ଜିଲାପାଳଙ୍କ ରାତି ଅଧିଆ ଗଞ୍ଜାମ ଏନ୍‌ଏସି ଗ୍ରସ୍ତ

ଗଞ୍ଜାମ,୨୦।୨(ଡି.ଏନ୍‌.ଏ): ଗଞ୍ଜାମ ଏନ୍‌ଏସିକୁ ଜିଲାପାଳଙ୍କ ଅଚାନକ ଗ୍ରସ୍ତ। ବେଆଇନ୍‌ ପଲିଥିନ ଉପରେ ଚଢ଼ାଉ। ବୁଧବାର ରାତିରେ ଜିଲାପାଳ ବିଜୟ ଅମୃତ କୁଲାଙ୍ଗ ଅଚାନକ ଗଞ୍ଜାମ ଏନ୍‌ଏସି ଗ୍ରସ୍ତ କରି ବେଆଇନ୍‌ ପଲିଥିନ ଉପରେ ଚଢ଼ାଉ କରିଥିଲେ। ବଡ଼ ବଜାରସ୍ଥିତ ସୋଡ଼ା ପୟାଣ୍ଟଠାରୁ ବେଆଇନ୍‌ ପଲିଥିନ ଜବତ କରିବା ସହ ବ୍ୟବହାର ନ କରିବାକୁ ତାଗିଦ କରିଥିଲେ। ଜିଲାପାଳ ରାତିରେ ଆସିଥିବାରୁ ପ୍ରାୟ ଦୋକାନ ବଜାର ଓ ବ୍ୟବସାୟ ପ୍ରତିଷ୍ଠାନଗୁଡିକ ବନ୍ଦ ରହିଥିଲା। ଏହାପରେ ଜିଲାପାଳ ୱାର୍ଡ ନମ୍ବର-୩କୁ ଯାଇ ପରିମଳ ବ୍ୟବସ୍ଥା ବୁଲି ଅନୁଧ୍ୟାନ କରିଥିଲେ। ତାଙ୍କ ନିର୍ଦ୍ଦେଶ ଅନୁସାରେ ବର୍ତ୍ତମାନ ଗଞ୍ଜାମ ଏନ୍‌ଏସି ପକ୍ଷରୁ ସଫେଇ କରାଯାଉଛି କି ନାହିଁ ସେନେଇ ପଚାରି ବୁଝିଥିଲେ। ହେଲେ ବଡ଼ ବଜାରରେ ରାତିରେ ସଫେଇ କାର୍ଯ୍ୟ କରାଯାଉଥିବା ଦେଖି ଜିଲାପାଳ ଖୁସି ବ୍ୟକ୍ତ କରିଥିଲେ। ଏଥିସହ ସାନିଟେସନ କାର୍ଯ୍ୟ ପାଇଁ ଠିକା ନେଇଥିବା ଠିକାଦାରଙ୍କ କାର୍ଯ୍ୟଶୈଳୀକୁ ମଧ୍ୟ ଜିଲାପାଳ ପ୍ରଶଂସା କରିଥିଲେ। ତେବେ ଜିଲାପାଳଙ୍କ ଏହି ଗ୍ରସ୍ତ ସମୟରେ କାର୍ଯ୍ୟନିର୍ବାହୀ ଅଧିକାରୀ, ପୂର୍ବତନ କାଉନ୍‌ସିଲର, ବଡ଼ ବଜାର ବଣିକ ସଙ୍ଘ କର୍ମକର୍ତ୍ତା, ଏନ୍‌ଏସି କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡି ବୃଦ୍ଧା ମୃତ

ଦେବଗଡ, ୨୭।୮ (ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ଠିଆନାଳ ବିଡିଘାଟ ଗ୍ରାମରେ ଗୁରୁବାର ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri