ବିଞ୍ଝାରପୁର,୧୪|୮(ଡି.ଏନ୍.ଏ.)- ବିଞ୍ଝାରପୁର ବ୍ଲକ କାର୍ଯ୍ୟାଳୟ ପରିସର ସଭାଗୃହରେ ମଙ୍ଗଳବାର ଜିଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ା ଏଥିରେ ଜିଲାପାଳ ରଞ୍ଜନ କୁମାର ଦାସଙ୍କ ସମେତ ବିଞ୍ଝାରପୁର ବିଧାୟିକା ତଥା ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଏସ୍ପି ଚରଣ ସିଂ ମୀନା, ଏଡିଏମ୍ ମିହିର ପ୍ରସାଦ ମହାନ୍ତି, ଭାରପ୍ରାପ୍ତ ବିଡିଓ ମିନତୀ ଜଗଦେବ, ପଞ୍ଚାୟତ ସମିତି ଅଧ୍ୟକ୍ଷ ନନ୍ଦ କିଶୋର ସାମଲ, ଉପାଧ୍ୟକ୍ଷା କୁମୁଦିନୀ ଦାସ ପ୍ରମୁଖ ଯୋଗଦେଇ ଥିଲେ। ଏହି ମିଳିତ ଜନଶୁଣାଣି ଶବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ମୋଟ ୧୧୬ଟି ଅଭିଯୋଗରୁ ୪୪ଟି ତୁରନ୍ତ ସମାଧାନ କରାଯାଇଥିଲା। ୧୦ ସାମୂହିକ ଓ ୯ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୯୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ଚିକଣା ପଞ୍ଚାୟତର ବହୁ ଚାଷୀ ଚାଷ ସମ୍ପର୍କରେ ଅଭିଯୋଗ କରିଥିଲେ। ଏଥିସହ ତେଣ୍ଟା ନାଳରେ ମାଛ ମରାକୁ କେନ୍ଦ୍ରକରି ଜଳ ପ୍ରତିରୋଧ କରୁଥିବା ବ୍ୟକ୍ତି ବିଶେଷଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ହଜାର ହଜାର ହେକ୍ଟର ଚାଷଜମିକୁ ପାଣି ଯୋଗାଣ ପାଇଁ ଅଭିଯୋଗ କରିଥିଲେ। ଚାଷୀ ସୀତାକାନ୍ତ ସାମଲ, ବିଷ୍ଣୁ ମଲ୍ଲିକ, ବନମାଳୀ ମଲ୍ଲିକ, ସନାତନ ସାହୁ, ଦାମୋଦର ସେଠୀ, କାମଦେବ ମହାଳିକ, ଅଜୟ ଦାସ, କାଳନ୍ଦୀ ଯେନା, ବରପଦା ଅଞ୍ଚଳର ଚାଷୀ ବିଦ୍ୟାଧର ରାୟ ପ୍ରମୁଖ ଏହି ଅଭିଯୋଗ କରିଥିଲେ। ଚାଷୀଙ୍କ ଅଭିଯୋଗକୁ ଭିତ୍ତିକରି ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ଘଟଣାର ସମାଧାନ ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ବାଛୋଳ ଅଞ୍ଚଳରେ ଥିବା ସରକାରୀ ଗୋଚର ଓ ଅନାବାଦୀ ଜମିକୁ ବହୁ ମୁଷ୍ଟିମେୟ ଲୋକେ ନିଜ ଅକ୍ତିଆରରେ ରଖିଥିବାର ବାଛୋଳ ସମିତିସଭ୍ୟ ସୁରେନ୍ଦ୍ର କୁମାର ସାହୁ ଅଭିଯୋଗ କରିଥିଲେ। ଏହି ଅଭିଯୋଗ ଶୁଣାଣିରେ ପରିଣତ ବୟସରେ ବାର୍ଦ୍ଧକ୍ୟ ଭତ୍ତା ନ ମିଳିବା , ପାଇଖାନା ଅର୍ଥ ମିଳିବାରେ ବିଳମ୍ବତା, ରାଶନକାର୍ଡ ନ ପାଇଥିବା ବହୁ ଯୋଗ୍ୟ ହିତାଧିକାରୀ ଅଭିଯୋଗ କରିଥିଲେ। ତୁରନ୍ତ ଅଭିଯୋଗଗୁଡିକୁ ସମାଧାନ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏହି ଜନଶୁଣାଣି ଶିବିରରେ ସମସ୍ତ ବିଭାଗର ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ା
Posted inଆମ ଜିଲା ଖବର, ଯାଜପୁର View All
ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…
ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…
ଗ୍ୟାରେଜ୍ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା
ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…
ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍
ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍ ଲୁଟ୍ ହୋଇଥିବାବେଳେ…
ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ
ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…
ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…
ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…
ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ
ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…
କୋରାପୁଟରେ ରଜ ମହୋତ୍ସବ
କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…
ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ
ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…
Archives

