡଳୀର ସଦସ୍ୟ ନିର୍ମଳ ନାୟକ, ସନ୍ତୋଷ ଦାସ, ଅମଲ ଦେ, ହରିଶ୍ଚନ୍ଦ୍ର ସିଂ, ମୃତ୍ୟୁଞ୍ଜୟ ବେହେରା, ଅଜୟ ଖୁଣ୍ଟିଆଙ୍କ ସମେତ ସଦସ୍ୟମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri