ଜିଲାପାଳଙ୍କୁ ଭେଟିଲା ମିଳିତ ସଙ୍ଗଠନ କମିଟି

ଛତ୍ରପୁର,୬। ୭(ଡି.ଏନ.ଏ)-ଛତ୍ରପୁରର ବିଭିନ୍ନ ସଂଗଠନକୁ ନେଇ ଗଠିତ କମିଟିର ଏକ ପ୍ରତିନିଧି ଦଳ ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାରେ ବିଳମ୍ବ ଓ ଅନ୍ୟାନ୍ୟ ସମସ୍ୟା ନେଇ ଶନିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଭେଟିଥିଲେ । କେନ୍ଦ୍ରୀୟ ବିଦ୍ୟାଳୟର ଅସ୍ଥାୟୀ କ୍ୟାମ୍ପସ ପାଇଁ ଅନସ୍ଲୋ ହାଇସ୍କୁଲର ଏକ କୋଠା ଦିଆଯିବ ବୋଲି ରାଜ୍ୟ ସରକାର ଅନୁମତି ଦେଇସାରିଛନ୍ତି। କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନକୁ ଏହା ହସ୍ତାନ୍ତର ପାଇଁ ଜିଲା ପ୍ରଶାସନ ପ୍ରସ୍ତୁତ ରହିଛି। ସ୍ଥାୟୀ କ୍ୟାମ୍ପସ ନିର୍ମାଣ ପାଇଁ ଆବଶ୍ୟକ ୧୦ ଏକର ଜମି ଆର୍ଯ୍ୟପଲ୍ଲୀ ନିକଟରେ ଚିହ୍ନଟ ହୋଇସାରିଛି ବୋଲି ଜିଲାପାଳ ଉକ୍ତ ପ୍ରତିନିଧି ଦଳକୁ ସୂଚନା ଦେଇଛନ୍ତି। କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ କର୍ତ୍ତୃପକ୍ଷଙ୍କ ସହ ଅପରାହ୍ନରେ ଏ ସମ୍ପର୍କରେ କଥା ହୋଇଥିବା ଜିଲାପାଳ କହିଛନ୍ତି। ଅନ୍ୟପକ୍ଷରେ କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନର କର୍ତ୍ତୃପକ୍ଷଙ୍କୁ ଭେଟି ଏ ସମ୍ପର୍କରେ ଜଣାଇବାକୁ ପ୍ରତିନିଧି ଦଳକୁ ଜିଲାପାଳ ପରାମର୍ଶ ଦେଇଥିଲେ। ପ୍ରତିନିଧି ଦଳ ପକ୍ଷରୁ ଏ ନେଇ ବ୍ରହ୍ମପୁର କେନ୍ଦ୍ରୀୟ ବିଦ୍ୟାଳୟ ପ୍ରିନ୍ସପାଲଙ୍କ ସହ ମୋବାଇଲ ଫୋନରେ ଯୋଗାଯୋଗ କରାଯାଇଥିଲା। ସୋମବାର ଅପରାହ୍ନରେ ଛତ୍ରପୁର ଆସି ଆଲୋଚନା କରିବା ସହ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ପର୍କରେ ସୂଚନା ଦେବେ ବୋଲି ପ୍ରିନ୍ସପାଲ କହିଛନ୍ତି। ସେହିପରି ଛତ୍ରପୁର ହସ୍ପିଟାଲରେ ଡାକ୍ତର ଅଭାବ ଥିବା ଏବଂ ରୋଗୀ ସେବାରେ ଉନ୍ନତି ଆଣିବା, ଛତ୍ରପୁର ଲୋୟର ବସଷ୍ଟାଣ୍ଡକୁ ବସ ଆସିବା ପାଇଁ ଅନୁମତି ଦେବାକୁ ଜିଲାପାଳଙ୍କୁ ଅନୁରୋଧ କରାଯାଇଥିଲା। ଅନ୍ୟାନ୍ୟ ସମସ୍ତ ସମସ୍ୟା ସମ୍ପର୍କରେ ଲିଖିତ ଭାବେ ଜଣାନ୍ତୁ। ଏହା ପଦକ୍ଷେପ ନିଆଯିବ ବୋଲି ଜିଲାପାଳ କହିଥିଲେ । ଛତ୍ରପୁର ଓକିଲ ସଂଘର ସଭାପତି କେ. ଶିବରାମ ରେଡ୍ଡୀ, ଛତ୍ରପୁର ନାଗରିକ କମିଟି ସଭାପତି ଗୋକୁଳ ଚନ୍ଦ୍ର ପଣ୍ଡା, ସମ୍ପାଦକ ସୁଧୀର ସାହୁ, ଓକିଲ ପ୍ରଦୀପ ପାଢୀ, ବି. ଶ୍ରୀନିବାସ, ବଡ ବଜାର ବ୍ୟବସାୟୀ ସଂଘ ସଭାପତି ପ୍ରଫୁଲ୍ଲ ସେନାପତି, ରାଜେନ୍ଦ୍ର ସେନାପତି, ପୂର୍ବତନ କାଉନସିଲର ବୁଲୁ ବେହେରା ଓ ବାଦଲ ପାଣ୍ଡି, ଜିଲା ଛାତ୍ର ବିଜେଡି ସଭାପତି ପ୍ରଶାନ୍ତ ପଣ୍ଡା, ଓକିଲ ଭୈରବ ପଟ୍ଟନାୟକ, ଶିବ ପ୍ରସାଦ ସାହୁ ପ୍ରମୁଖ ଜିଲାପାଳଙ୍କୁ ଭେଟି ଆଲୋଚନା କରିଥିଲେ । ଆଲୋଚନା ବେଳେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଲକ୍ଷ୍ମୀକାନ୍ତ ସେଠୀ, ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri