ଜିଲାପାଳଙ୍କୁ ରିପୋର୍ଟ ଦେଲା ଅବକାରୀ ବିଭାଗ

ଅନୁଗୋଳ ଅଫିସ, ୨୮।୪

ଅନୁଗୋଳ ସହର ଉପକଣ୍ଠ କରଡ଼ାଗାଡ଼ିଆରେ ଥିବା ଦେଶୀ ମଦ ଭାଟି ଉପରେ ଚଢ଼ାଉ ସହ ୪୩ ଜଣଙ୍କୁ ଗିରଫ କରାଯିବା ମାମଲାର ରିପୋର୍ଟ ଅବକାରୀ ବିଭାଗ ପକ୍ଷରୁ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କୁ ପ୍ରଦାନ କରାଯାଇଛି। ଲକ୍‌ଡାଉନ୍‌ ସମୟରେ ମଦ ଭାଟି ଗୁଡ଼ିକୁ ସିଲ୍‌ କରାଯାଇଥିବା ସତ୍ତ୍ୱେ କରଡ଼ାଗାଡ଼ିଆ ଭାଟିରେ କିପରି ଚୋରା କାରବାର ଚାଲିଥିଲା ସେ ନେଇ ଜିଲାପାଳ ଅବକାରୀ ବିଭାଗକୁ ରିପୋର୍ଟ ତଲବ କରିଥିଲେ। ୩ ଦିନ ମଧ୍ୟରେ ଏହାର ଉତ୍ତର ଦେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଅବକାରୀ ଏସ୍‌ପି ଦାୟିତ୍ୱରେ ଥିବା ଡିଏସ୍‌ପି କ୍ରିଷ୍ଣା ନାୟକ ଏହାର ଜବାବ ଦେବାକୁ ସଦର ଅବକାରୀ ବିଭାଗ ଅଧିକାରୀଙ୍କୁ କହିଥିଲେ। ତଦନୁଯାୟୀ ସୋମବାର ଅବକାରୀ ବିଭାଗ ପକ୍ଷରୁ ଜିଲାପାଳଙ୍କୁ ମାମଲାର ବିସ୍ତୃତ ରିପୋର୍ଟ ଦିଆଯାଇଛି। ଏଥିସହ ସରକାରୀ ନିର୍ଦ୍ଦେଶର ଉଲ୍ଲଂଘନ କରିଥିବାରୁ ଭାଟି ମାଲିକ ବିକ୍ରମ କିଶୋର ସାହୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଭାଗ ପକ୍ଷରୁ ଜିଲାପାଳଙ୍କୁ ସୁପାରିସ କରାଯାଇଥିବା ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ସମ୍ପକ୍ତ ଅଧିକାରୀ କହିଛନ୍ତି, ରବିବାର ବ୍ୟବସାୟୀ ସାହୁଙ୍କୁ କୋର୍ଟଚାଲାଣ କରାଯାଇଥିବା ବେଳେ ଜେଲ୍‌ ସମ୍ମୁଖରେ ତାଙ୍କ ପରିବାର ଲୋକ ଧାରଣାରେ ବସିଥିଲେ। ତେବେ ପୋଲିସ ସେମାନଙ୍କୁ ଉଠାଇ ଦେଇଥିଲା। ଜିଲାପାଳ ମହାନ୍ତି କହିଛନ୍ତି, ଘଟଣାଟି ସମ୍ବେଦନଶୀଳ। ତେଣୁ ଏହାକୁ ଅନୁଧ୍ୟାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri