ଜିଲାପାଳଙ୍କ ଘୋଷଣା ପରେ ଘରଘର ବୁଲି ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝୁଛି ବ୍ଲକ ପ୍ରଶାସନ

ଗଞ୍ଜାମ,୯ା୪(ଡି.ଏନ୍‌.ଏ.) : କରୋନା ପାଇଁ ସରକାର ଓ ଜିଲା ପ୍ରଶାସନ ଦିନରାତି ଏକ କରିସାରିଲେଣି। କରୋନା ସଂକ୍ରମଣ କିପରି ନ ବ୍ୟାପିବ ସେନେଇ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। କରୋନା ମୁକାବିଲା ପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗ ଜିଲାର ସମସ୍ତ ଜନସାଧାରଣଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ ବୋଲି ଘୋଷଣା କରିଛନ୍ତି। ଜିଲାପାଳଙ୍କ ଘୋଷଣା ପରେ ବ୍ଲକ ପ୍ରଶାସନର ତତ୍ପରତା ପ୍ରକାଶ ପାଇଛି। ଗୁରୁବାର ଏହି ବ୍ଲକର ୧୫ଟି ପଞ୍ଚାୟତରେ ପ୍ରାଇମେରୀ ଶିକ୍ଷକ, ଅଙ୍ଗନୱାଡ଼ି କର୍ମୀ ଘରଘର ବୁଲି ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝୁଛନ୍ତି। ଏହାକୁ ବିଡିଓ ଜ୍ୟୋତି ଶଙ୍କର ରାୟ ତଦାରଖ କରୁଛନ୍ତି। ନିଜେ ବିଡିଓ ମଧ୍ୟ ହୁମା ଗ୍ରାମକୁ ଯାଇ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା କିପରି ଅଛି ପଚାରି ବୁଝିଛନ୍ତି। ଯଦି କୌଣସି ଲୋକଙ୍କଠାରେ କରୋନା ରୋଗର କିଛି ଲକ୍ଷଣ ଦେଖାଦିଏ ତେବେ ତୁରନ୍ତ ଜିଲା ପ୍ରଶାସନକୁ ଅବଗତ କରାଯିବ ବୋଲି ନିର୍ଦ୍ଦେଶ ରହିଛି। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରଚ ତିନୋଟି ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଝୁଲିପଡ଼ିଲେ ବିଟେକ୍‌ ଛାତ୍ର

ଗୁଣପୁର,୨୪।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବରୁଣ ନଗର ଲେନ – ୧ ରେ ଭଡା ଘରେ ଥିବା ଜଣେ ବିଟେକ ଛାତ୍ରଙ୍କ ଝୁଲନ୍ତା ମୃତଦେହ…

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri