ବିଞ୍ଝାରପୁର,୧୪|୮(ଡି.ଏନ୍.ଏ.)- ବିଞ୍ଝାରପୁର ବ୍ଲକ କାର୍ଯ୍ୟାଳୟ ପରିସର ସଭାଗୃହରେ ମଙ୍ଗଳବାର ଜିଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ା ଏଥିରେ ଜିଲାପାଳ ରଞ୍ଜନ କୁମାର ଦାସଙ୍କ ସମେତ ବିଞ୍ଝାରପୁର ବିଧାୟିକା ତଥା ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଏସ୍ପି ଚରଣ ସିଂ ମୀନା, ଏଡିଏମ୍ ମିହିର ପ୍ରସାଦ ମହାନ୍ତି, ଭାରପ୍ରାପ୍ତ ବିଡିଓ ମିନତୀ ଜଗଦେବ, ପଞ୍ଚାୟତ ସମିତି ଅଧ୍ୟକ୍ଷ ନନ୍ଦ କିଶୋର ସାମଲ, ଉପାଧ୍ୟକ୍ଷା କୁମୁଦିନୀ ଦାସ ପ୍ରମୁଖ ଯୋଗଦେଇ ଥିଲେ। ଏହି ମିଳିତ ଜନଶୁଣାଣି ଶବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ମୋଟ ୧୧୬ଟି ଅଭିଯୋଗରୁ ୪୪ଟି ତୁରନ୍ତ ସମାଧାନ କରାଯାଇଥିଲା। ୧୦ ସାମୂହିକ ଓ ୯ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୯୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ଚିକଣା ପଞ୍ଚାୟତର ବହୁ ଚାଷୀ ଚାଷ ସମ୍ପର୍କରେ ଅଭିଯୋଗ କରିଥିଲେ। ଏଥିସହ ତେଣ୍ଟା ନାଳରେ ମାଛ ମରାକୁ କେନ୍ଦ୍ରକରି ଜଳ ପ୍ରତିରୋଧ କରୁଥିବା ବ୍ୟକ୍ତି ବିଶେଷଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ହଜାର ହଜାର ହେକ୍ଟର ଚାଷଜମିକୁ ପାଣି ଯୋଗାଣ ପାଇଁ ଅଭିଯୋଗ କରିଥିଲେ। ଚାଷୀ ସୀତାକାନ୍ତ ସାମଲ, ବିଷ୍ଣୁ ମଲ୍ଲିକ, ବନମାଳୀ ମଲ୍ଲିକ, ସନାତନ ସାହୁ, ଦାମୋଦର ସେଠୀ, କାମଦେବ ମହାଳିକ, ଅଜୟ ଦାସ, କାଳନ୍ଦୀ ଯେନା, ବରପଦା ଅଞ୍ଚଳର ଚାଷୀ ବିଦ୍ୟାଧର ରାୟ ପ୍ରମୁଖ ଏହି ଅଭିଯୋଗ କରିଥିଲେ। ଚାଷୀଙ୍କ ଅଭିଯୋଗକୁ ଭିତ୍ତିକରି ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ଘଟଣାର ସମାଧାନ ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ବାଛୋଳ ଅଞ୍ଚଳରେ ଥିବା ସରକାରୀ ଗୋଚର ଓ ଅନାବାଦୀ ଜମିକୁ ବହୁ ମୁଷ୍ଟିମେୟ ଲୋକେ ନିଜ ଅକ୍ତିଆରରେ ରଖିଥିବାର ବାଛୋଳ ସମିତିସଭ୍ୟ ସୁରେନ୍ଦ୍ର କୁମାର ସାହୁ ଅଭିଯୋଗ କରିଥିଲେ। ଏହି ଅଭିଯୋଗ ଶୁଣାଣିରେ ପରିଣତ ବୟସରେ ବାର୍ଦ୍ଧକ୍ୟ ଭତ୍ତା ନ ମିଳିବା , ପାଇଖାନା ଅର୍ଥ ମିଳିବାରେ ବିଳମ୍ବତା, ରାଶନକାର୍ଡ ନ ପାଇଥିବା ବହୁ ଯୋଗ୍ୟ ହିତାଧିକାରୀ ଅଭିଯୋଗ କରିଥିଲେ। ତୁରନ୍ତ ଅଭିଯୋଗଗୁଡିକୁ ସମାଧାନ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏହି ଜନଶୁଣାଣି ଶିବିରରେ ସମସ୍ତ ବିଭାଗର ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ା
Posted inଆମ ଜିଲା ଖବର, ଯାଜପୁର View All
ଟ୍ରକ୍ରେ ପିଟି ହୋଇ ଦୁଇ ବାଇକ୍ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର
ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...
ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର
ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...
ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…
ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...
ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…
ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...
ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ
ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...
ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି
ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...
ବାଇକ୍ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ
ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...
ଟ୍ରକ୍କୁ ସାଇଡ୍ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...
Archives


